ଆଜି ଏହି ରାଶିର ଲୋକେ ସ୍ୱାସ୍ଥ୍ୟ ପ୍ରତି ସଚେତନ ରୁହନ୍ତୁ

ମେଷ: କୁତ୍ସିତ ସଙ୍ଗ ପରିତ୍ୟାଗ କରି ସତ୍‌ସଙ୍ଗୀ ହେବାକୁ ଉଦ୍ୟମ ଜାରି ରଖିବେ। ସ୍ବାଭିମାନୀ ହୋଇପାରନ୍ତି। ସହଯୋଗୀ ବ୍ୟବସାୟ ଲାଭପ୍ରଦ ହେବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସୁସ୍ଥ ରହିବେ।
ବୃଷ: ଜଣେ ସମାଜସେବୀଭାବେ ଜନସାଧାରଣଙ୍କ ଆଦରଣୀୟ ହେବେ। ବ୍ୟବସାୟ ଲାଭପ୍ରଦ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ନିକଟରେ ହାରମାନି ପାରନ୍ତି। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ।
ମିଥୁନ: ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭ୍ରାତୃଭାବ ଅତୁଟ ରହିବ। ସୁସ୍ଥ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଜନସାଧାରଣଙ୍କ ପ୍ରତି କରୁଣା ଊଣା ହୋଇପାରେ।

କର୍କଟ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। କୀର୍ତ୍ତିମାନ୍‌, କର୍ମଠ ଓ କର୍ମଚଞ୍ଚଳ ହେବେ।
ସିଂହ: ଉଦାର ସ୍ବଭାବର ହୋଇପାରନ୍ତି। ଦାନଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହେବେ। ଜଳଯାତ୍ରା ନ କରିବା ଭଲ। ପ୍ରେମୀ ଓ ବୁଦ୍ଧିମାନ ହେବେ।

କନ୍ୟା: କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି। ଆତ୍ମବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ପ୍ରେମୀ, ସାହସୀ, ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ। ଯାନବାହନ ସୁଖ ମିଳିବ। ପ୍ରଚୁର ଧନର ମାଲିକ ହେବେ।
ତୁଳା: ଭାଗ୍ୟଶାଳୀ ହୋଇପାରନ୍ତି। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବନ୍ଧୁଙ୍କ ସହାୟତା ମିଳିବ। ନିଅଁଟିଆ ଅବସ୍ଥା ଲାଗି ରହିବ।
ବିଛା: ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲି ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଧନସମ୍ପଦ ଭରପୂର ରହିବ। ସନ୍ମାର୍ଗୀ ହେବେ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। କର୍ମଠ ହେବେ।
ଧନୁ: ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ଏକାନ୍ତ ସାଧନା ଓ ସ୍ବକୀୟ ଚିନ୍ତାଧାରା ଉନ୍ନତମାନର ହେବ। ଚକ୍ଷୁପୀଡ଼ା ଅନୁଭବ କରିପାରନ୍ତି। ଗରିବଙ୍କ ପ୍ରିୟ ହୋଇପାରନ୍ତି।
ମକର: ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ତେଜୀୟାନ୍‌ ହେବେ। ନୀତିନିଷ୍ଠ ଓ କଲ୍ୟାଣ କର୍ମକାରୀ ହେବେ। ବିଚ୍ଛେଦ ବନ୍ଧୁତାର ପୁନଃ ସଂଯୋଗ ହେବ।

କୁମ୍ଭ:କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ରହିବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ଯଶସ୍ବୀ ହେବେ। ବିନୀତ ବାକ୍ୟ ପ୍ରୟୋଗ କରି ନିଜ ବଡ଼ ପଣିଆର ମହତ୍‌ ରଖିବେ। ସାଧୁଙ୍କ ପ୍ରିୟ ହେବେ।
ମୀନ: ଭାଗ୍ୟଶାଳୀ ହେବେ। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ହେବେ। ଉଦ୍ୟୋଗୀ ହେବେ। ପୁଣ୍ୟ ପ୍ରିୟ ଓ ସନ୍ମାର୍ଗୀ ହେବେ। କାର୍ଯ୍ୟ ଶାସ୍ତ୍ର ସମ୍ମତ ହେବ। ଗୁରୁ କଲ୍ୟାଣ ପ୍ରାପ୍ତ ହେବେ।

Comments are closed.