www.samajalive.in
Monday, December 8, 2025
27.1 C
Bhubaneswar

ଜାଣନ୍ତୁ ଆଜି କିପରି କଟିବ ଆପଣଙ୍କ ଦିନ , କାହାକୁ ମିଳିବ ଶୁଭଫଳ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଉପାଦେୟ ପୁସ୍ତକ ଅଧ୍ୟୟନରେ ମନୋନିବେଶ କରିପାରନ୍ତି। ଅର୍ଜିତ ଧନ ପ୍ରାପ୍ତିର ସୂଚନା ମିିଳୁଛି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସମ୍ବାଦ ମିଳିପାରେ।
ବୃଷ: ପରିଶ୍ରମ ଯେତେ କଠିନ ଓ କଷ୍ଟଦାୟକ ହେଲେ ବି ତା’ର ମୂଲ୍ୟ ମିଳିବ। ଗୃହ ପରିବେଶକୁ ପ୍ରଦୂଷଣମୁକ୍ତ ରଖିବା ପାଇଁ ଆନୁଷଙ୍ଗିକ ବ୍ୟବସ୍ଥା କରିବେ। ଯାନବାହନ ସୁଖ ମିଳିବ। କୃଷିରୁ ଭଲ ଆୟ ହେବ।
ମିଥୁନ: ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ଦେବ ଦର୍ଶନ ପାଇ ଆତ୍ମତୃପ୍ତି ମିଳିବ। ଉପୁଜିଥିବା ଅଶାନ୍ତି ଦୂର ହେବ। ସରକାରୀ ସ୍ତରରୁ ଲାଭ ମିଳିପାରେ। କର୍କଟ: ବିଭିନ୍ନ ଉପାୟରେ ଧନ ଅର୍ଜନ କରି ଆର୍ଥିକ ସ୍ଥିତିକୁ ଦୃଢ଼ କରିପାରନ୍ତି। ବ୍ୟବସାୟ ଲାଭପ୍ରଦ ହେବାର ସୂଚନା ମିଳୁଛି। ତ୍ୟାଗପୂତ ମନୋବୃତ୍ତିର ହେବେ। ମତିମାନ୍‌ ହୋଇପାରନ୍ତି। କୀର୍ତ୍ତିମାନ୍‌ ହେବେ।
ସିଂହ: ଆୟ ଯଥେଷ୍ଟ ପରିମାଣାତ୍ମକ ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‌ ହେବେ। ସୁଷମ ଖାଦ୍ୟ ରୁଚିକର ହେବ। ସୁସ୍ଥ ଓ ନିରାମୟ ରହିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ନୂଆ ବନ୍ଧୁ ସୃଷ୍ଟି ହେବେ। କନ୍ୟା: ବିବାଦୀୟ ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜି ପାରନ୍ତି। ସାଧନା ଫଳପ୍ରସୂ ହେବ। ରୂପଯୌବନ ସମ୍ପନ୍ନା ବିଶାଳ କୁଳସମ୍ଭବା ହେବେ। ମଧୁର ଭାଷାରେ ପରକୁ ଆପଣାର କରିପାରନ୍ତି।
ତୁଳା: ଜ୍ଞାନ ପିପାସା ମେଣ୍ଟାଇବା ପାଇଁ ଉଦ୍ୟମ ଜାରି ରଖିବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ସରକାରୀ ସ୍ତରରୁ ଅର୍ଥ ସହିତ ସମ୍ମାନ ପ୍ରାପ୍ତିର ସୂଚନା ମିଳୁଛି। କାର୍ଯ୍ୟରେ ସଫଳତା ମିଳିବ। କର୍ମଠ ହେବେ।
ବିଛା: କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ଆର୍ଥିକ ସ୍ଥିତିରେ ପ୍ରଭୂତ ଉନ୍ନତି ଘଟିବ। ବିବାଦୀୟ ଘଟଣାରେ ବିଜୟୀ ହେବେ। ପ୍ରତିଯୋଗିତାରେ କୃତିତ୍ବ ଅର୍ଜନ କରିପାରନ୍ତି। ପାରିବାରିକ ଜୀବନ ଜଞ୍ଜାଳମୟ ହେବ।
ଧନୁ: କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହୋଇପାରନ୍ତି। ପ୍ରାପ୍ତ କ୍ଷମତାକୁ ବିକେନ୍ଦ୍ରୀକରଣ କରି ଅଧସ୍ଥନମାନଙ୍କର ଆସ୍ଥାଭାଜନ ହେବେ। ବିବାଦୀୟ ଘଟଣାରେ ବିଜୟୀ ହେବେ। ଦାମ୍ପତ୍ୟ ସୁଖ ମିଳିବ।
ମକର : ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଆର୍ଥିକ ସ୍ଥିତି ନିମ୍ନଗାମୀ ହୋଇପାରେ। କର୍ମକ୍ଷେତ୍ରରେ ପ୍ରତିବନ୍ଧକ ସୃଷ୍ଟି ହେବାର ଆଶଙ୍କା ଉପୁଜିଛି। ପ୍ରିୟଭାଷୀ ହେବେ। ଜିତେନ୍ଦ୍ରୀୟ ହୋଇପାରନ୍ତି।

କୁମ୍ଭ: ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଶୁଭପ୍ରଦ ରହିବ। କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିପାରେ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ। ସୁସ୍ଥ ରହିବେ।
ମୀନ: ଭାଇ, ବନ୍ଧୁ, ଜ୍ଞାତି, କୁଟୁମ୍ବ ସମସ୍ତେ ମିଳି ଶତ୍ରୁ ବିନାଶ କରିବେ। ମାନସିକ ସ୍ତରରେ ଶାନ୍ତିର ବାତାବରଣ ପ୍ରବାହିତ ହେବ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ଋଣ ପରିଶୋଧ କରିପାରନ୍ତି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories