www.samajalive.in
Wednesday, December 10, 2025
16.1 C
Bhubaneswar

ଆଜିର ରାଶିଫଳ : ଏହି ରାଶିରେ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ

ମେଷ : ଦାନଶୀଳ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ଉଦାର ସ୍ବଭାବସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହୋଇପାରନ୍ତି।  ଜଳଯାତ୍ରାରେ ବିପଦ ଅଛି। କର୍ମଠ, ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।

ବୃଷ : ଆତ୍ମବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମାର୍ଜିତ ଓ ବ୍ୟବହାର ଭଦ୍ରୋଚିତ ହେବ। ଥଣ୍ଡା କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ପ୍ରେମୀ ଓ ସାହସୀ ହେବେ। କର୍ମଚଞ୍ଚଳ ରହିବେ।

- Advertisement -

ମିଥୁନ : ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

କର୍କଟ : ଐଶ୍ବର୍ଯ୍ୟଯୁକ୍ତ ହେବେ। ମାଲି ମୋକଦ୍ଦମାରେ ବିଜୟୀ ହେବେ ଓ ଧନ ଲାଭ ହେବ। ଲୋକପ୍ରିୟ ହେବେ। ସାମାଜିକ ସ୍ତରରେ ଗୌରବର ଅଧିକାରୀ ହେବେ। ବିଦ୍ବାନ୍‌ ଓ ଶାସ୍ତ୍ରଜ୍ଞ ହେବେ। କର୍ମଚଞ୍ଚଳ ରହିବେ।

ସିଂହ : କର୍ମଚଞ୍ଚଳ ରହିବେ। ଏକାନ୍ତ ସାଧନା ଫଳବତୀ ହେବ। ମଧୁର କଥା କହି ପରକୁ ଆପଣାର କରିପାରନ୍ତି। ରାଜଯୋଗ ଭୋଗ ହେତୁ ପ୍ରାୟ ପ୍ରତ୍ୟେକ କ୍ଷେତ୍ରରେ ସଫଳ ହେବେ। ଶ୍ରେଷ୍ଠତା ବଜାୟ ରହିବ।

କନ୍ୟା : ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।

ତୂଳା : ମନ ପ୍ରସନ୍ନ ରହିବ। କୁଳ ପ୍ରଦୀପ ହେବେ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭପ୍ରଦ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ଜାଗ୍ରତ ରହିବ।

ବିଛା : ଭାଗ୍ୟଶାଳୀ ହେବେ। ଭୋଗ ବିଳାସ କରିପାରନ୍ତି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଉତ୍ତମ ସନ୍ତାନଯୁକ୍ତ ଓ ଉଦ୍ୟୋଗୀ ହେବେ।

ଧନୁ : ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। କେତେକ ମିତ୍ର କରଛଡ଼ା ଦେଇପାରନ୍ତି। ସହଯୋଗୀ ବ୍ୟବସାୟ ଲାଭଜନକ ହୋଇପାରେ।

ମକର : ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ସ୍ବକର୍ମ ପାଇଁ ମନରେ ଅହଂଭାବ ଆସିପାରେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।

କୁମ୍ଭ : ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭ୍ରାତୃଭାବ ଅତୁଟ ରହିବ। ସୁସ୍ଥ ଓ ନିରାମୟ ରହିବେ। ଶତ୍ରୁ ଦମନକାରୀ ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଜନସେବାକୁ ପ୍ରାଧାନ୍ୟ ଦେବେ।

ମୀନ : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭ ହୋଇପାରେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ ହେବେ।

Hot this week

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

ଯୁକ୍ତଦୁଇ ନାମଲେଖାରୁ ବଞ୍ଚିତ ପିଲାଙ୍କୁ ସୁଯୋଗ ପ୍ରଦାନ : ଆଜିଠୁ ୧୪ ଯାଏ ଆବେଦନ

ଭୁବନେଶ୍ବର: ବିଦ୍ୟାଳୟ ବାହାରେ ଥିବା ପିଲାଙ୍କୁ ଶିକ୍ଷା ବ୍ୟବସ୍ଥାର ସାମିଲ ଉଦ୍ୟମ...

ମିଳିଲା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି : କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ।...

Related Articles

Popular Categories