www.samajalive.in
Friday, December 5, 2025
20.1 C
Bhubaneswar

ଆଜି ଏହି ରାଶିର ଲୋକଙ୍କର ଆର୍ଥିକ ସ୍ଥିତିରେ ଉନ୍ନତି ଘଟିବ

ମେଷ: କର୍ମଚଞ୍ଚଳ ରହିବେ। ଆକସ୍ମିକ ଭାବେ ଧନ ପ୍ରାପ୍ତିର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ପତ୍ନୀ ଆଜ୍ଞାକାରିଣୀ ହେବେ। ତେଜସ୍ବୀ ଓ ଧାର୍ମିକ ହେବେ। ସୁସ୍ଥ ରହିବେ।
ବୃଷ: ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ଉଦାର ସ୍ବଭାବସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରା ନ କରିବା ଭଲ। ସୁଖୀ ହେବେ।
ମିଥୁନ: ଆସ୍ତିକ ମନୋବୃତ୍ତିର ହେବେ। ମନ ପ୍ରସନ୍ନ ରହିବ। ଭାଷା ସ୍ନେହପୂର୍ଣ୍ଣ ହେବ। ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଭକ୍ତିପୂତ ଆଦର, ସମ୍ମାନ ମିଳିବ।
କର୍କଟ:  ଭାଗ୍ୟଶାଳୀ ହେବେ। ସ୍ବତନ୍ତ୍ର୍ୟ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସହାୟତା ମିଳିପାରେ।
ସିଂହ: ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ସଂଗ୍ରାମୀ ମନୋବୃତ୍ତିର ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଧନସମ୍ପଦ ଭରପୂର ରହିବ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି।
କନ୍ୟା:  କର୍ମଚଞ୍ଚଳ ରହିବେ। ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ପ୍ରେମପୂର୍ଣ୍ଣ କଥା କହି ପରକୁ ଆପଣାର କରିପାରନ୍ତି। ସାଧନା ଫଳବତୀ ହେବ। ସାହସୀ ଓ ଜ୍ଞାନୀ ହେବେ। ସୁଖୀ ହେବେ।
ତୁଳା: ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସୁସ୍ଥ ରହିବେ।
ବିଛା: କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଅକ୍ଷୟ ଯଶର ଅଧିକାରୀ ହେବେ। ନିଜ ପରିବାର ପ୍ରତି ସ୍ନେହଭାବ ରହିବ।
ଧନୁ: ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଜୀବନ ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ମକର: ଈର୍ଷାଳୁ ସ୍ବଭାବସମ୍ପନ୍ନ ହେବେ। ସ୍ବାଭିମାନୀ ହୋଇପାରନ୍ତି। ସହଯୋଗୀ ବ୍ୟବସାୟରୁ କିଛି ଲାଭ ମିଳିପାରେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଜଳଯାତ୍ରା ନ କରିବା ଭଲ। ସତର୍କତାର ଦିନ ଆଜି।
କୁମ୍ଭ:  ଜଣେ ନୀତିନିଷ୍ଠ ଓ ବିଶିଷ୍ଟ ସମାଜସେବୀଭାବେ ଲୋକମାନଙ୍କର ଆଦରଣୀୟ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶରେ ପରିଚାଳିତ ହୋଇପାରନ୍ତି। ନିଜ ଜିଦ୍‌ରେ ଅଟଳ ରହିବେ।
ମୀନ: ଆୟର ମାତ୍ରା ସ୍ବଳ୍ପ ପରିମାଣ ହେଉଥିବାରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭ୍ରାତୃତ୍ବ ବନ୍ଧନ ନିବିଡ଼ ହେବ। ଶରୀର ସୁସ୍ଥ ରହିବ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories