www.samajalive.in
Saturday, December 6, 2025
26.1 C
Bhubaneswar

ଏହି ରାଶିର ଲୋକେ ସ୍ୱାସ୍ଥ୍ୟ ପ୍ରତି ସଚେତନ ରୁହନ୍ତୁ: ମଙ୍ଗଳବାର ରାଶିଫଳ

ମେଷ: କର୍ମ ଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବ ଅନୁଭବ କରିବେ। ଆକସ୍ମିକ ଧନ ଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ ଓ ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ।
ବୃଷ: ଉଦାର ସ୍ବଭାବର ହେବେ। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହେବେ। ଜଳଯାତ୍ରା ନ କରିବା ଭଲ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ମିଥୁନ: ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷା ମାର୍ଜିତ ଓ ବ୍ୟବହାର ପ୍ରେମପୂର୍ଣ୍ଣ ହେବ। ପ୍ରେମୀ ଓ ସାହାସୀ ହେବେ। ଅନୁଜମାନଙ୍କଠାରୁ ଆଦର, ସମ୍ମାନ ମିଳିବ। ସର୍ବତ୍ର ବିଜୟୀ ହେବେ।

କର୍କଟ: ସୌଭାଗ୍ୟଶାଳୀ ହୋଇପାରନ୍ତି। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାରଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସହାୟତା ପ୍ରାପ୍ତ ହେବେ।
ସିଂହ: ନାନା ଐଶ୍ବର୍ଯ୍ୟରେ ମଣ୍ଡିତ ହୋଇପାରନ୍ତି। ମାଲି-ମୋକଦ୍ଦମାରେ ବିଜୟୀ ହେବେ। ଧନ ଲାଭ ହେବ। ଶ୍ରୀଚନ୍ଦ୍ର ଭୋଗ ହେତୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ସୁସ୍ଥ ରହିବେ। ସାଧୁ ସେବାରେ ନିମଗ୍ନ ହେବେ।

- Advertisement -

କନ୍ୟା: ଥଣ୍ଡାକଫରେ ଆକ୍ରାନ୍ତ ହୋଇପାରନ୍ତି। କର୍ମଚଞ୍ଚଳ ରହିବେ। ସାଧନା ଫଳବତୀ ହେବ। ମଧୁର କଥା କହି ପରକୁ ଆପଣାର କରିପାରନ୍ତି। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ। ସାହସୀ ଓ ଜ୍ଞାନୀ ହେବେ।
ତୁଳା: ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି। କର୍ମଚଞ୍ଚଳ ରହିବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ସରକାରୀସ୍ତରରେ ସମ୍ମାନିତ ହେବେ। ଜ୍ୟୋତିଷ ବିଦ୍ୟାପ୍ରତି ରୁଚି ରହିବ।
ବିଛା: କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ଦୟାର୍ଦ୍ରଚିତ୍ତ ହେବେ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପାରିବାରିକ ସୁଖ ମିଳିବ।
ଧନୁ: ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖ-ସମୃଦ୍ଧି ପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସ ପ୍ରିୟ, ବିଦ୍ବାନ, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି। କରିତ୍‌କର୍ମା ହେବେ। ସୁସ୍ଥ ହେବେ।
ମକର: ପ୍ରତିଶୋଧ ପରାୟଣ ହୋଇପାରନ୍ତି। କଥାବାର୍ତ୍ତା ପିଲାଳିଆମି ହୋଇପାରେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ମିତ୍ରମାନେ କରଛଡ଼ା ଦେଉଥିବାବେଳେ ଜଳଯାତ୍ର ପ୍ରତି ସତର୍କ ରହିବେ।

କୁମ୍ଭ: ସମାଜସେବୀ ଭାବେ ସମ୍ମାନିତ ହେବେ। ବ୍ୟବସାୟ ଲାଭପ୍ରଦ ହେବ। ଶାନ୍ତ ଓ ଧୈର୍ଯ୍ୟବାନ ହେବେ। ସ୍ବକର୍ମ ପାଇଁ ମନରେ ଉପୁଜିଥିବା ଅହଂଭାବକୁ ବିସର୍ଜିତ କରିପାରନ୍ତି। ପତ୍ନୀ ପରୋପକାରୀ ହେବେ।
ମୀନ: ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭ୍ରାତୃଭାବ ଅତୁଟ ରହିବ। ଆୟୁଷ୍ମାନ୍‌ ହେବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଚମତ୍କାରିକ ଦକ୍ଷତା ପ୍ରତିପାଦନ କରିବେ।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories