www.samajalive.in
Saturday, December 6, 2025
26.1 C
Bhubaneswar

ଜାଣନ୍ତୁ ଆଜି ଛାତ୍ରଛାତ୍ରୀଙ୍କ ପାଇଁ କିପରି କଟିବ ଦିନ: ମଙ୍ଗଳବାର ରାଶିଫଳ

ମେଷ: ଥଣ୍ଡା କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ଏକାନ୍ତ ସାଧନା ଫଳବତୀ ହେବ। ଉଚ୍ଚାସନ ଲାଭକରି ପାରନ୍ତି। ଆନନ୍ଦ ଉତ୍ସବରେ ଅଧିକ ବ୍ୟୟ କରିବେ। ସୁଖୀ ହେବେ।
ବୃଷ: ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ।
ମିଥୁନ: ମନ ପ୍ରସନ୍ନ ରହିବ। କୁଳ ପ୍ରଦୀପ ହେବେ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ। ଚିନ୍ତାମୁକ୍ତ ହେବେ।
କର୍କଟ:ଭାଗ୍ୟଶାଳୀ ହେବେ। ଭୋଗୀ ଓ ବିଳାସୀ ହେବେ। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ସିଂହ: କିଛି ସମୟ ପାଇଁ ଦୁଶ୍ଚିନ୍ତା ମଧ୍ୟଦେଇ ଗତିକରିବେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସ୍ବାଭିମାନୀ ହେବେ। ମିତ୍ରମାନେ ଦିନକ ପାଇଁ କରଛଡ଼ା ଦେଇପାରନ୍ତି। ସହଯୋଗୀ ବ୍ୟବସାୟରୁ ଲାଭ ମିଳିବ।
କନ୍ୟା:ସମାଜସେବୀ ଭାବେ ବହୁ ସମ୍ମାନର ଅଧିକାରୀ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ସେବାକୁ ଜୀବନର ବ୍ରତଭାବେ ଗ୍ରହଣ କରିବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ। ବ୍ୟବସାୟ ଲାଭଜନକ ହେବ।
ତୁଳା: ମିତବ୍ୟୟୀ ହେବେ। ଭାଇମାନଙ୍କ ସହିତ ସ୍ନେହସଦ୍ଦିଚ୍ଛା ଭାବ ରହିବ। ଆୟୁଷ୍ମାନ୍‌ ହେବେ। ସୁସ୍ଥ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ବାରା ପ୍ରଶଂସିତ ହେବେ।
ବିଛା: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ ଓ ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ ହେବେ।
ଧନୁ: ଉଦାର ଚରିତସମ୍ପନ୍ନ ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରାରେ ବିପଦ ଅଛି। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।
ମକର: ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର ସମ୍ମାନ ମିଳିବ। ବନ୍ଧୁପ୍ରେମୀ ହେବେ।
କୁମ୍ଭ:ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ୍‌ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ପାରିବାରିକ ଜୀବନ ସୁଖଶାନ୍ତି ପୂର୍ଣ୍ଣ ହେବ। ମିତ୍ର ସୁଖ ମିଳିବ।
ମୀନ: ଯଶସ୍ବୀ ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଲୋକପ୍ରିୟ ହେବେ। ସମାଜରେ ଗୌରବର ଅଧିକାରୀ ହେବେ। ଋଣ କ୍ଷେତ୍ରରେ ବୀରତ୍ବ ପ୍ରଦର୍ଶନ କରିପାରନ୍ତି। ଶ୍ରେଷ୍ଠ ହେବେ।

Hot this week

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

Related Articles

Popular Categories