www.samajalive.in
Saturday, December 6, 2025
26.1 C
Bhubaneswar

ରାଜଯୋଗ ସହ ମିଳିବ ଶନିଦେବଙ୍କ ଆଶୀର୍ବାଦ, ୫ ରାଶିକୁ ଲାଭ

ମେଷ: ଆୟ ଆଶାନୁରୂପ ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ସହାୟତା ମିଳିବ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ସୁଖ ମିଳିବ। ଚିନ୍ତାଧାରା ଉନ୍ନତମାନର ହେବ। ଶୁଭ ରଙ୍ଗ ଲାଲ ଓ ଶୁଭ ସଂଖ୍ୟା ୯।
ବୃଷ: ଅଯଥା ବିତର୍କରେ ଭାଗ ନ ନେଇ ଚୁପ୍‌ ରହିବେ। ବନ୍ଧୁ ବିିରୋଧର ସମ୍ମୁଖୀନ ହେବେ। ସାଧନା ଫଳବତୀ ହେବ। ଖର୍ଚ୍ଚ ବୃଦ୍ଧି ପାଇବ। ମଧୁର କଥାରେ ପରକୁ ଆପଣାର କରିବେ। ଶୁଭ ରଙ୍ଗ ଧଳା, ଶୁଭ ଅଙ୍କ ୨।
ମିଥୁନ : ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ସରକାରୀ ସ୍ତରରୁ ଅର୍ଥ ସହିତ ସମ୍ମାନ ମିଳିବ। ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଶୁଭ ରଙ୍ଗ ଶାଗୁଆ, ଶୁଭ ଅଙ୍କ ୫।

କର୍କଟ:କର୍ମକ୍ଷେତ୍ରରୁ ସଫଳତା ମିଳିବ। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖା ଦେବ। ବିବାଦୀୟ ଘଟଣାରେ ବିଜୟୀ ହେବେ। ଦୟାଳୁ ସ୍ବଭାବର ହେବେ। ମନ ପ୍ରସନ୍ନ ରହିବ। ଶୁଭ ରଙ୍ଗ ଧଳା, ଶୁଭ ଅଙ୍କ ୨।
ସିଂହ: ଭାଗ୍ୟଶାଳୀ ହେବେ। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ପ୍ରାପ୍ତ କ୍ଷମତାର ବିକେନ୍ଦ୍ରୀକରଣ କରି ଅଧସ୍ତନଙ୍କ ପ୍ରିୟପାତ୍ର ହେବେ। ଶୁଭ ରଙ୍ଗ ଗୋଲାପୀ ଓ ଶୁଭ ଅଙ୍କ ୧। କନ୍ୟା:ଅସୁସ୍ଥତା ଅନୁଭବ କରିପାରନ୍ତି। ଶତ୍ରୁଙ୍କ ଉପରେ ସତର୍କ ଦୃଷ୍ଟି ରଖିବାକୁ ପଡ଼ିବ। ଶୁଭକାର୍ଯ୍ୟ ସ୍ଥଗିତ ରଖିପାରନ୍ତି। ଜଳଯାତ୍ରା ନ କରିବା ଭଲ। ସତର୍କର ସହ ଚଳିବାକୁ ପଡ଼ିବ। ଶୁଭ ରଙ୍ଗ ଶାଗୁଆ, ଶୁଭ ରଙ୍ଗ ୫।
ତୁଳା: ସେବା କାର୍ଯ୍ୟକୁ ଜୀବନର ବ୍ରତଭାବେ ଗ୍ରହଣ କରିପାରନ୍ତି। ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଶୁଭଦାୟକ ହେବ। କର୍ମକ୍ଷେତ୍ରରୁ ସଫଳତା ମିଳିବ। ବ୍ୟବସାୟ ଲାଭଜନକ ହେବ। ଶୁଭ ରଙ୍ଗ ଧଳା, ଶୁଭ ଅଙ୍କ ୬।
ବିଛା: ଶତ୍ରୁ ବିନାଶ କରି ମାନସିକ ଶାନ୍ତି ଫେରିପାଇବେ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ବନ୍ଧୁ ମିଳନରେ ଉପକୃତ ହେବେ। ଋଣ ପରିଶୋଧ କରି ଆଶ୍ବସ୍ତ ହେବେ। ଶୁଭ ରଙ୍ଗ ଲାଲ ଓ ଶୁଭ ଅଙ୍କ ୯।
ଧନୁ: କର୍ମଚଞ୍ଚଳ ରହିବେ। ପଢ଼ାପଢ଼ିରେ ମନୋନିବେଶ କରିବେ। ବିଭିନ୍ନ ସୂତ୍ରରୁ ମୁଖ୍ୟତଃ ବ୍ୟବସାୟରୁ ପ୍ରଚୁର ଲାଭ ପ୍ରାପ୍ତିର ସୂଚନା ମିଳୁଛି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଶୁଭ ରଙ୍ଗ ହଳଦୀ, ଶୁଭ ଅଙ୍କ ୩।
ମକର: ପରିଶ୍ରମ କଠିନ ଓ କଷ୍ଟଦାୟକ ହୋଇପାରେ; ମାତ୍ର ତା’ର ମୂଲ୍ୟ ମିଳିବ। ଯାନବାହନ ସୁଖ ମିଳିବ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। ଶୁଭ ରଙ୍ଗ ଧଳା, ଶୁଭ ଅଙ୍କ ୪।

- Advertisement -

କୁମ୍ଭ :ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖା ଦେବ। ଦେବ ଦର୍ଶନରୁ ଚିନ୍ତାମୁକ୍ତ ହେବେ। ସରକାରୀ ସ୍ତରରୁ ସମ୍ମାନ ସହିତ ଧନ ମିଳିବ। ପ୍ରତ୍ୟେକ କାର୍ଯ୍ୟରେ ଓ କଥାରେ ସ୍ଥିର ରହିବେ। ଶୁଭ ରଙ୍ଗ କଳା, ଶୁଭ ଅଙ୍କ ୮।
ମୀନ: ବିବିଧ ଉପାୟରେ ଧନ ଅର୍ଜନ କରିପାରନ୍ତି। ନୀତିନିଷ୍ଠ ହେବେ। ମତିମାନ୍‌ ହୋଇପାରନ୍ତି। ସକଳ ଗୁଣର ଆଧାର ହେବେ। ସୁଖୀ ହେବେ। ଶାସ୍ତ୍ରାନୁରକ୍ତ ହୋଇପାରନ୍ତି। ଶୁଭ ରଙ୍ଗ ହଳଦୀ, ଶୁଭ ଅଙ୍କ ୩।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories