www.samajalive.in
Saturday, December 6, 2025
19.1 C
Bhubaneswar

ଟମାଟୋ ମାଛ

ଆବଶ୍ୟକ ସାମଗ୍ରୀ
ମାଛ – ୬୦୦ ଗ୍ରାମ
ହଳଦୀ ଗୁଣ୍ଡ – ଅଳ୍ପ
ଲଙ୍କା ଗୁଣ୍ଡ – ଅଳ୍ପ
ଲୁଣ – ଆବଶ୍ୟକ ପରିମାଣରେ
ତେଲ – ଆବଶ୍ୟକ ପରିମାଣରେ
ଟମାଟୋ – ୩୦୦ ଗ୍ରାମ
ପିଆଜ – ୧ଟି ( କଟା ହୋଇଥିବା)
କଞ୍ଚା ଲଙ୍କା – ୨ଟି
ଅଦା ବଟା – ୩ ଚାମଚ
ଧନିଆ ଗୁଣ୍ଡ – ୧ ଚାମଚ
ଚିନି – ସାମାନ୍ୟ
ଦହି – ଅଳ୍ପ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ମାଛକୁ ଭଲ ଭାବେ ଧୋଇ ଏଥିରେ ଲୁଣ, ହଳଦୀ ଗୋଳାଇ ୧୦ ମିନିଟ ରଖନ୍ତୁ। ଗ୍ୟାସରେ ଏକ ପାତ୍ର ବସାଇ ସେଥିରେ ପାଣି ଫୁଟାନ୍ତୁ। ଏହାପରେ ଟମାଟୋକୁ ହାଲକା ଭାବେ କାଟି ଏହାକୁ ପାଣିରେ ୧ମିନିଟ ଫୁଟାଇ ଏକ ପାତ୍ରକୁ କାଢି ଦିଅନ୍ତୁ। ଏହାପରେ ଟମାଟୋରୁ ହାଲକା ଭାବେ ଚୋପା ଛଡ଼ାଇ ଦିଅନ୍ତୁ। ଏବେ ଗ୍ୟାସରେ କଡ଼େଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ଏଥିରେ ମାଛ ପକାଇ ଭଲ ଭାବେ ଭାଜି ଦିଅନ୍ତୁ। ମାଛ ଭାଜିବା ପରେ ଏହାକୁ ଏକ ପାତ୍ରକୁ କାଢି ଏହି ତେଲରେ ପିଆଜ ପକାଇ ଭାଜନ୍ତୁ। ପିଆଜ ଭାଜି ହୋଇଗଲେ ଅଦାରସୁଣ ବଟା ପକାଇ, ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଲୁଣ , ଚିନି, ଟମାଟୋ ପକାଇ ଭଲ ଭାବେ କଷନ୍ତୁ। ମସଲା ଭଲ ଭାବେ କଷି ହେବା ପରେ ଏହାକୁ ଥଣ୍ଡା କରି ଭଲ ଭାବେ ପେଷି ଦିଅନ୍ତୁ। ପେଷିବା ପରେ ପୁଣି ଗ୍ୟାସରେ କଡ଼େଇ ବସାଇ ଏହି ପେଷିଥିବା ମସଲାକୁ କଡ଼େଇରେ ପକାଇ ସାମାନ୍ୟ ପାଣି ଦେଇ ଗୋଳାନ୍ତୁ। ଏହାପରେ ଦହିକୁ ଭଲ ଭବେ ଫେଣ୍ଟି ଏଥିରେ ପକାନ୍ତୁ। ଏବେ ଏଥିରେ ଭଜା ମାଛ, ସାମାନ୍ୟ ଦହି, ଲୁଣ ପକାଇ ଭଲ ଭାବେ ଗୋଳାଇ ୫ ମିନିଟ ଗ୍ୟାସରେ ବସାଇ ଏକ ପାତ୍ରକୁ କାଢି ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ଟମାଟୋ ମାଛ।

Hot this week

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

Related Articles

Popular Categories