www.samajalive.in
Sunday, December 14, 2025
26.1 C
Bhubaneswar

ଆଜି ଏହି ରାଶିର ଲୋକେ ଆର୍ଥିକ ରୂପେ ଦୃଢ଼ ହେବେ: ବୁଧବାର ରାଶିଫଳ

ମେଷ: କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖା ଦେବ। ବିବାଦୀୟ ଘଟଣାରେ ବିଜୟୀ ହେବେ। କୀର୍ତ୍ତି, ମର୍ତ୍ତି, ସ୍ବତ୍ବ, ସନ୍ତୋଷ ସବୁକିଛି ମିଳିବ। ସରକାରୀ ସ୍ତରରୁ ଅର୍ଥ ମିଳିପାରେ।
ବୃଷ: କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ପ୍ରବଳ କ୍ଷମତାର ଅଧିକାରୀ ହୋଇପାରନ୍ତି; ମାତ୍ର ସେହି କ୍ଷମତାର ବିକେନ୍ଦ୍ରୀକରଣ କରି ଲୋକପ୍ରିୟତା ଅର୍ଜନ କରିବେ। ସୁଖୀ ହେବେ।
ମିଥୁନ: ଆର୍ଥିକ ସ୍ଥିତିରେ ମାନ୍ଦାବାସ୍ଥା ଉପୁଜିପାରେ। ଶୁଭକାର୍ଯ୍ୟ ସ୍ଥଗିତ ରଖିବାକୁ ପଡ଼ିବ। ଦୁଶ୍ଚିନ୍ତା ମଧ୍ୟ ଦେଇ ଗତିକରିବେ। ନିଜ ଲୋକ ବିରୋଧ କରିପାରନ୍ତି। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ। କର୍କଟ:ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଶୁଭଦାୟକ ହେବ। କର୍ମକ୍ଷେତ୍ର, ଉଳମୟ ହେବ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମନରେ ଥିବା ଅହଂଭାବକୁ ବିସର୍ଜନ କରିବେ।
ସିଂହ: ଆପଣଙ୍କ କାର୍ଯ୍ୟକଳାପ ସମାଲୋଚକଙ୍କ ମୁହଁ ବନ୍ଦ କରିଦେବ। ବିଭିନ୍ନ ସ୍ତରରୁ ସହଯୋଗ ପାଇ ଶତ୍ରୁ ବିନାଶ କରିପାରନ୍ତି। ମାନସିକ ସ୍ତରରେ ଶାନ୍ତିର ବାତାବରଣ ପ୍ରବାହିତ ହେବ। ଋଣ ପରିଶୋଧ କରିବେ।

କନ୍ୟା: ଭବିଷ୍ୟ ବକ୍ତାର ପ୍ରସ୍ତୁତି ସ୍ବରୂପ ଶାସ୍ତ୍ର ଅଧ୍ୟୟନରେ ମନୋନିବେଶ କରିପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଭିନ୍ନ ଭିନ୍ନ ସ୍ତରରୁ ଅର୍ଥାଗମର ସୂଚନା ମିଳୁଛି। ଜ୍ୟୋତିର୍ମୟ ବ୍ୟକ୍ତିତ୍ବସମ୍ପନ୍ନ ହେବେ।
ତୁଳା: କର୍ତ୍ତବ୍ୟନିଷ୍ଠା ଆପଣଙ୍କୁ ମହାନ୍ କରିପାରେ। ପରିଶ୍ରମ କଠିନ ହେଲେ ବି ତା’ର ମୂଲ୍ୟ ମିଳିବ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। ଯାନବାହନ ସୁଖ ପ୍ରାପ୍ତ ହେବେ। କୃଷି କର୍ମକାରୀ ହେବେ।
ବିଛା: ଧାର୍ମିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ଦେବ ଦର୍ଶନ ପାଇ ପରମ ଶାନ୍ତି ଲାଭ କରିବେ। ଅଶାନ୍ତି ଦୂର ହେବ। ବ୍ୟବସାୟ ଲାଭପ୍ରଦ ହେବ।
ଧନୁ: ତ୍ୟାଗପୂତ ମନୋବୃତ୍ତିର ହୋଇପାରନ୍ତି। ମତିମାନ୍‌ ହେବେ। ବିବିଧ ଧନଯୁକ୍ତ ହେବେ। କର୍ମଚଞ୍ଚଳ ରହିବେ। ଅତି ସୁଖୀ ଓ କୀର୍ତ୍ତିମାନ୍‌ ହୋଇପାରନ୍ତି। ସହିଷ୍ଣୁ ହେବେ। ରୂପବାନ୍‌ ହୋଇପାରନ୍ତି।
ମକର: ଆୟ ଆଶାନୁରୂପ ହେବ। ସରକାରୀ କିମ୍ବା ବନ୍ଧୁ ସୂତ୍ରରୁ ଲାଭବାନ୍‌ ହୋଇପାରନ୍ତି। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ଓ ନିରାମୟ ରହିବେ। ସୁଖୀ ରହିବେ।

- Advertisement -

କୁମ୍ଭ: ବିବାଦୀୟ ବିତର୍କରେ ଭାଗ ନ ନେଇ ଓହରି ଆସିପାରନ୍ତି। ସତ୍ୟ ପ୍ରତୀକ ହେବେ। ଧୀ’ମାନ୍‌ ହୋଇପାରନ୍ତି। ମଧୁର କଥାରେ ପରକୁ ଆପଣାର କରିପାରନ୍ତି। କର୍ମଚଞ୍ଚଳ ରହିବେ। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ।
ମୀନ: ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି। ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଏପରିକି ରାଜ ଦରବାରରୁ ଅର୍ଥ ସହିତ ସମ୍ମାନ ପ୍ରାପ୍ତିର ସୂଚନା ମିଳୁଛି।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories