ଆଜି ଏହି ରାଶିର ଲୋକେ ଆର୍ଥିକ ରୂପେ ଦୃଢ଼ ହେବେ: ସୋମବାର ରାଶିଫଳ

ମେଷ: କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହୋଇପାରନ୍ତି। ଅଧିକ କ୍ଷମତା ହାସଲ କରି ତା’ର ସଦ୍‌ ବ୍ୟବହାର କରି ଲୋକପ୍ରିୟତା ଅର୍ଜନ କରିପାରନ୍ତି। ବିବାଦୀୟ ପ୍ରତିଯୋଗିତାରେ କୃତିତ୍ବ ଅର୍ଜନ କରିବେ।
ବୃଷ: ଆର୍ଥିକ ସ୍ଥିତିରେ ମାନ୍ଦାବସ୍ଥା ଲାଗି ରହିବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଶୁଭକାର୍ଯ୍ୟ ସ୍ଥଗିତ ରଖିବାକୁ ପଡ଼ିବ। ଦୁଶ୍ଚିନ୍ତା ମଧ୍ୟ ଦେଇ ଗତି କରିବାକୁ ପଡ଼ିବ। ଜଳଯାତ୍ରା ମନା। ସତର୍କରେ ଚଳିବାକୁ ପଡ଼ିବ।
ମିଥୁନ: ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଶୁଭଦାୟକ। ବହୁ ସୁଖକର ଘଟଣାମାନ ଘଟିବ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହୋଇ ଆନନ୍ଦ ଲାଭ କରିବେ। ସେବା କ୍ଷେତ୍ରରେ ନିଜକୁ ନିୟୋଜିତ କରିବେ। କର୍କଟ: ଭାଇମାନଙ୍କଠାରୁ ସହଯୋଗ ମିଳିବ। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରିପାଇବେ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ଋଣ ପରିଶୋଧ କରି ଆଶ୍ବସ୍ତ ହେବେ। ସମାଜସେବୀ ହେବେ।
ସିଂହ: ଦେବ ଆରାଧନାରେ ମଗ୍ନ ରହିପାରନ୍ତି। ପାରିବାରିକ ଜୀବନ ପ୍ରେମପୂର୍ଣ୍ଣ ହେବ। କର୍ମଠ ହୋଇପାରନ୍ତି। ବିଭିନ୍ନ ସୂତ୍ରରୁ ବିଶେଷ କରି ବାଣିଜ୍ୟ କାରବାରରୁ ଧନରତ୍ନରେ ଭଣ୍ଡାର ପରିପୂର୍ଣ୍ଣ କରିପାରନ୍ତି।

କନ୍ୟା: ପରିଶ୍ରମ ଯେତେ କଷ୍ଟସାଧ୍ୟ ହେଉ ନା କାହିଁକି; ତା’ର ମୂଲ୍ୟ ମିଳିବ। ବାସଗୃହ ପ୍ରଦୂଷଣମୁକ୍ତ ରହିବ। କୃଷି କ୍ଷେତକୁ ତ୍ବାରାନ୍ବିତ କରିପାରନ୍ତି। ଯାନବାହନ ସୁଖ ମିଳିବ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିବ।
ତୁଳା: ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖା ଦେବ। ଦେବ ଦର୍ଶନରେ ଆତ୍ମସନ୍ତୋଷ ଲାଭ କରିବେ। ଅଶାନ୍ତି ଦୂର ହେବ। ସରକାରୀ ସ୍ତରରୁ ଲାଭବାନ୍‌ ହେବେ। ସକଳ ଗୁଣଯୁକ୍ତ, ସୁଖୀ ଓ ଶାସ୍ତ୍ରାନୁରକ୍ତ ହେବେ।
ବିଛା: ତ୍ୟାଗପୂତ ମନୋବୃତ୍ତିର ହୋଇପାରନ୍ତି। ମତିମାନ୍‌ ହେବେ। ବିବିଧ ଧନଯୁକ୍ତ ହୋଇପାରନ୍ତି। କର୍ମଚଞ୍ଚଳ ରହିବେ। ଅତିସୁଖୀ ଓ କୀର୍ତ୍ତିମାନ୍‌ ହୋଇପାରନ୍ତି। ସହିଷ୍ଣୁ, ପ୍ରଫୁଲ୍ଲ ମୁଖ ଓ ରୂପବାନ୍‌ ହେବେ।
ଧନୁ: ଆୟ ଆଶାନୁରୂପ ହେବ। ସରକାରୀ ବା ବନ୍ଧୁ ସହାୟତାରୁ ଲାଭବାନ୍‌ ହେବେ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ରହିବେ। ଚିନ୍ତାଧାରା ଉନ୍ନତମାନର ହେବ।
ମକର: ବିବାଦୀୟ ବିତର୍କରେ ଭାଗ ନ ନନେଇ ନିରବ ଦର୍ଶକ ସାଜି ପାରନ୍ତି। ଦୁଶ୍ଚିନ୍ତା ମଧ୍ୟ ଦେଇ ଗତିକରିବେ। ମଧୁର ବାକ୍ୟ ବ୍ୟବହାର କରି ପରକୁ ଆପଣାର କରିପାରନ୍ତି। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ।

କୁମ୍ଭ:ଜ୍ଞାନ ପିପାସୁ ହେବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଏପରିକି ରାଜ ଦରବାରରୁ ଅର୍ଥ ସହିତ ସମ୍ମାନ ପ୍ରାପ୍ତିର ସୂଚନା ମିଳୁଛି। ପ୍ରତି କାର୍ଯ୍ୟରେ ସଫଳତା ଲାଭ କରିପାରନ୍ତି।
ମୀନ: କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ଆର୍ଥିକ ସ୍ଥିିତିରେ ସ୍ବଚ୍ଛଳତା ଦେଖାଦେବ। ବିବାଦୀୟ ପ୍ରତିଯୋଗିତାରେ କୃତିତ୍ବ ଅର୍ଜନ କରିପାରନ୍ତି। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ବିଜୟୀ ହେବେ।

Comments are closed.