www.samajalive.in
Monday, December 15, 2025
14.1 C
Bhubaneswar

ଭାରସାମ୍ୟ ହରାଇ ଓଲଟିଲା ବିଲାତି ବୋଝେଇ ଟ୍ରକ, ବୋହିନେଲେ ଲୋକେ 

ପାଟଣା : ପାଟଣା ବ୍ଲକ ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥ ଚେମଣା ନିକଟରେ ଏକ ବିଲାତି ବୋଝେଇ ଟ୍ରକ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଦୁର୍ଘଟଣା ପରେ ଲୋକେ ଟ୍ରକରୁ କ୍ଷଣକେ ମଧ୍ୟରେ ବିଲାତି ସବୁ ବୋହି ନେଇଥିଲେ। ଟ୍ରକଟି କେନ୍ଦୁଝର ପଟରୁ କୋଲକାତା ଆଡ଼କୁ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଛି। ରାସ୍ତାରେ ଘନ କୁହୁଡି ଯୋଗୁଁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି। ଦୁର୍ଘଟଣାରେ ଟ୍ରକ ଚାଳକ ଆହତ ହୋଇଥିବା ଜଣାପଡିଛି। ଦୁର୍ଘଟଣା ପରେ ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଚଳାଇଛି। ଅନ୍ୟ ପକ୍ଷରେ ବିଲାତିର ବଜାର ଦର କିଲୋ ପ୍ରତି ୮୦ ଟଙ୍କା ରହିଥିବାବେଳେ ଚେମଣା ଆଖପାଖ ଅଞ୍ଚଳରେ ଆଜି ୨୦ଟଙ୍କାରେ ବିଲାତି ବିକ୍ରି ହୋଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories