କେମିତି କଟିବ ଏ ସପ୍ତାହ: ସାପ୍ତାହିକ ରାଶିଫଳ
ମେଷ: ରବିବାର ଓ ସୋମବାର ଜଗିରଖି ଚଳିବେ। ଯାତ୍ରା ଜନିତ ସମସ୍ୟା ଦେଖାଦେଇପାରେ। ମା’ଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତା ପ୍ରକଟିତ ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଆୟ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ସଫଳତା ଲାଭ ହେବ। ନୂତନ ଦ୍ରବ୍ୟ କ୍ରୟ କରିବେ। ଶୁକ୍ରବାର ଓ ଶନିବାର ମାନସିକ ଅବସାଦ ଦେଖାଦେବ। ଅଧିକ ବ୍ୟୟ ହେବ। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳିବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ହନୁମାନ ଚାଳିଶା ପାଠ କରନ୍ତୁ।
ବୃଷ: ରବିବାର ଓ ସୋମବାର କାର୍ଯ୍ୟକ୍ଷେତ୍ରରେ ସଫଳତା ପ୍ରାପ୍ତ କରିବେ। ସ୍ତ୍ରୀ ହେତୁକ ଧନଲାଭ ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ଶତ୍ରୁ ଦ୍ବାରା ପରାସ୍ତ ହେବେ। ଆର୍ଥିକ ଚିନ୍ତା ବଳବତ୍ତର ରହିବ। ଶୁକ୍ରବାର ଓ ଶନିବାର ସୃଜନଶୀଳ ପ୍ରତିଭାର ବିକାଶ ଘଟିବ। ବନ୍ଧୁ ସହଯୋଗ ଲାଭ ହେବ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ଲାଭ କରିବେ। ରିଷ୍ଟ ଖଣ୍ଡନ ପାଇଁ ମା’ଲକ୍ଷ୍ମୀଙ୍କୁ ପୂଜା କରନ୍ତୁ।
ମିଥୁନ: ରବିବାର ଓ ସୋମବାର ଶତ୍ରୁଠାରୁ ଦୂରେଇ ରହିବା ଭଲ। ମଙ୍ଗଳବାର ଠାରୁ ଗୁରୁବାର ପର୍ଯ୍ୟନ୍ତ କର୍ମକ୍ଷେତ୍ର ପ୍ରତିଷ୍ଠା ଆଣିଦେବ। ସ୍ତ୍ରୀ ହେତୁକ ଧନଲାଭ ହେବ। ଯଶ, ମାନ ଓ ଗୌରବର ଅଧିକାରୀ ହେବେ। ଶୁକ୍ରବାର ଓ ଶନିବାର ବିବାଦରେ ପଡ଼ିପାରନ୍ତି। ପାରିବାରିକ ଅଶାନ୍ତି ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ପ୍ରଗତିଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀଗଣେଶଙ୍କ ମନ୍ତ୍ର ପାଠ କରନ୍ତୁ।
କର୍କଟ: ରବିବାର ଓ ସୋମବାର କର୍ମ ପ୍ରବଣତା ଆପଣଙ୍କ ଭୂଷଣ ହେବ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ। ଅସ୍ଥିରମନା ହେବେ। କର୍ମ ବନ୍ଧନ ଯୋଗ ସୃଷ୍ଟି ହେବ। ଶୁକ୍ରବାର ଓ ଶନିବାର ସୁସ୍ବାଦୁ ଭୋଜନ ପ୍ରାପ୍ତ ହେବ। ମାଲିମକଦ୍ଦମାରେ ସଫଳତା ଲାଭ ହେବ। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ମା’ଭୁବନେଶ୍ବରୀଙ୍କ ମନ୍ତ୍ର ପାଠ କରନ୍ତୁ।
ସିଂହ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କର୍ମକୁଶଳୀ ହେବେ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ବୁଧବାର ଓ ଗୁରୁବାର କର୍ମ ଅନୁସାରେ ଫଳପ୍ରାପ୍ତି ହେବ। ଶ୍ରୀ ଯୁକ୍ତ ହେବେ। ଶୁକ୍ରବାର ଓ ଶନିବାର ଅଯଥା କଥାକୁ ନେଇ ଅସୁବିଧାରେ ପଡ଼ିପାରନ୍ତି। ଅପମାନିତ ହୋଇପାରନ୍ତି। ମହିଳା ଓ ବିଦ୍ୟାର୍ଥୀ ସମ୍ବେଦନଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଆଦିତ୍ୟ ହୃଦୟ ସ୍ତୋତ୍ର ପାଠ କରନ୍ତୁ।
କନ୍ୟା:ରବିବାର ଓ ସୋମବାର ପାରିବାରିକ ଅଶାନ୍ତି ଦେଖାଦେବ। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ଦ୍ରବ୍ୟ ଚୋରି ହୋଇପାରେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ପାରିବାରିକ ଆନନ୍ଦ ଲାଭ କରିବେ। ଋଣମୁକ୍ତ ପାଇଁ ପ୍ରୟାସ କରିବେ। ଶୁକ୍ରବାର ଓ ଶନିବାର ଧାର୍ମିକ ଚିନ୍ତାଧାରାଯୁକ୍ତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିବେ। ମହିଳା ଓ ବିଦ୍ୟାର୍ଥୀ ଯଶ ଲାଭ କରିବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଶିବଙ୍କୁ ପୂଜା କରନ୍ତୁ।
