www.samajalive.in
Friday, December 5, 2025
26.1 C
Bhubaneswar

ରାଶି ଅନୁସାରେ ଜାଣନ୍ତୁ କର୍ମ କ୍ଷେତ୍ରରେ କିପରି କଟିବ ଦିନ

ମେଷ:   କୁଳ ଉଜ୍ଜ୍ବଳକାରୀ ହେବେ। ମନ ପ୍ରସନ୍ନ ରହିବ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ବ୍ୟବସାୟ ଲାଭପ୍ରଦ ହେବ। ପରସ୍ପର ସ୍ନେହ ରହିଲେ ଘର ବୈକୁଣ୍ଠ ସମାନ ହେବ।
ବୃଷ: ଭାଗ୍ୟଶାଳୀ ହେବେ। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ପ୍ରବଳ ଉଦ୍ୟୋଗୀ ହେବେ। ସୁସ୍ଥ ଓ ନିରାମୟ ରହିବେ।
ମିଥୁନ:  ଈର୍ଷା ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଜଳଯାତ୍ରାରେ ବିପଦ ରହିଛି। ସତର୍କରେ ଚଳିବେ।
କର୍କଟ: ସମାଜସେବୀଭାବେ ଉଚ୍ଚ ସମ୍ନାନର ଅଧିକାରୀ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ସ୍ବସୁକର୍ମ ପାଇଁ ମନରେ ଉପୁଜିଥିବା ଅହଂଭାବକୁ ବିସର୍ଜନ ଦେବାକୁ ପଡ଼ିବ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।
ସିଂହ: ଭ୍ରାତୃଭାବ ଅତୁଟ ରହିବ। ସୁସ୍ଥ ଓ ନିରାମୟ ରହିବେ। କଥା ଶୈଳୀରେ ଶତ୍ରୁକୁ ବଶ କରିପାରନ୍ତି। ଚାକିରି କ୍ଷେତ୍ରରେ ଜନସାଧାରଣଙ୍କ ସେବକ ମନୋଭାବର ହେବେ। ସତ୍‌ପରାୟଣ ହେବେ। କର୍ମଚଞ୍ଚଳ ରହିବେ।

କନ୍ୟା: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନଙ୍କ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ ଓ ତେଜସ୍ବୀ ହେବେ।
ତୁଳା: ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଉଦାର ସ୍ବଭାବର ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରା ନ କରିବା ଭଲ। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।
ବିଛା: ଈଶ୍ବର ବିଶ୍ବାସୀ ହେବେ। ପରିବାର ଲୋକେ ଶ୍ରୀମନ୍ଦିରରେ ପଟି ଦିଅଁ ଦର୍ଶନ କରି ସନ୍ତୁଷ୍ଟ ହେଉଥିବାବେଳେ ନିଜେ ବ୍ରହ୍ମଗିରି ଯାଇ ଅଲାରନାଥଙ୍କ ଦର୍ଶନାଭିଳାଷୀ ହେବେ। ପ୍ରେମୀ ଓ ସାହସୀ ହେବେ।
ଧନୁ:ସୌଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ସୁଖ ମିଳିବ। ବନ୍ଧୁ ସହାୟତା ପ୍ରାପ୍ତ ହେବ।
ମକର: ମାଲି ମୋକଦ୍ଦମାରେ ବିଜୟୀ ହେବେ। ଧନଳାଭ ହେବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ପାରିବାରିକ ସ୍ନେହ ଅତୁଟ ରହିବ।
କୁମ୍ଭ:  କର୍ମଚଞ୍ଚଳ ରହିବେ। ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ମଧୁର ଭାଷୀ ହେବେ। ଶତ୍ରୁମାନଙ୍କ କାର୍ଯ୍ୟକଳାପ ପ୍ରତି ସତର୍କ ଦୃଷ୍ଟି ରଖିବାକୁ ପଡ଼ିବ। ଗୁପ୍ତ ବିଦ୍ୟାରେ ରୁଚି ରହିବ।
ମୀନ: ଆୟୁଷ୍ମାନ୍‌ ହେବେ। ସୁସ୍ଥ ଓ ନିରାମୟ ରହିବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ଯଶସ୍ବୀ ହେବେ। କର୍ମଚଞ୍ଚଳ ରହିବେ। ରାଜଦ୍ବାରେ ସମ୍ମାନିତ ହେବେ। ଅର୍ଥାଗମ ହେବ। ପରୋପକାରୀ ହେବେ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories