www.samajalive.in
Friday, December 5, 2025
26.1 C
Bhubaneswar

ଆଜି ଏହି ରାଶିର ଲୋକଙ୍କୁ କିଛି ବଡ଼ ଦାୟିତ୍ୱ ମିଳିପାରେ

ମେଷ: ଈଶ୍ବର ବିଶ୍ବାସୀ ହେବେ। ସୁଖୀ, ସକଳ ଗୁଣଯୁକ୍ତ ଓ କାବ୍ୟ ଶାସ୍ତ୍ରାନୁରକ୍ତ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଭକ୍ତିଯୁକ୍ତ ଆଦର ସମ୍ମାନ ମିଳିବ।
ବୃଷ: ଯଶ୍ବସୀ ଓ ଭାଗ୍ୟଶାଳୀ ହୋଇପାରନ୍ତି। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବିଭିନ୍ନ ସ୍ତରରୁ ଧନାଗମ ହେବ।
ମିଥୁନ: ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଧନସମ୍ପଦ ଭରପୂର ରହିବ। ବିଦ୍ବାନ୍‌ ଓ ଶାସ୍ତ୍ରଜ୍ଞ ହେବେ। ବ୍ୟବସାୟ ଅତ୍ୟନ୍ତ ଲାଭଦାୟକ ହେବ।

କର୍କଟ:କର୍ମଚଞ୍ଚଳ ରହିବେ। ସାମାନ୍ୟ ଥଣ୍ଡା ଓ କଫଜନିତ କ୍ଲେଶ ଅନୁଭବ କରିପାରନ୍ତି। ମଧୁର କଥା କହି ପରକୁ ଆପଣାର କରି କାର୍ଯ୍ୟ ହାସଲ କରିବେ। ଧାର୍ମିକ ହେବେ। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ।
ସିଂହ : ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନଲାଭର ସୂଚନା ମିଳୁଛି। ସନ୍ତାନମାନେ ଗୁଣୀ ଓ ସମ୍ପତ୍ତିଯୁକ୍ତ ହେବେ।
କନ୍ୟା: କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହେବେ। ବ୍ୟବସାୟ ଲାଭପ୍ରଦ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ। ଈଶ୍ବର ବିଶ୍ବାସୀ ହେବେ।
ତୁଳା: ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ ବିଳାସ କରିପାରନ୍ତି। ଆଜି ଦିନଟି ଆପଣଙ୍କ ପାଇଁ ବହୁ ସୁଖସମୃଦ୍ଧି ଆଣିପାରେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ବିଛା: ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଦାୟକ ହେବ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଜଳଯାତ୍ରାରେ ବିପଦ ରହିଛି। ଯାନବାହନ ଚଳାଚଳରେ ସତର୍କ ରହିବାକୁ ପଡ଼ିବ।
ଧନୁ: ଜଣେ ସମାଜସେବୀ ଭାବେ ଉଚ୍ଚ ସମ୍ମାନର ଅଧିକାରୀ ହେବେ। ବ୍ୟବସାୟ ଲାଭପ୍ରଦ ହେବ। ସ୍ବ ସୁକର୍ମ ପାଇଁ ମନରେ ଉପୁଜିଥିବା ଅହଂଭାବକୁ ବିସର୍ଜନ ଦେବାକୁ ପଡ଼ିବ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ।
ମକର: ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ସେବା ମନୋଭାବର ହେବେ।
କୁମ୍ଭ:  କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଶୁଭେଚ୍ଛୁମାନଙ୍କ ପ୍ରେରଣା ଆପଣଙ୍କୁ ସ୍ଥିର ଚିତ୍ତ କରିପାରେ। ଧାର୍ମିକ, ତେଜସ୍ବୀ ହୋଇପାରନ୍ତି।
ମୀନ : ଉଦାର ପ୍ରକୃତିର ହୋଇପାରନ୍ତି। ଦାନଶୀଳ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ରହିବେ। କୃଷି କର୍ମକାରୀ ହେବେ। ଜଳଯାତ୍ରା ନ କରିବା ଭଲ। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories