ମହାଦେବଙ୍କ କୃପାରୁ ଆଜି ଚମକିବ ଏହି ସବୁ ରାଶିର ଭାଗ୍ୟ

ମେଷ: ପ୍ରତିଶୋଧ ପରାୟଣ ହୋଇପାରନ୍ତି। କ୍ରୋଧର ସ୍ଫୁଲିଙ୍ଗଠାରୁ ଦୂରେଇ ରହିବାକୁ ପଡ଼ିବ। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିବେ। ସାରାଦିନ ସତର୍କ ରହିବେ। କର୍ମଚଞ୍ଚଳ ଓ କର୍ମଠ ରହିବେ।
ବୃଷ: ଜଣେ ସମାଜସେବୀଭାବେ ଜନସାଧାରଣଙ୍କ ଆଦରଣୀୟ ହେବେ। ବ୍ୟବସାୟ ଲାଭପ୍ରଦ ହେବ। ସେବା ଭାବନାରେ ଉନ୍ମୁଖ ହୋଇପାରନ୍ତି। ଧୈର୍ଯ୍ୟବାନ୍ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।
ମିଥୁନ: ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଓ ବଦ୍ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭାଇମାନଙ୍କ ପ୍ରତି ଶ୍ରଦ୍ଧା ଭାବ ଅବ୍ୟାହତ ରହିବ। ସୁସ୍ଥ ଓ ନିରାମୟ ରହିବେ। ଶତ୍ରୁକୁ କବଳିତ କରିପାରନ୍ତି। ସୁନାମ ଅର୍ଜନ କରିବେ। କର୍କଟ: କର୍ମଚଞ୍ଚଳ ରହିବେ। କନ୍ୟା ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। କରିତ୍କର୍ମା ହୋଇପାରନ୍ତି। ସୁଖୀ ହେବେ।
ସିଂହ: ଉଦାର ସ୍ବଭାବର ହୋଇପାରନ୍ତି। ଦାନଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରା ନ କରିବା ଭଲ। ଯାନବାହନ ସୁଖ ମିଳିପାରେ। ସୁଖୀ ହେବେ। କନ୍ୟା: ଆତ୍ମବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ବ୍ୟବହାର ଭଦ୍ରୋଚିତ ହେବ। ଭାଷା ମଧୁର ଓ ପ୍ରେମପୂର୍ଣ୍ଣ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର ସମ୍ମାନ ମିଳିବ। ବନ୍ଧୁପେୟମୀ ହେବେ।
ତୁଳା:ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବନ୍ଧୁ ସହାୟତା ମିଳିବ।
ବିଛା: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟର ମାତ୍ରା ବୃଦ୍ଧି ପାଇବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଲୋକପ୍ରିୟ ହେବେ।
ଧନୁ: ଥଣ୍ଡା-କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ମଧୁର କଥା କରି ପରକୁ ଆପଣାର କରିପାରନ୍ତି। କାମନା ଶୂନ୍ୟ ହୋଇପାରନ୍ତି। ଧାର୍ମିକ ପ୍ରବୃତ୍ତିର, ସାହସୀ ଓ ଜ୍ଞାନୀ ହେବେ।
ମକର: କର୍ମଚଞ୍ଚଳ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୁଯୋଗ ଅଛି। ପତ୍ନୀ ସୁଶ୍ରୀ, ସୁଶୀଳା ଓ ଗୃହକାର୍ଯ୍ୟ ନିପୁଣା ହେବେ।
କୁମ୍ଭ:କୁୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶ ଅର୍ଜନ କରି ଗର୍ବିତ ହୋଇପାରନ୍ତି। ପାରିବାରିକ ସ୍ନେହ ଅତୁଟ ରହିବ।
ମୀନ: ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
Comments are closed.