ତୁଳା: ରବିବାର ଓ ସୋମବାର ପ୍ରତିଟି କ୍ଷେତ୍ରରେ ସାବଧାନତା ଲୋଡ଼ା। ବାକ୍ ସଂଯମତା ରକ୍ଷା କରନ୍ତୁ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ କର୍ମ ଅନୁସାରେ ଫଳପ୍ରାପ୍ତି ହେବ। ଦୂରଯାତ୍ରା କରିପାରନ୍ତି। ବନ୍ଧୁ ସହଯୋଗ ଲାଭ ହେବ। ଶୁକ୍ରବାର ଓ ଶନିବାର ଭାଇଙ୍କ ସହଯୋଗ ପ୍ରାପ୍ତି ହେବ। ପୈତୃକ ସମ୍ପତ୍ତିରୁ ଲାଭବାନ ହେବେ। ମହିଳା ଓ ବିଦ୍ୟାର୍ଥୀ ଯତ୍ନଶୀଳ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶିବଙ୍କ ମନ୍ତ୍ର ଜପ କରନ୍ତୁ।
ବିଛା: ରବିବାର ଓ ସୋମବାର ପ୍ରେମରେ ସଫଳତା ଲାଭ କରିବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ପ୍ରତିକୂଳ ପରିସ୍ଥିତିର ସମ୍ମୁଖୀନ ହେବେ। ଦୁର୍ଘଟଣାଗ୍ରସ୍ତ ହୋଇପାରନ୍ତି। ପାରିବାରିକ ସମସ୍ୟା ଅାପଣଙ୍କୁ ଭାରାକ୍ରାନ୍ତ କରିବ। ଶୁକ୍ରବାର ଓ ଶନିବାର ପରିସ୍ଥିତିରେ ପରିବର୍ତ୍ତନ ଆସିବ। ମହିଳା ଓ ବିଦ୍ୟାର୍ଥୀ ଚିନ୍ତାମୁକ୍ତ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଲକ୍ଷ୍ମୀ ନୃସିଂହ ମନ୍ତ୍ର ପାଠ କରନ୍ତୁ।
ଧନୁ: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଯୋଜନା ଅନୁସାରେ କାର୍ଯ୍ୟ କରି ସଫଳତା ଲାଭ କରିବେ। ଆୟ ବୃଦ୍ଧି ଘଟିବ। ବୁଧବାର ଓ ଗୁରୁବାର ନୂତନ ନିଯୁକ୍ତି ମିଳିପାରେ। ସମସ୍ୟା ଦୂରୀଭୂତ ପାଇଁ ପ୍ରୟାସ କରିବେ। ଶୁକ୍ରବାର ଓ ଶନିବାର ଶତ୍ରୁତାର ସମ୍ମୁଖୀନ ହେବେ। ଶାରୀରିକ ଅସୁସ୍ଥତା ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ମଧ୍ୟମ ଫଳ ପ୍ରାପ୍ତ ହେବେ। ରିଷ୍ଟ ଖଣ୍ଡନ ପାଇଁ ମା’ତାରାଙ୍କ କବଚ ପାଠ କରନ୍ତୁ।
ମକର: ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କର୍ମାନୁରାଗୀ ହେବେ। ପଦୋନ୍ନତି ମିଳିପାରେ। ବୁଧବାର ଓ ଗୁରୁବାର ଦୂରଯାତ୍ରା ସଫଳତା ଆଣିବ। ଆଇନ କ୍ଷେତ୍ରରେ ପାରଦର୍ଶିତା ଅର୍ଜନ କରିବେ। ଶୁକ୍ରବାର ଓ ଶନିବାର ପ୍ରୀତିଲାଭ ହେବ। ଅବିବାହିତ ପୁରୁଷ ଓ କନ୍ୟାଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। ମହିଳା ଓ ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ। ରିଷ୍ଟ ଖଣ୍ଡନ ପାଇଁ ମା’କାଳୀଙ୍କୁ ଆରାଧନା କରନ୍ତୁ।
କୁମ୍ଭ:ରବିବାର ଓ ସୋମବାର ଜଗିରଖି ଚଳନ୍ତୁ। ଶତ୍ରୁ ଦ୍ବାରା ପରାଭୂତ ହେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସନ୍ତାନ ହେତୁକ ସମସ୍ୟା ଦୂର କରିବା ପାଇଁ ଚେଷ୍ଟା କରିବେ। ସ୍ତ୍ରୀ ହେତୁକ ଧନଲାଭ ହେବ। ଶୁକ୍ରବାର ଓ ଶନିବାର ଯାନବାହନ ଜନିତ ସମସ୍ୟା ଦେଖାଦେଇପାରେ। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ମହିଳା ଓ ବିଦ୍ୟାର୍ଥୀ ଶ୍ରୀ ଯୁକ୍ତ ହେବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ।
ମୀନ: ରବିବାର ଓ ସୋମବାର ଭ୍ରାତୃ ବିବାଦର ସମାଧାନ ହେବ। ବ୍ୟବସାୟରେ ଲାଭବାନ ହେବେ। ମଙ୍ଗଳବାରଠାରୁ ଗୁରୁବାର ପର୍ଯ୍ୟନ୍ତ ସାବଧାନତା ଅବଲମ୍ବନ କରନ୍ତୁ। ଶାରୀରିକ ଅସୁସ୍ଥତା ଦେଖାଦେଇପାରେ। ଶୁକ୍ରବାର ଓ ଶନିବାର ନୂତନ ନିଯୁକ୍ତି ମିଳିପାରେ। ସାମାଜିକ ପ୍ରତିଷ୍ଠା ଲାଭ କରିବେ। ମହିଳା ଓ ବିଦ୍ୟାର୍ଥୀ କର୍ମଠ ହେବେ। ରିଷ୍ଟ ଖଣ୍ଡନ ପାଇଁ ମା’ ଦୁର୍ଗାଙ୍କୁ ଆରାଧନା କରନ୍ତୁ।
Comments are closed.