www.samajalive.in
Saturday, December 6, 2025
26.1 C
Bhubaneswar

ରାଶି ଅନୁସାରେ ଜାଣନ୍ତୁ କର୍ମ କ୍ଷେତ୍ରରେ କିପରି କଟିବ ଦିନ

ମେଷ: ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ରଣାଙ୍ଗନରେ ବୀରତ୍ବର ପରାକାଷ୍ଠା ପ୍ରତିପାଦନ କରିପାରନ୍ତି। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ବନ୍ଧୁ ସହାୟତା ମିଳିବ।
ବୃଷ: କର୍ମଚଞ୍ଚଳ ରହିବେ। ସାଧନାରେ ସିଦ୍ଧି ପ୍ରାପ୍ତିର ସୁଯୋଗ ଅଛି। ମଧୁର କଥାରେ ପରକୁ ଆପଣାର କରି କାର୍ଯ୍ୟ ହାସଲ କରିପାରନ୍ତି। ଗୁପ୍ତ ବିଦ୍ୟାରେ ରୁଚି ରହିବ। କ୍ରୋଧ ସମ୍ବରଣ କଲେ ମାନ୍ୟତା ମିଳିବ।
ମିଥୁନ: ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନଲାଭର ସୂଚନା ମିଳୁଛି। ଦାମ୍ପତ୍ୟ ସୁଖ ମିଳିବ।
କର୍କଟ:  କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। ଦୟାର୍ଦ୍ରଚିତ୍ତ ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛା ଭାବ ରହିବ।
ସିଂହ: ଭାଗ୍ୟଶାଳୀ ହୋଇପାରନ୍ତି। କିଛି ଭୋଗ ବିଳାସ କରିପାରନ୍ତି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉଦ୍ୟୋଗୀ ହେବେ।
କନ୍ୟା:  ସ୍ବାଭିମାନୀ ହେବେ। ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସହଯୋଗୀ ବ୍ୟବସାୟରୁ ଲାଭ ମିଳିବ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଶୁଭକାର୍ଯ୍ୟ ସ୍ଥଗିତ ରଖିବାକୁ ପଡ଼ିବ। ସାରାଦିନ ସତର୍କରେ ଚଳିବେ।
ତୁଳା: ସମାଜସେବାରେ ନିଜକୁ ନିୟୋଜିତ କରିବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ବ୍ୟବସାୟ ଲାଭଜନକ ହେବ। ସ୍ବସୁକର୍ମ ପାଇଁ ମନରେ ଉପୁଜିଥିବା ଅହଂଭାବକୁ ବିସର୍ଜନ ଦେଇପାରନ୍ତି। ଧର୍ମଜ୍ଞ ହେବେ।
ବିଛା: ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହାର ବ୍ୟୟ ସୀମିତ ରଖିବାକୁ ପଡ଼ିବ। ଭାଇମାନଙ୍କ ଉପରେ ସ୍ନେହଭାବ ଅତୁଟ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚାକିରି ଜୀବନରେ ଜନସେବାକୁ ଗୁରୁତ୍ବ ଦେବେ।
ଧନୁ: କର୍ମଚଞ୍ଚଳ ରହିବେ। କନ୍ୟା ଓ ପୁତ୍ର ସନ୍ତାନ ପାଇଁ ଗର୍ବ ଅନୁଭବ କରିପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ ହେବେ।
ମକର: ଉଦାର ସ୍ବଭାବର ହୋଇପାରନ୍ତି। ଦାନଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରାରେ ବିପଦ ରହିଛି। ଭାଇଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ।
କୁମ୍ଭ:  ଆତ୍ମବିଶ୍ବାସୀ ହେବେ। ଚିତ୍ତ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଭକ୍ତିପୂତ ସ୍ନେହ ଓ ଆଦର ସମ୍ମାନ ମିଳିବ। ବନ୍ଧୁପ୍ରେମୀ ହେବେ।
ମୀନ: ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଠାରୁ ସହାୟତା ମିଳିବ। ବିଭିନ୍ନ ସୂତ୍ରରୁ ଧନାଗମ ହେବ।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories