www.samajalive.in
Friday, December 5, 2025
16.1 C
Bhubaneswar

ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ

ମେଷ:କର୍ମକ୍ଷେତ୍ରରୁ ସଫଳତା ମିଳିବ। ରାଜ ଦରବାରରେ ସମ୍ମାନିତ ହେବେ। ଆର୍ଥିକ ସ୍ଥିତିରେ ବ୍ୟାପକ ଉନ୍ନତି ଘଟିବ। ବିବାଦୀୟ ଘଟଣାରେ ବିଜୟୀ ହେବେ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି।
ବୃଷ: କାର୍ଯ୍ୟରେ ସଫଳତା ଲାଭ କରିବେ। କୌଶଳରେ କାର୍ଯ୍ୟ ହାସଲ କରିବେ। ବିବାଦୀୟ ଘଟଣାରେ ବିଜୟୀ ହେବେ। କ୍ଷମତାସୀନ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ମିଥୁନ: ଅତ୍ୟଧିକ ପରିଶ୍ରମ କରି କ୍ଲାନ୍ତ ଅନୁଭବ କରିପାରନ୍ତି। ଦୁଶ୍ଚିନ୍ତା ମଧ୍ୟ ଦେଇ ଗତି କରିବେ। ଶୁଭକାର୍ଯ୍ୟ ସ୍ଥଗିତ ରଖିବାକୁ ପଡ଼ିବ। ଧୈର୍ଯ୍ୟଧରି କାର୍ଯ୍ୟ କରିବା ପାଇଁ ପରାମର୍ଶ ମିଳିବ। ସତର୍କରେ ଚଳିବାକୁ ପଡ଼ିବ।
କର୍କଟ: ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଶୁଭଦାୟକ ହେବ। ବହୁ ସୁଖକର ଘଟଣା ଘଟିବ। କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ସୁଷମ ଭୋଜନ ଖାଇ ଆନନ୍ଦିତ ହେବେ। ପତ୍ନୀ ସହାୟିକା ହେବେ।
ସିଂହ: ବନ୍ଧୁ ମିଳନ ଘଟିବାର ସୂଚନା ମିଳୁଛି। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରିପାଇବେ। ଋଣ ପରିଶୋଧ କରି ଆଶ୍ବସ୍ତ ହେବେ। କାର୍ଯ୍ୟକ୍ଷେତ୍ରରେ ବିଭିନ୍ନ ସ୍ତରରୁ ସହଯୋଗ ମିଳିବ। ଘାତଚନ୍ଦ୍ର ଅଛି।
କନ୍ୟା: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। ବିଭିନ୍ନ ସ୍ତରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବ୍ୟବସାୟ ଲାଭପ୍ରଦ ହେବ। ପଦୋନ୍ନତି ମିଳିପାରେ। ସୁଖୀ ହେବେ।
ତୁଳା: ପରିଶ୍ରମ ଯେତେ ଅଧିକ ବା କଷ୍ଟଦାୟକ ହେଲେ ବି ତା’ର ମୂଲ୍ୟ ମିଳିବ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିଲେ ବି ପର ମୁହୂର୍ତ୍ତରେ ଅବସ୍ଥାର ସୁଧାର ଆସିବ। ଯାନବାହନ ସୁଖ ମିଳିବ।
ବିଛା: ବ୍ୟବସାୟ ଲାଭପ୍ରଦ ହେବ। ପଦୋନ୍ନତି ମିଳିପାରେ। ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ। ଶତ୍ରୁମାନଙ୍କ ଉପରେ ସତର୍କ ଦୃଷ୍ଟି ରଖିବାକୁ ପଡ଼ିବ। ଦେବ ଦର୍ଶନ ପାଇ ସନ୍ତୁଷ୍ଟ ହେବେ। ଅଶାନ୍ତି ଦୂର ହେବ।
ଧନୁ: ଭାଗ୍ୟର ପରିବର୍ତ୍ତନ ଘଟିବ। ମନ ପ୍ରସନ୍ନ ରହିବ। କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ବିଭିନ୍ନ ଉପାୟରେ ଧନ ଅର୍ଜନ କରିପାରନ୍ତି। କୀର୍ତ୍ତିମାନ୍‌ ହେବେ। ଚତୁର ଓ ସହିଷ୍ଣୁ ହେବେ।
ମକର: ଭଲ ଆୟ ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‌ ହେବେ। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ରହିବେ। ଚିନ୍ତାଧାରା ଉନ୍ନତମାନର ହେବ।
କୁମ୍ଭ: ବିବାଦୀୟ ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜିପାରନ୍ତି। ଏକାନ୍ତ ସାଧନା ଫଳବତୀ ହେବ। ସ୍ନେହବୋଳା କଥାରେ ପରକୁ ଓ ଅଧସ୍ତନଙ୍କୁ ଆପଣାର କରିପାରନ୍ତି। ଧର୍ମକାର୍ଯ୍ୟରେ ଧନ ବ୍ୟୟ କରିବେ।
ମୀନ: ଅନୁଗୃହୀତ ହୋଇପାରନ୍ତି। ସର୍ବତ୍ର ଶୁଭ ଆଶା କରାଯାଏ। ଜ୍ଞାନ ପିପାସୁ ହେବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଏପରିକି ରାଜ ଦରବାରରୁ ଅର୍ଥ ସହିତ ସମ୍ମାନ ପ୍ରାପ୍ତିର ସୂଚନା ମିଳୁଛି।

Hot this week

ରାତି ବଢିବା ସହ ବଢ଼ିଲାଣି ଭିଡ ,କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି

କଟକ :କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି । କିନ୍ତୁ ଆଜିଠୁ...

ସମ୍ପତ୍ତି ଆଗରେ ସମ୍ପର୍କ ତୁଛ , ମା ର ମୃତ ଦେହ ସତ୍କାର ନହୋଇ ପଡ଼ିରହିଛି

କୁଜଙ୍ଗ: କୁଜଙ୍ଗ ବ୍ଲକ ବିଶ୍ୱାଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି।...

ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦,କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତା ୯ ତାରିଖରେ ବାରବାଟୀ ଷ୍ଟାଡିୟମ, କଟକ ଠାରେ ଭାରତ-ଦକ୍ଷିଣ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି...

୨ ଶିଶୁ ସହ ୧୫ ଦାଦନ ଶ୍ରମିକ ଉଦ୍ଧାର, ଫେରାର ସର୍ଦ୍ଦାର ଗିରଫ

କଣ୍ଟାବାଞ୍ଜି: ତୁରକେଲା ଥାନା ପୁଲିସ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଗୁରୁବାର...

Related Articles

Popular Categories