www.samajalive.in
Thursday, December 11, 2025
14.1 C
Bhubaneswar

ଆଜିର : ରାଶିଫଳ,ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ

ମେଷ : କୁତ୍ସିତ ସଙ୍ଗ ପରିତ୍ୟାଗ କରି ସତ୍‌ସଙ୍ଗୀ ହେବାକୁ ଉଦ୍ୟମ ଜାରି ରଖିବେ। ସ୍ବାଭିମାନୀ ହୋଇପାରନ୍ତି। ସହଯୋଗୀ ବ୍ୟବସାୟ ଲାଭପ୍ରଦ ହେବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସୁସ୍ଥ ରହିବେ।
ବୃଷ : ଜଣେ ସମାଜସେବୀଭାବେ ଜନସାଧାରଣଙ୍କ ଆଦରଣୀୟ ହେବେ। ବ୍ୟବସାୟ ଲାଭପ୍ରଦ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ନିକଟରେ ହାରମାନି ପାରନ୍ତି। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ।
ମିଥୁନ : ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭ୍ରାତୃଭାବ ଅତୁଟ ରହିବ। ସୁସ୍ଥ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଜନସାଧାରଣଙ୍କ ପ୍ରତି କରୁଣା ଊଣା ହୋଇପାରେ।
କର୍କଟ : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। କୀର୍ତ୍ତିମାନ୍‌, କର୍ମଠ ଓ କର୍ମଚଞ୍ଚଳ ହେବେ।
ସିଂହ : ଉଦାର ସ୍ବଭାବର ହୋଇପାରନ୍ତି। ଦାନଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହେବେ। ଜଳଯାତ୍ରା ନ କରିବା ଭଲ। ପ୍ରେମୀ ଓ ବୁଦ୍ଧିମାନ ହେବେ।
କନ୍ୟା : କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି। ଆତ୍ମବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ପ୍ରେମୀ, ସାହସୀ, ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ। ଯାନବାହନ ସୁଖ ମିଳିବ। ପ୍ରଚୁର ଧନର ମାଲିକ ହେବେ।
ତୂଳା : ଭାଗ୍ୟଶାଳୀ ହୋଇପାରନ୍ତି। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବନ୍ଧୁଙ୍କ ସହାୟତା ମିଳିବ। ନିଅଁଟିଆ ଅବସ୍ଥା ଲାଗି ରହିବ।
ବିଛା : ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲି ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଧନସମ୍ପଦ ଭରପୂର ରହିବ। ସନ୍ମାର୍ଗୀ ହେବେ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। କର୍ମଠ ହେବେ।
ଧନୁ : ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ଏକାନ୍ତ ସାଧନା ଓ ସ୍ବକୀୟ ଚିନ୍ତାଧାରା ଉନ୍ନତମାନର ହେବ। ଚକ୍ଷୁପୀଡ଼ା ଅନୁଭବ କରିପାରନ୍ତି। ଗରିବଙ୍କ ପ୍ରିୟ ହୋଇପାରନ୍ତି।
ମକର : ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ତେଜୀୟାନ୍‌ ହେବେ। ନୀତିନିଷ୍ଠ ଓ କଲ୍ୟାଣ କର୍ମକାରୀ ହେବେ। ବିଚ୍ଛେଦ ବନ୍ଧୁତାର ପୁନଃ ସଂଯୋଗ ହେବ।
କୁମ୍ଭ : କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ରହିବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ଯଶସ୍ବୀ ହେବେ। ବିନୀତ ବାକ୍ୟ ପ୍ରୟୋଗ କରି ନିଜ ବଡ଼ ପଣିଆର ମହତ୍‌ ରଖିବେ। ସାଧୁଙ୍କ ପ୍ରିୟ ହେବେ।
ମୀନ : ଭାଗ୍ୟଶାଳୀ ହେବେ। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ହେବେ। ଉଦ୍ୟୋଗୀ ହେବେ। ପୁଣ୍ୟ ପ୍ରିୟ ଓ ସନ୍ମାର୍ଗୀ ହେବେ। କାର୍ଯ୍ୟ ଶାସ୍ତ୍ର ସମ୍ମତ ହେବ। ଗୁରୁ କଲ୍ୟାଣ ପ୍ରାପ୍ତ ହେବେ।

Hot this week

ବିଶ୍ବାସ ଜିନ୍‌

ବିଶ୍ବାସ ହେଉଛି ସମ୍ପର୍କର ସେତୁବନ୍ଧ। ଏହା ହିଁ ଆଦିମ ମଣିଷକୁ ପରସ୍ପର...

‘ଜୀବେ ଦୟା’ ଜୈବ ବିବିଧତାର ଆଦର୍ଶ

ଆମ ପରିବେଶରେ ଥିବା ବିଭିନ୍ନ ପ୍ରକାରର ଉଦ୍ଭିଦ, ପ୍ରାଣୀ ଓ ଅନ୍ୟାନ୍ୟ...

ଅନୁଗୁଳରେ ଫୁଟିଲା ଗୁଳି, ଜଣେ ଗୁରୁତର

ଅନୁଗୁଳ : ଅନୁଗୁଳରେ ଫୁଟିଲା ଗୁଳି । ଶିକ୍ଷକପଡ଼ା ସ୍ଥିତ ଇକୋ...

ଚିନ୍ତାକଳ୍ପ : ଗୁଣଗ୍ରାହିତା

ଆବ୍ରାହମ ଲିଙ୍କନ, ଆମେରିକାର ଲୋକପ୍ରିୟ ରାଷ୍ଟ୍ରପତିଙ୍କ ମଧ୍ୟରୁ ଅଗ୍ରଗଣ୍ୟ। ଆଜି ମଧ୍ୟ...

ରାଉରକେଲା ସବୁଠୁ ଥଣ୍ଡା ସହର

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଛି।...

Related Articles

Popular Categories