ମକର ସଂକ୍ରାନ୍ତିରେ ଦୁର୍ଲଭ ଯୋଗ: ଏହି ରାଶି ଉପରେ ହେବ ଧନବର୍ଷା

ମେଷ: ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ।
ବୃଷ: କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛାଭାବ ରହିବ।
ମିଥୁନ: ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। କର୍କଟ:ଈର୍ଷାଳୁ ସ୍ବଭାବସମ୍ପନ୍ନ ହୋଇପାରନ୍ତି। କଥାବାର୍ତ୍ତାରେ ବାଚାଳତା ପ୍ରକାଶ ପାଇପାରେ। ମିତ୍ରମାନେ ସଙ୍ଗ ତ୍ୟାଗ କରିପାରନ୍ତି। ଯାନବାହନ ଚଳାଚଳରେ ସତର୍କତା ଅବଲମ୍ବନ କରିବେ। ଜଳଯାତ୍ରା ନ କରିବା ଭଲ।
ସିଂହ: ଜଣେ ସେବକଭାବେ ଜନସାଧାରଣଙ୍କ ଆଦରର ପାତ୍ର ହେବେ। ସମାଜସେବୀଭାବେ ଯଦି ମନରେ ଅହଂଭାବ ଉଦ୍ରେକ ହୋଇଥାଏ; ତେ​‌େ​‌ବ ତାକୁ ବିସର୍ଜନ ଦେବାକୁ ପଡ଼ିବ। ସେବା ପରାୟଣ ହେବେ।

prayash

କନ୍ୟା:ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି ଜୀବନରେ ସେବା ମନୋଭାବର ହେବେ।
ତୁଳା: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ ହେବେ।
ବିଛା: ଉଦାର ଚରିତସମ୍ପନ୍ନ ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ରହିବେ। ପ୍ରେମୀ ଓ ବୁଦ୍ଧିମାନ୍‌ ହୋଇପାରନ୍ତି। ଯାନବାହନ ସୁଖ ମିଳିବ। ଭ୍ରାତୃସ୍ନେହୀ ହେବେ।
ଧନୁ: ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ଭାଷା ମାର୍ଜିତ ଓ ବ୍ୟବହାର ଭଦ୍ରୋଚିତ ହେବେ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁୁ ଆଦର, ସମ୍ମାନ ମିଳିବ। ବିଜୟୀ ହେବେ।
ମକର: ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। କୁମ୍ଭ:ସତ୍ୟ, ଶାନ୍ତି, ସନ୍ତୋଷ ରୂପକ ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ସୈନିକଙ୍କ ପାଇଁ ରଣାଙ୍ଗନ ଶୁଭପ୍ରଦ ହେବ। ସୁଷମ ଖାଦ୍ୟରେ ଆପ୍ୟାୟିତ ହେବେ।
ମୀନ: ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ସାଧନା ଫଳବତୀ ହେବ। ମଧୁର କଥାରେ ପରକୁ ଆପଣାର କରିପାରନ୍ତି। ଚକ୍ଷୁରେ ସାମାନ୍ୟ ପୀଡ଼ା ଉପୁଜିପାରେ। ବିଦ୍ୟାରେ ରୁଚି ରହିବ।

kalyan agarbati

Comments are closed.