www.samajalive.in
Sunday, December 7, 2025
14.1 C
Bhubaneswar

ଆଜି ଏହି ରାଶିର ଲୋକେ ପରିବାର ଲୋକଙ୍କ ସହ ଖୁସିରେ ସମୟ ବିତାଇବେ: ଗୁରୁବାର ରାଶିଫଳ

ମେଷ : ପରମ ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସହାୟତା ମିଳିବ।
ବୃଷ: ଐଶ୍ବର୍ଯ୍ୟଯୁକ୍ତ ହେବେ। ମୋକଦ୍ଦମାରେ ବିଜୟ ହାସଲ କରିବେ। ରଣାଙ୍ଗନରେ ନିଜର ଦକ୍ଷତା ପ୍ରତିପାଦନ କରିବେ। ଧନ ଲାଭ ହେବ। ଭୋଜନ ରୁଚିପୂର୍ଣ୍ଣ ହେବ। ଧନସମ୍ପଦ ଭରପୂର ରହିବ। ସୁସ୍ଥ ରହିବେ।
ମିଥୁନ: ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ଏକାନ୍ତ ସାଧନା ଫଳବତୀ ହେବ। ମଧୁର କଥାରେ ପରକୁ ଆପଣାର କରିବେ। ଗୁପ୍ତ ବିଦ୍ୟାରେ ରୁଚି ରହିବ। ଜ୍ଞାନୀ ହେବେ।

କର୍କଟ:  ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜ କୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସୁଖୀ ରହିବେ।
ସିଂହ: କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛା ଭାବ ରହିବ।

- Advertisement -

କନ୍ୟା:  ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ଭୋଗ ବିଳାସରେ ଅତିବାହିତ କରିପାରନ୍ତି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ତୁଳା: ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଜଳଯାତ୍ରା ନ କରିବା ଭଲ। ସହଯୋଗୀ ବ୍ୟବସାୟ ଲାଭପ୍ରଦ ହେବ। ଧୈର୍ଯ୍ୟବାନ୍‌ ହେବେ।
ବିଛା: ସମାଜସେବୀଭାବେ ଜନସାଧାରଣଙ୍କ ଆଦରଣୀୟ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ। ବ୍ୟବସାୟ ଲାଭପ୍ରଦ ହେବ। ସତ୍‌ପରାୟଣ ହେବେ। ଧର୍ମ କାର୍ଯ୍ୟ କରିପାରନ୍ତି।
ଧନୁ: ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିବାକୁ ବାଧ୍ୟ ହେବେ। ଭାଇମାନଙ୍କ ପ୍ରତି ଶ୍ରଦ୍ଧାଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ସ୍ବଭାବର ହୋଇପାରନ୍ତି। ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ।
ମକର: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବ ଅନୁଭବ କରିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ପତ୍ନୀ ରୂପବତୀ ଓ ଗୁଣବତୀ ହେବେ।

କୁମ୍ଭ :  ଉଦାର ଚେତା ହୋଇପାରନ୍ତି। ଦାନଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ଜୀବନ ବିତାଇବେ। କୃଷି କର୍ମକାରୀ ହେବେ। ଚରିତ୍ରବାନ୍‌ ଓ ବୁଦ୍ଧିମାନ୍‌ ହେବେ।
ମୀନ: ଆତ୍ମବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ଅମୃତ ତୁଲ୍ୟ ହୋଇପାରେ। ବ୍ୟବହାର ପ୍ରେମପୂର୍ଣ୍ଣ ହେବ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର ସମ୍ମାନ ପ୍ରାପ୍ତ କରିବେ।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories