କେମିତି କଟିବ ଏ ସପ୍ତାହ, ଜାଣନ୍ତୁ ସାପ୍ତାହିକ ରାଶିଫଳ
ମେଷ:ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସମୟ ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବ। ଋଣଯୁକ୍ତ ହେବେ। ଶତ୍ରୁ ଦ୍ବାରା ପରାଭୂତ ହେବେ। ବୁଧବାର ଓ ଗୁରୁବାର ପରିସ୍ଥିତି ଅନୁସାରେ କାର୍ଯ୍ୟ କରି ସଫଳତା ପାଇବେ। ଆର୍ଥିକ ଉନ୍ନତି ପରିଲକ୍ଷିତ ହେବ। ଶୁକ୍ରବାର ଓ ଶନିବାର ସ୍ତ୍ରୀ ହେତୁକ ଧନପ୍ରାପ୍ତି ହେବ। ପିଲାଙ୍କୁ ନେଇ ଗର୍ବ ଅନୁଭବ କରିବେ। ମହିଳା ଓ ବିଦ୍ୟାର୍ଥୀ ଯଶ ଲାଭ କରିବେ। ରିଷ୍ଟ ଖଣ୍ଡନ ପାଇଁ ଓଁ ହ୍ରୀଂ ଓଁ ମନ୍ତ୍ର ଜପ କରନ୍ତୁ।
ବୃଷ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିବ। ପ୍ରତିଯୋଗିତାରେ ବିଜୟୀ ହେବେ। ବୁଧବାର ଓ ଗୁରୁବାର ଜଗିରଖି ଚଳିବେ। ଯାତ୍ରାକାଳୀନ ସାବଧାନତା ଲୋଡ଼ା। ଶୁକ୍ରବାର ଓ ଶନିବାର ଭାଗ୍ୟବାଦୀ ହେବେ। ଧାର୍ମିକ କାର୍ଯ୍ୟରେ ମନଦେବେ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ଲାଭ କରିବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଦୁର୍ଗାଷ୍ଟକମ୍ ପାଠ କରନ୍ତୁ ଓ ଗରିବଙ୍କୁ ଅନ୍ନଦାନ କରନ୍ତୁ।
ମିଥୁନ: ରବିବାର ଓ ସୋମବାର ବ୍ୟକ୍ତିତ୍ବ ବିକାଶ ଘଟିବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସମୟ ଆପଣଙ୍କ ସପକ୍ଷରେ ଯିବ। ନୂତନ ଦ୍ରବ୍ୟ କ୍ରୟ କରିପାରନ୍ତି। ପାରିବାରିକ ଶାନ୍ତି ଲାଭ ହେବ। ଶୁକ୍ରବାର ଓ ଶନିବାର ପ୍ରତି କ୍ଷେତ୍ରରେ ଜଗିରଖି ଚଳନ୍ତୁ। ଶତ୍ରୁଠାରୁ ଦୂରେଇ ରହିବା ଭଲ। ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ରୁଚିଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀଗଣେଶଙ୍କ ସହସ୍ରନାମ ପାଠ କରନ୍ତୁ।
କର୍କଟ: ରବିବାର ଓ ସୋମବାର ବନ୍ଧୁ ସହଯୋଗ ଲାଭ ହେବ। ଆଧ୍ୟାତ୍ମିକ କାର୍ଯ୍ୟରେ ଯୋଗଦାନ କରିବେ। ମଙ୍ଗଳବାର ଓ ବୁଧବାର ଜମିବାଡ଼ି ଗଣ୍ଡଗୋଳ ଆପୋଷ ବୁଝାମଣା ମାଧ୍ୟମରେ ସମାଧାନ ହେବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ଆର୍ଥିକ ପ୍ରଗତି ସଂଘଟିତ ହେବ। ସାମାଜିକ ପ୍ରତିଷ୍ଠା ଲାଭ କରିବେ। ମହିଳା ଓ ବିଦ୍ୟାର୍ଥୀ ସଫଳତା ଲାଭ କରିବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀଶିବସ୍ତୋତ୍ର ପାଠ କରନ୍ତୁ।
