www.samajalive.in
Monday, December 8, 2025
24.1 C
Bhubaneswar

ଭିଜୁଛି ଓଡିଶା: ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ, ପୁରୀରେ ସବୁ ସ୍କୁଲ ଛୁଟି ଘୋଷଣା

ପୁରୀ: ପୁରୀ ଜିଲ୍ଲାରେ ସବୁ ସ୍କୁଲ ଛୁଟି ଘୋଷଣା ହୋଇଛି । ବର୍ଷା ଯୋଗୁଁ ସବୁ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ। ଆଜି ପୁରୀ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।  କେବଳ ପୁରୀ ଜିଲ୍ଲା ନୁହେଁ ଭିଜୁଛି ସାରା ଓଡିଶା। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଉତ୍ତରରୁ ଦକ୍ଷିଣ ଏବଂ ଉପକୂଳରୁ ପଶ୍ଚିମ ସବୁଠି ବର୍ଷୁଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ଦିନ ସାରା ବର୍ଷା ଜାରି ରହିବ ବୋଲି ସୂଚନା ମିଳିଛି। ଏଥିପାଇଁ ଆଜି ପୁରୀ, ଖୋର୍ଦ୍ଧା, ଜଗସିଂହପୁର, କଟକ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ଭୁବନେଶ୍ଵରରେ ମଧ୍ୟ ଘଡଘଡି ସହ ପ୍ରବଳ ବର୍ଷା ହୋଇପାରେ। ସେପଟେ ବର୍ଷା ଯୋଗୁଁ କୋଣାର୍କ ସୂର୍ଯ୍ୟ ମନ୍ଦିରର ଉତ୍ତର ପାର୍ଶ୍ବରେ ୧ ଫୁଟର ପାଣି ଜମିରହିଛି।  ଫଳରେ ପର୍ଯ୍ୟଟକମାନେ ନାହିଁ ନଥିବା ଅସୁବିଧାରେ ସମ୍ମୁଖୀନ ହୋଇଛନ୍ତି। ପରିସ୍ଥିତିକୁ ଦେଖି ପମ୍ପ ସେଟ୍ ଲଗାଇ ପାଣି ନିଷ୍କାସନ ପାଇଁ ଉଦ୍ୟମ ଜାରି ରହିଛି।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories