ଜନ୍ମ ଦିନରେ ନବୀନ ନିବାସ ନ ଆସିବାକୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ; କହିଲେ ଓଡ଼ିଶା ବାସୀଙ୍କ ସ୍ନେହ, ଶ୍ରଦ୍ଧା ଓ ଆଶୀର୍ବାଦ ପାଇଁ ସବୁବେଳେ ୠଣୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ଆସନ୍ତାକାଲି ଅକ୍ଟୋବର ୧୬ ତାରିଖରେ ରବିବାର ଦିନ ପଡୁଛି। ତେବେ ମୁଖ୍ୟମନ୍ତ୍ରୀ ‘ମେକ ଇନ ଓଡ଼ିଶା’ କାର୍ୟ୍ୟକ୍ରମ ପାଇଁ ରବିବାର ହାଇଦ୍ରାବାଦ ଗସ୍ତରେ ଯାଉଥିବାରୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇବାକୁ ନବୀନ ନିବାସ ନ ଆସିବାକୁ ସେ ଶୁଭେଛୁମାନଙ୍କୁ ଅନୁରୋଧ ଜଣାଇଛନ୍ତି। ଓଡ଼ିଶା ବାସୀଙ୍କ ସ୍ନେହ, ଶ୍ରଦ୍ଧା ଓ ଆଶୀର୍ବାଦ ପାଇଁ ସେ ସବୁବେଳେ ୠଣୀ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।
Comments are closed.