ଏହି ରାଶିର ଲୋକେ ଆର୍ଥିକ ରୂପେ ଦୃଢ଼ ହେବେ: ବୁଧବାର ରାଶିଫଳ

ମେଷ: ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭ୍ରାତୃତ୍ବର ବନ୍ଧନ ନିବିଡ଼ ହେବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରିରେ ସୁନାମ ଅର୍ଜନ କରିବେ। ସୁସ୍ଥ ରହିବେ।
ବୃଷ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବ ଅନୁଭବ କରିପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ଓ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ମିଥୁନ: ଉଦାର ପ୍ରକୃତିର ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମରେ ତତ୍ପର ହେବେ। ଜଳଯାତ୍ରାରେ ବିପଦ ରହିଛି। ସୁସ୍ଥ ଓ ନିରାମୟ ରହିବେ। କର୍କଟ:ଈଶ୍ବର ବିଶ୍ବାସୀ ହେବେ। ଭାଷା ମଧୁର ଓ ବ୍ୟବହାର ଅମାୟିକ ହେବ। ପ୍ରେମୀ ଓ ସାହସୀ ହେବେ। ସାନ ଭାଇମାନଙ୍କଠାରୁ ଆଦର ସମ୍ମାନ ପାଇବେ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ। ସୁଖୀ ରହିବେ।
ସିଂହ:ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସହାୟତା ମିଳିବ। କନ୍ୟା:ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ସଂଗ୍ରାମୀ ମନୋବୃତ୍ତିର ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଧନସମ୍ପଦ ଭରପୂର ରହିବ। ଶାସ୍ତ୍ରଜ୍ଞ ହେବେ।
ତୁଳା: ରାଜଯୋଗ ଅଛି। ଉଚ୍ଚାସନରେ ଆସୀନ ହୋଇପାରନ୍ତି। କର୍ମଚଞ୍ଚଳ ରହିବେ। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରି ପ୍ରଶଂସାର ପାତ୍ର ହେବେ। ମଧୁର କଥାରେ ପରକୁ ଆପଣାର କରି କାର୍ଯ୍ୟ ହାସଲ କରିବେ।
ବିଛା: କୁଳ ଉଜ୍ଜ୍ବଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ଦୟାର୍ଦ୍ରଚିତ୍ତ ହେବେ। ବ୍ୟବସାୟ ଲାଭପ୍ରଦ ହେବ। ଯଶସ୍ବୀ ହେବେ। ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛା ଭାବ ରହିବ।
ଧନୁ: ଭାଗ୍ୟଶାଳୀ ହେବେ। ସାମୟିକ ଭୋଗ ବିଳାସ କରିପାରନ୍ତି। ଜୀବନ ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ସୁଖୀ ହେବେ।
ମକର: ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ସରକାରୀ ଅର୍ଥ ପ୍ରାପ୍ତିର ସୁଯୋଗ ରହିଛି। ଯଶସ୍ବୀ ହେବେ। କୁମ୍ଭ:ପ୍ରତିଶୋଧ ପରାୟଣ ମନୋବୃତ୍ତିର ହୋଇପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭପ୍ରଦ ହେବ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ମିତ୍ରଙ୍କ ସହାୟତା ଆଶା କରିବା ବୃଥା ହୋଇପାରେ।
ମୀନ: ଜଣେ ପରୋପକାରୀ ସମାଜସେବୀ ଭାବେ ପ୍ରାୟ ପ୍ରତ୍ୟେକ କ୍ଷେତ୍ରରେ ସମ୍ମାନିତ ହୋଇପାରନ୍ତି। କର୍ତ୍ତବ୍ୟନିଷ୍ଠ ହେବେ। ବ୍ୟକ୍ତିଗତ ବ୍ୟବସାୟ ଲାଭଦାୟକ ହେବ। ମନରେ ଥିବା ଅହଂକାରକୁ ବିସର୍ଜନ ଦେଇପାରନ୍ତି।

Comments are closed.