ସିଂହ:ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ। ମାନହାନି ଘଟିପାରେ। ଦ୍ରବ୍ୟ ଚୋରି ହୋଇପାରେ। ବୁଧବାର ଓ ଗୁରୁବାର କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିବ। ପ୍ରଶଂସିତ ହେବେ। ଶୁକ୍ରବାର ଓ ଶନିବାର ଦୂରଦେଶକୁ ଯାତ୍ରା କରିପାରନ୍ତି। ଜଞ୍ଜାଳରୁ ମୁକ୍ତିଲାଭ କରିବେ। ମହିଳା ଓ ବିଦ୍ୟାର୍ଥୀମାନେ ସଫଳତା ଲାଭ କରିବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀଭଟ୍ଟାରିକାଷ୍ଟକମ୍ ପାଠ କରନ୍ତୁ।
କନ୍ୟା:ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କାର୍ଯ୍ୟକ୍ଷେତ୍ରରେ ପ୍ରଗତିଶୀଳ ହେବେ। ଆର୍ଥିକ ଉନ୍ନତି ପରିଲକ୍ଷିତ ହେବ। ବୁଧବାର ଓ ଗୁରୁବାର ଶତ୍ରୁ ଦ୍ବାରା ପରାଭୂତ ହେବେ। ଅଯଥା ଚିନ୍ତା ପ୍ରକଟିତ ହେବ। ଶୁକ୍ରବାର ଓ ଶନିବାର ସାମାଜିକ କାର୍ଯ୍ୟରେ ଯୋଗଦାନ କରିବେ। ମହିଳା ଓ ବିଦ୍ୟାର୍ଥୀ ଶୃଙ୍ଖଳାଯୁକ୍ତ ହେବେ। ରିଷ୍ଟ ଖଣ୍ଡନ ପାଇଁ ଓଁ ଗଂ ଗଣପତୟେ ନମଃ ମନ୍ତ୍ର ଜପ କରନ୍ତୁ ଓ ଗଣେଶଙ୍କୁ ଦୂବ ଅର୍ପଣ କରନ୍ତୁ।
ତୁଳା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ପାରିବାରିକ ଅଶାନ୍ତି ଦେଖାଦେବ। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ବୁଧବାର ଓ ଗୁରୁବାର ପରମ୍ପରାବାଦୀ ହେବେ। ଘରକରଣା ଜିନିଷ କିଣାବିକା କରିବେ। ଶୁକ୍ରବାର ଓ ଶନିବାର ବ୍ୟବସାୟରେ ଲାଭବାନ ହେବେ। ପୈତୃକ ସମ୍ପତ୍ତି ପ୍ରାପ୍ତି ହେବ। ମହିଳା ଓ ବିଦ୍ୟାର୍ଥୀ ସମ୍ବେଦନଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶିବଙ୍କ ଗାୟତ୍ରୀ ମନ୍ତ୍ର ଜପ କରନ୍ତୁ।
ବିଛା: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। କର୍ମକ୍ଷେତ୍ରରେ ସ୍ଥାନାନ୍ତର ହୋଇପାରନ୍ତି। ଶ୍ରୀଯୁକ୍ତ ହେବେ। ବୁଧବାର ଓ ଗୁରୁବାର ବ୍ୟବସାୟରେ ଦ୍ବନ୍ଦ୍ବ ଦେଖାଦେବ। ବାକ୍ ସଂଯମତା ରକ୍ଷା କରନ୍ତୁ। ଶୁକ୍ରବାର ଓ ଶନିବାର ପରିସ୍ଥିତିରେ ସାମାନ୍ୟ ପରିବର୍ତ୍ତନ ହେବ। କର୍ମାଶ୍ରୟୀ ହେବେ। ମହିଳା ଓ ବିଦ୍ୟାର୍ଥୀ ଯଶ ଲାଭ କରିବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ସୁନ୍ଦରାକାଣ୍ଡ ପାଠ କରନ୍ତୁ।
