www.samajalive.in
Sunday, November 16, 2025
15.1 C
Bhubaneswar

ଆଜିଠୁ ସବୁ ଟୋଲ ଗେଟ୍‌ରେ ନିୟମ ଲାଗୁ: ଗାଡ଼ି ବୀମା ନଥିଲେ ଜୋରିମାନା

କଟକ : ମୋଟର ଯାନରେ ବୀମା ନ ଥିଲେ ଟୋଲ୍‌ ଗେଟ ସ୍ବୟଂକ୍ରିୟ ପ୍ରଣାଳୀରେ ଧରାପଡ଼ିବ। ଇ- ଡିଟେକ୍ସନ ପ୍ରକ୍ରିୟାରେ ଜାରି କରିବ ଇ-ଚାଲାଣ। ଫେବୃଆରୀ ଆଜିଠାରୁ ରାଜ୍ୟର ବିଭିନ୍ନ ଜାତୀୟ ରାଜପଥରେ ଥିବା ୨୨ଟି ଟୋଲ୍‌ଗେଟରେ ଏହା କାର୍ଯ୍ୟକାରୀ ହେବ। ଏ ନେଇ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି। ମୋଟର ଯାନ ଆଇନର
ଧାରା ୧୪୬ ଅନୁଯାୟୀ ପ୍ରତ୍ୟେକ ମୋଟର ଯାନ ବୈଧ ବୀମାଭୁକ୍ତ ହେବା ବାଧ୍ୟତାମୂଳକ। ଏହାର ଉଲ୍ଲଙ୍ଘନ କଲେ ଧାରା ୧୯୬ ଅନୁଯାୟୀ ୨ ହଜାର ଟଙ୍କା ଜୋରିମାନା କିମ୍ବା ୩ ମାସ ପର୍ଯ୍ୟନ୍ତ ଜେଲ୍‌ କିମ୍ବା ଉଭୟ ଦଣ୍ଡର ପ୍ରାବଧାନ ରହିଛି। ସେହିଭଳି ପୁନର୍ବାର ନିୟମ ଉଲ୍ଲଂଘନ କଲେ ଜରିମାନା ରାଶି ୪ ହଜାର ଟଙ୍କା କିମ୍ବା ୩ ମାସ ପର୍ଯ୍ୟନ୍ତ ଜେଲ କିମ୍ବା ଉଭୟ ଦଣ୍ଡରେ ଦଣ୍ଡିତ କରାଯିବାର ପ୍ରାବଧାନ ରହିଛି। ଅନେକ ଘରୋଇ ଓ ବ୍ୟବସାୟିକ ଗାଡ଼ି ନିୟମ ଉଲ୍ଲଙ୍ଘନ କରି ବୀମା କରୁନାହାନ୍ତି। ଫଳରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁରେ ମୃତକଙ୍କ ପରିବାର ଅନୁକମ୍ପା ମୂଳକ ବୀମା ରାଶି ପାଇବାରୁ ବଞ୍ଚିତ ହେଉଛନ୍ତି। ଯାହାକୁ ନେଇ ସରକାରଙ୍କ ପକ୍ଷରୁ ଉଦ୍‌ବେଗ ପ୍ରକାଶ ପାଇଛି। ଏହାକୁ ଦୃଷ୍ଟିରେ ରଖି ବୀମା ନିୟମ ଉଲ୍ଲଂଘନକାରୀଙ୍କୁ ଇ-ଡିଟେକ୍ସନ ଜରିଆରେ ଚିହ୍ନଟ କରିବାକୁ ରାଜ୍ୟ ପରିବହନ ପ୍ରାଧିକରଣ ନିଷ୍ପତ୍ତି ନେଇଛି। ପୂର୍ବରୁ ଇ- ଡିଟେକ୍ସନରେ ପରମିଟ୍‌, ଫିଟ୍‌ନେସ, ଟିକସ ନିୟମ ଉଲ୍ଲଂଘନକାରୀଙ୍କୁ ଟୋଲଗେଟରେ ଚିହ୍ନଟ କରାଯାଉଥିଲା। ଏବେ ବୀମା ନିୟମ ଉଲ୍ଲଂଘନକାରୀଙ୍କୁ ମଧ୍ୟ ଏହି ପ୍ରକ୍ରିୟାରେ ଚିହ୍ନଟ କରାଯିବ। ଏହାସହ ଏନଫୋର୍ସମେଣ୍ଟ ଆଧୁନିକ ଜ୍ଞାନକୌଶଳକୁ ଅଧିକ ବ୍ୟବହାର କରାଯିବାକୁ ନିଷ୍ପତ୍ତି ହୋଇଛି।

Hot this week

ପୁଲିସର ଯାଞ୍ଚ କଡ଼ାକଡ଼ି

ସମାଜ ଲାଇଭ୍‌: କମିସନରେଟ ପୁଲିସ ପକ୍ଷରୁ ଶନିବାର ବିଳମ୍ବିତ ରାତିରେ ଗାଡ଼ିମୋଟର...

ହ୍ୟୁମାନ ସାଗର ସଙ୍କଟାପନ୍ନ, ଏମ୍ସ ଯାଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ହ୍ୟୁମାନ ସାଗର ଙ୍କ ସ୍ବାସ୍ଥ୍ୟ ଅବସ୍ଥା ଚିନ୍ତା...

ସ୍ଥାୟୀ ଜମି ପଟ୍ଟା ପ୍ରଦାନ ପାଇଁ ମାହେଶ୍ୱରୀ ସେନାର ଦାବି

ରେଙ୍ଗାଲିକ୍ୟାମ୍ପ ୧୫/୧୧: ଦୀର୍ଘ ୪୦ବର୍ଷ ଧରି ଗୋଡ଼ଭଗା ଛକ ନିକଟ ରାସ୍ତା...

କିଲାକିଆ ସେବାଶ୍ରମରେ ପିତାମାତା ସହଭାଗିତା କାର୍ଯ୍ୟକ୍ରମ

ଜି.ଉଦୟଗିରି,୧୫/୧୧: ଅନୁସୂଚିତ ଜାତି ଓ ଜନଜାତି ଏବଂ ପଛୁଆ ବର୍ଗ କଲ୍ୟାଣ...

ପୀତବାସ ପଣ୍ଡା ହତ୍ୟା ମାମଲା: ବ୍ରହ୍ମପୁର କାରାମଣ୍ଡଳରେ ସରିଲା ଅଭିଯୁକ୍ତଙ୍କ ଟିଆଇ ପରେଡ୍

ସମାଜ ନ୍ୟୁଜ ଡେସ୍କ- ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଶନିବାର...

Related Articles

Popular Categories