www.samajalive.in
Friday, December 5, 2025
26.1 C
Bhubaneswar

କେମିତି କଟିବ ଆଜି ଆପଣଙ୍କ ଦିନ : ବୁଧବାର ରାଶିଫଳ

ମେଷ: ଈଶ୍ବର ବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ।
ବୃଷ: ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କଠାରୁ ସହାୟତା ମିଳିବ।
ମିଥୁନ: ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ। ଧନଲାଭର ସୂଚନା ମିଳୁଛି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁଖୀ ହେବେ।
କର୍କଟ: ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ଏକାନ୍ତ ସାଧନାରେ ସିଦ୍ଧିପ୍ରାପ୍ତ ହେବେ। ମଧୁର କଥାରେ ପରକୁ ଆପଣାର କରିପାରନ୍ତି। କର୍ମଚଞ୍ଚଳ ରହିବେ। ଧର୍ମକାର୍ଯ୍ୟରେ ଧନ ବ୍ୟୟ କରିବେ।
ସିଂହ: ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ।
କନ୍ୟା: କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ।
ତୁଳା : ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖ ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ବିଛା: ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭପ୍ରଦ ହେବ। ବିରୋଧୀ ବ୍ୟକ୍ତିମାନେ ଆପଣଙ୍କ କାର୍ଯ୍ୟ କଳାପ ଦେଖି ବିରୋଧରୁ ଅପସରି ଯିବେ। ସତର୍କରେ ଚଳିବାକୁ ପଡ଼ିବ।
ଧନୁ : ଜଣେ ସମାଜସେବୀଭାବେ ଜନସାଧାରଣଙ୍କ ଆଦରର ପାତ୍ର ହେବେ। ବ୍ୟବସାୟ ଲାଭପ୍ରଦ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ଆପଣଙ୍କ ବ୍ୟକ୍ତିତ୍ବ ନିକଟରେ ବିରୋଧୀମାନେ ନ୍ୟୂନ ହୋଇପାରନ୍ତି।
ମକର : ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି।
କୁମ୍ଭ : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ ହେବେ।
ମୀନ : ଉଦାର ସ୍ବଭାବସମ୍ପନ୍ନ ହୋଇପାରନ୍ତି। ଦାନଧର୍ମକୁ ଶ୍ରେୟ ମଣିପାରନ୍ତି। ଶୋଭନ ବ୍ୟକ୍ତିତ୍ବଯୁକ୍ତ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହେବେ। ଜଳଯାତ୍ରାରେ ବିପଦ ରହିଛି। ପ୍ରେମୀ ଓ ବୁଦ୍ଧିମାନ ହେବେ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories