ଖର୍ଚ୍ଚ ବଢିବ, ସଞ୍ଚୟ କମିବ ଜାଣନ୍ତୁ ଆଜି କେଉଁ ରାଶି କଣ କହୁଛି: ସୋମବାର ରାଶିଫଳ
ମେଷ: ଉଦାରଚେତା, ଉଦାର ଚରିତ ଓ ଉଦାର ସ୍ବଭାବସମ୍ପନ୍ନ ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହେବେ। ଜଳଯାତ୍ରାରେ ବିପଦ ରହିଛି।
ବୃଷ: ଈଶ୍ବର ବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଭକ୍ତିଭାବ, ଆଦର, ସମ୍ମାନ ମିଳିବ।
ମିଥୁନ: ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାରଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସହାୟତା ମିଳିବ।
କର୍କଟ: ଶକ୍ତିମାନ୍ ହେବେ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଧନସମ୍ପଦ ଭରପୂର ରହିବ। ଭୋଜନ ରୁଚିକର ହେବ। କର୍ମଠ, ବିଦ୍ବାନ ଓ ଶାସ୍ତ୍ରଜ୍ଞ ହେବେ।
ସିଂହ: ରାଜଯୋଗ ଅଛି। ଅତ୍ୟୁଚ ଆସନ ଅଳଙ୍କୃତ କରିପାରନ୍ତି। କର୍ମଚଞ୍ଚଳ ରହିବେ। ମଧୁର କଥାରେ ପରକୁ ଆପଣାର କରି କାର୍ଯ୍ୟ ହାସଲ କରିପାରନ୍ତି। ସାହସୀ ଓ ଜ୍ଞାନୀ ହେବେ। ଗୁପ୍ତ ବିଦ୍ୟାରେ ରୁଚି ରହିବ।
କନ୍ୟା:ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। କର୍ମଚଞ୍ଚଳ ରହିବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍କର୍ମା ହେବେ।
ତୁଳା: କୁଳ ପ୍ରଦୀପ ହେବେ। ମନପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ।
ବିଛା: ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ। ପ୍ରବଳ ଉଦ୍ୟୋଗୀ ହେବେ। ପାରିବାରିକ ଜୀବନ ସୁଖପ୍ରଦ ହେବ।
ଧନୁ: ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସହଯୋଗୀ ବ୍ୟବସାୟରୁ ଲାଭବାନ୍ ହେବେ। ଶତ୍ରୁଙ୍କ ପ୍ରତି ସତର୍କରେ ଚଳିବାକୁ ପଡ଼ିବ। ଶୁଭକାର୍ଯ୍ୟ ସ୍ଥଗିତ ରଖିବାକୁ ପଡ଼ିବ। ଜଳଯାତ୍ରା ମନା।
ମକର: ଜଣେ ବିଶିଷ୍ଟ ସମାଜସେବୀଭାବେ ସମ୍ମାନିତ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ବ୍ୟବସାୟ ଲଭାଜନକ ହେବ। ପତ୍ନୀଙ୍କ ଉପଦେଶ ଉପାଦେୟ ହେବ। ସେବା କ୍ଷେତ୍ରରେ ନିଜକୁ ସମର୍ପିତ କରିବେ।
କୁମ୍ଭ: ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭାଇମାନଙ୍କ ପ୍ରତି ସ୍ନେହ, ସଦ୍ଦିଚ୍ଛା ଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। କାର୍ଯ୍ୟାଳୟରେ ସମସ୍ତଙ୍କ ପ୍ରିୟ ହେବେ।
ମୀନ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବ ଅନୁଭବ କରିପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ ବ୍ୟକ୍ତିତ୍ବସମ୍ପନ୍ନ ହେବେ।
Comments are closed.