ଧନୁ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କର୍ମକ୍ଷେତ୍ରରେ ବାଧାବିଘ୍ନର ସମ୍ମୁଖୀନ ହେବେ। ଯାତ୍ରା ସ୍ଥଗିତ ରଖନ୍ତୁ ନଚେତ୍ ଅସୁବିଧାରେ ପଡ଼ିବେ। ବୁଧବାର ଓ ଗୁରୁବାର ପାରିବାରିକ ଆନନ୍ଦପ୍ରାପ୍ତ ହେବ। ସ୍ତ୍ରୀଙ୍କ ସହଯୋଗ ପ୍ରାପ୍ତି ହେବ। ସୁସମ୍ବାଦ ମିଳିପାରେ। ଶୁକ୍ରବାର ଓ ଶନିବାର ସନ୍ତାନ ହେତୁକ ସମସ୍ୟା ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳିବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀଦୁର୍ଗାଷ୍ଟକମ୍ ପାଠ କରନ୍ତୁ।
ମକର: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କାର୍ଯ୍ୟକ୍ଷେତ୍ରରେ ପ୍ରତିଷ୍ଠା ଲାଭ କରିବେ। ନ୍ୟାୟ ପ୍ରଦାନ କ୍ଷେତ୍ରରେ ପ୍ରମୁଖ ଭୂମିକା ଗ୍ରହଣ କରିବେ। ବୁଧବାର ଓ ଗୁରୁବାର ପରିସ୍ଥିତି ଅନୁସାରେ କାର୍ଯ୍ୟ କରି ପ୍ରଶଂସିତ ହେବେ। ଶୁକ୍ରବାର ଓ ଶନିବାର ବନ୍ଧୁଙ୍କ ଗହଣରେ ସମୟ ବିତିବ। ସୁସ୍ବାଦୁ ଭୋଜନ ପ୍ରାପ୍ତି ହେବ। ମହିଳା ଓ ବିଦ୍ୟାର୍ଥୀ ସୃଜନଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଦାରିଦ୍ର୍ୟ ଦହନ ସ୍ତୋତ୍ର ପାଠ କରନ୍ତୁ।
କୁମ୍ଭ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ନୂତନ ନିଯୁକ୍ତି ମିଳିପାରେ। ଆୟ ବୃଦ୍ଧି ହେବ। ବ୍ୟବସାୟରେ ସଫଳତା ଲାଭ ହେବ। ବୁଧବାର ଓ ଗୁରୁବାର ନୂତନ ଜମିବାଡ଼ି କିଣିବା ପାଇଁ ପ୍ରୟାସ କରିବେ। ଶୁକ୍ରବାର ଓ ଶନିବାର ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଦେବ। ପଡ଼ୋଶୀଙ୍କ ସହ ମତଭେଦ ଦେଖାଦେଇପାରେ। ମହିଳା ଓ ବିଦ୍ୟାର୍ଥୀ ପ୍ରତିଷ୍ଠାଯୁକ୍ତ ହେବେ। ରିଷ୍ଟ ଖଣ୍ଡନ ପାଇଁ ମା’ଦକ୍ଷିଣକାଳୀଙ୍କ ସହସ୍ରନାମ ପାଠ କରନ୍ତୁ।
ମୀନ: ରବିବାର ଓ ସୋମବାର ଭାଗ୍ୟବାଦୀ ହେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ନୂତନ ବ୍ୟବସାୟ ଆରମ୍ଭ ପାଇଁ ଚେଷ୍ଟା କରିବେ। ଦାର୍ଶନିକ ଚିନ୍ତାଧାରା ଯୁକ୍ତ ହେବେ। ଶୁକ୍ରବାର ଓ ଶନିବାର ପ୍ରଗତିଶୀଳ ଭାବ ନେଇ ଆଗେଇବେ। ନିଜ ବ୍ୟବହାର ଦ୍ବାରା ଶତ୍ରୁକୁ ଆପଣାର କରିବେ। ମହିଳା ଓ ବିଦ୍ୟାର୍ଥୀ କର୍ମ ତତ୍ପର ହେବେ। ରିଷ୍ଟ ଖଣ୍ଡନ ପାଇଁ ଓଁ ବୃଂ ବୃହସ୍ପତୟ ନମଃ ମନ୍ତ୍ର ଜପ କରନ୍ତୁ।
Comments are closed.