www.samajalive.in
Monday, December 8, 2025
27.1 C
Bhubaneswar

ଆଜି ଏହିସବୁ ରାଶିଙ୍କ ପାଇଁ ବଢିପାରେ ଅଡୁଆ,ରୁହନ୍ତୁ ସତର୍କ!

ମେଷ: ଆୟ ଆଶାନୁରୂପ ହେବ। ବନ୍ଧୁ ସହାୟତାରୁ ଲାଭବାନ୍‌ ହୋଇପାରନ୍ତି। ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ। ସୁସ୍ଥ ରହିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଚିନ୍ତାଧାରା ଉନ୍ନତମାନର ହେବ।
ବୃଷ: ବିବାଦୀୟ ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜିପାରନ୍ତି। ଦୁଶ୍ଚିନ୍ତା ମଧ୍ୟ ଦେଇ ଗତିକରିବେ। ବନ୍ଧୁଙ୍କ ବିରୋଧର ସମ୍ମୁଖୀନ ହେବେ। କର୍ମଚଞ୍ଚଳ ରହିବେ। ସ୍ବାସ୍ଥ୍ୟ ରକ୍ଷା ପାଇଁ ଧନ ବ୍ୟୟ କରିବେ।
ମିଥୁନ: ଜ୍ଞାନ ପିପାସୁ ହୋଇପାରନ୍ତି। ସତ୍‌କର୍ମରେ ନିଜକୁ ନିୟୋଜିତ କରିବେ। ପ୍ରାୟ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ଲାଭ କରିବେ। ପରୋପକାରୀ ହେବେ। ଜନସାଧାରଣଙ୍କର ପ୍ରତିନିଧିତ୍ବ କରିପାରନ୍ତି।

କର୍କଟ: କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ପାଇବେ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖା ଦେବ। ପ୍ରତିଯୋଗିତାରେ କୃିତିତ୍ବ ଅର୍ଜନ କରିବେ। ବିବାଦରେ ବିଜୟୀ ହେବେ।
ସିଂହ: କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। କ୍ଷମତା ହାସଲ ସହ ତା’ର ବିକେନ୍ଦ୍ରୀକରଣ କରି ଜନସାଧାରଣଙ୍କ ଆସ୍ଥାଭାଜନ ହେବେ। ବିବାଦରେ ବିଜୟୀ ହେବେ। ପାରିବାରିକ ସୁଖ ମିଳିବ।

- Advertisement -

କନ୍ୟା:ଦୀର୍ଘ ଦିନ ଧରି ଭୋଗ କରୁଥିବା ଅସୁସ୍ଥତାରୁ ଧୀରେ ସୁସ୍ଥେ ଉପସମ ପାଇବେ। ଅଷ୍ଟମ ଚନ୍ଦ୍ର ଭୋଗ ହେଉ ଥିବାରୁ ସତର୍କରେ ଚଳିବାକୁ ପଡ଼ିବ। ପରୋପକାରୀ ହୋଇପାରନ୍ତି। ଯାନବାହନ ସୁଖ ମିଳିବ।
ତୁଳା: ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଶୁଭଦାୟକ ହେବ। କର୍ମକ୍ଷେତ୍ରରୁ ସଫଳତା ମିଳିବ। ସେବକ ମନୋଭାବର ହେବେ। ନାନା ସୁଖକର ଘଟଣାମାନ ଘଟିବ। ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ।
ବିଛା: ବନ୍ଧୁ, ଜ୍ଞାତି, ପରିଜନଙ୍କ ସହାୟତାରେ ଶତ୍ରୁ ବିନାଶ କରି ମାନସିକ ଶାନ୍ତି ଫେରି ପାଇବେ। ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ। ଶୁଭକାର୍ଯ୍ୟ ପାଇଁ ବାତାବରଣ ସ୍ବଚ୍ଛ ଓ ନିର୍ମଳ ରହିବ। ଋଣ ପରିଶୋଧ କରିପାରନ୍ତି।
ଧନୁ: ଜ୍ଞାନ ଅର୍ଜନ ଓ ବିତରଣ ପାଇଁ ଅଧ୍ୟୟନକୁ ଆଧାର କରିପାରନ୍ତି। ବ୍ୟବସାୟାଦି ଓ କର୍ମକ୍ଷେତ୍ରରେ ଅକ୍ଲାନ୍ତ ପରିଶ୍ରମର ମୂଲ୍ୟ ସ୍ବରୂପ ପ୍ରଚୁର ଅର୍ଥ ପ୍ରାପ୍ତ କରିପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ମକର: ପରିଶ୍ରମ ଯେତେ କଠିନ ଓ କଷ୍ଟଦାୟକ ହେଲେ ବି ତା’ର ମୂଲ୍ୟ ମିଳିବ। ଗୃହ ପରିବେଶ ପ୍ରଦୂଷଣ ମୁକ୍ତ ରହିବ। ଯାନବାହନ ସୁଖ ମିଳିବ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ।

କୁମ୍ଭ: ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖା ଦେବ। ଦେବ ଦର୍ଶନରୁ ଆତ୍ମ ସନ୍ତୋଷ ମିଳିବ। ଉପୁଜିଥିବା ଅଶାନ୍ତି ଦୂର ହୋଇପାରେ। ସରକାରୀ ସ୍ତରରୁ ଲାଭ ଉଠାଇ ନିଜର ସ୍ଥିତିକୁ ଦୃଢ଼ୀଭୂତ କରିପାରନ୍ତି।
ମୀନ: ତ୍ୟାଗପୂତ ମନବୃତ୍ତିର ହୋଇପାରନ୍ତି। ମତିମାନ୍‌ ହେବେ। ବିବିଧ ଉପାୟରେ ଧନ ଅର୍ଜନ କରିପାରନ୍ତି। କୀର୍ତ୍ତିମାନ୍‌ ହେବେ। କର୍ମଚଞ୍ଚଳ ରହିବେ। ହୃଷ୍ଟଚିତ୍ତ ଓ ଅତି ସୁଖୀ ହୋଇପାରନ୍ତି। ସହିଷ୍ଣୁ ହେବେ।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories