www.samajalive.in
Friday, December 5, 2025
20.1 C
Bhubaneswar

ଆଜି ଲଘୁଚାପ : ୨୭ ଯାଏ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତାକାଲି(ଶୁକ୍ରବାର) ଦକ୍ଷିଣ-ପୂର୍ବ ଏବଂ ତତ୍‌ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହେବା ସମ୍ଭାବନା ରହିଛି ବୋଲି ଭାରତ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ଭାବ୍ୟ ଲଘୁଚାପ ସାମୁଦ୍ରିକ ଝଡ଼ ରୂପ ନେବ ବୋଲି କିଛି ପାଣିପାଗ ସଂସ୍ଥା ଆକଳନ କରିଥିବାବେଳେ ଭାରତ ପାଣିପାଗ ବିଭାଗ ପକ୍ଷରୁ ସାମୁଦ୍ରିକ ଝଡ଼ ଉପରେ କୌଣସି ସ୍ପଷ୍ଟ ଚିତ୍ର ଜାରି କରାଯାଇ ନାହିଁ। କିନ୍ତୁ ଆସନ୍ତାକାଲି ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶ ଉପରେ ବର୍ଷା ସହିତ ପବନର ପ୍ରଭାବ ଅଧିକ ପଡ଼ିବ। ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶ ତୁଳନାରେ ଓଡ଼ିଶା ଉପରେ କମ୍‌ ପ୍ରଭାବ ରହିବ। ତଥାପି ସାରା ରାଜ୍ୟରେ ବଜ୍ରପାତ ସହିତ ଝଡ଼ବର୍ଷା ନେଇ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

- Advertisement -

ଆଜି କୋରାପୁଟ, ମାଲକାନଗିରି, ରାୟଗଡ଼ା ଏବଂ ଜଗତସିଂହପୁର ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଏବଂ ନୟାଗଡ଼ ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷାର ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ଉପରୋକ୍ତ ଜିଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଘଣ୍ଟା ପ୍ରତି ୩୦ରୁ ୪୦କି.ମି ବେଗରେ ପବନ ବହିବା ସମ୍ଭାବନା ରହିଛି।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories