www.samajalive.in
Tuesday, December 9, 2025
16.1 C
Bhubaneswar

ଜାଣନ୍ତୁ ଆଜି ଛାତ୍ରଛାତ୍ରୀଙ୍କ ପାଇଁ କିପରି କଟିବ ଦିନ: ମଙ୍ଗଳବାର ରାଶିଫଳ

ମେଷ: ମନ ପ୍ରସନ୍ନ ରହିବ। ଆସ୍ତିକ ମନୋବୃତ୍ତିର ହୋଇପାରନ୍ତି। ଭାଷା ଅତି ମଧୁର ଓ ବ୍ୟବହାର ଭଦୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଭାଇମାନଙ୍କଠାରୁ ସ୍ନେହ, ଆଦର ଓ ସମ୍ମାନ ମିଳିବ।
ବୃଷ: ସୌଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାରଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ଆନନ୍ଦଦାୟକ ହେବ। ବନ୍ଧୁ ସହାୟତା ମିଳିବ।
ମିଥୁନ: ଶ୍ରୀଚନ୍ଦ୍ର ଭୋଗ ହେତୁ ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ବିଦ୍ବାନ ଓ ଶାସ୍ତ୍ରଜ୍ଞ ହେବେ। ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ। ଆୟ ଆଶାନୁରୂପ ହେବ।

କର୍କଟ: କର୍ମଚଞ୍ଚଳ ରହିବେ। ଥଣ୍ଡା, କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ଏକାନ୍ତରେ ସାଧନା ଆପଣଙ୍କ ପାଇଁ ଫଳବତୀ ହେବ। ମଧୁର କଥାରେ ପରକୁ ଆପଣାର କରିପାରନ୍ତି। ଖର୍ଚ୍ଚାନ୍ତ ହୋଇପାରନ୍ତି।
ସିଂହ: ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ।

- Advertisement -

କନ୍ୟା: କୁଳ ପ୍ରଦୀପ ହୋଇ ପ୍ରତ୍ୟେକ କ୍ଷେତ୍ରରେ ବଂଶ ମର୍ଯ୍ୟାଦା ରକ୍ଷା କରିବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭପ୍ରଦ ହେବ। ଯଶସ୍ବୀ ହେବେ।
ତୁଳା: ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସରସ, ସୁନ୍ଦର ହେବ।
ବିଛା: ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭପ୍ରଦ ହେବ। ନିଜେ ଅସୁବିଧାର ସମ୍ମୁଖୀନ ହେଉଥିଲେ ମଧ୍ୟ ସହଯୋଗୀଙ୍କ ସାହାଯ୍ୟକାରୀ ହେବେ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ।
ଧନୁ: ସମାଜସେବୀ ମନୋବୃତ୍ତିର ହୋଇଥିବାରୁ ଜନସାଧାରଣଙ୍କ ଆଦରର ପାତ୍ର ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହୋଇପାରନ୍ତି। ଉତ୍ସର୍ଗୀକୃତ ସେବା ପାଇଁ ଆତ୍ମସନ୍ତୋଷ ମିଳିବ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।
ମକର: ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିବାକୁ ବାଧ୍ୟ ହେବେ। ଭ୍ରାତୃଭାବ ଅକ୍ଷୁଣ୍ଣ ରହିବ। ଆୟୁଷ୍ମାନ୍‌ ହେବେ। କୌଶଳୀ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଗ୍ରାମାଞ୍ଚଳ ସେବାକୁ ଧ୍ୟାନ ଦେବେ।

କୁମ୍ଭ: କର୍ମଚଞ୍ଚଳ ରହିବେ। ବକୟା ପ୍ରାପ୍ୟ ମିଳିପାରେ। ଆର୍ଥିକ ସ୍ରୋତ ସ୍ନେହାସ୍ପଦଙ୍କ ତରଫରୁ ପ୍ରବାହିତ ହେବ। ଜ୍ୟୋତି ବିଦ୍ୟା ପ୍ରତି ରୁଚି ରହିବ। ସଳିତା ପରି ନିଜେ ଜଳି ଅନ୍ୟକୁ ଆଲୋକିତ କରିବେ।
ମୀନ: ଉଦାର ସ୍ବଭାବର ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃତି ବିଶାରଦ ହୋଇପାରନ୍ତି। ଜଳଯାତ୍ରା ନ କରିବା ଭଲ। ବୁଦ୍ଧିମାନ୍‌ ହେବେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories