www.samajalive.in
Monday, December 8, 2025
13.1 C
Bhubaneswar

ରାତି ପାହିଲେ ଘୋଷଯାତ୍ରା, ରଥ ଓ ପଥ ପ୍ରସ୍ତୁତ

ପୁରୀ:ରାତି ପାହିଲେ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ମହାପ୍ରଭୁଙ୍କ ଘୋଷଯାତ୍ରା ପାଇଁ ରଥ ଓ ପଥ ପ୍ରସ୍ତୁତ। ରତ୍ନବେଦୀ ଛାଡ଼ି ଜନ୍ମବେଦୀକୁ ବିଜେ କରିବେ ମହାବାହୁ। ସାଙ୍ଗରେ ଭଉଣୀ ସୁଭଦ୍ରା ଓ ବଡ଼ଭାଇ ବଳଭଦ୍ରଙ୍କୁ ସାଙ୍ଗରେ ନେଇ ଘୋଷଯାତ୍ରାରେ ଯିବେ ମହାପ୍ରଭୁ ଶ୍ରୀଜଗନ୍ନାଥ। ମହାପ୍ରଭୁଙ୍କ ଘୋଷଯାତ୍ରା ପାଇଁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ପୂର୍ବବର୍ଷ ଭଳି ବିନାଭକ୍ତରେ ହେବ ମହାପ୍ରଭୁଙ୍କ ଘୋଷଯାତ୍ରା। କେବଳ ସେବାୟତ ଶ୍ରୀଜୀଉଙ୍କ ରଥଟାଣିବେ। ଆଜି ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ସାମ୍ନାରେ ଲାଗି ସାରିଛନ୍ତି ତିନି ରଥ। ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ସମ୍ମୁଖକୁ ଶ୍ରୀଜୀଉଙ୍କ ତିନି ରଥକୁ ନିଆଯାଇଛି। ପରମ୍ପରା ଓ ରିତୀନିତୀ ଅନୁଯାୟୀ ତିନି ବାଡରେ ସେବକ ମାନେ ଏହି ଆଜ୍ଞାମାଳ ବିଜେ କରାଇଛନ୍ତି।
ଆଜି ଶ୍ରୀମନ୍ଦିରରୁ ରଥଖଳାକୁ ଆଜ୍ଞାମାଳ ଆସିବା ପରେ ପ୍ରଥମେ ନନ୍ଦିଘୋଷ ରଥକୁ ସିଂହଦ୍ୱାର ସମ୍ମୁଖକୁ ଅଣାଯାଇଥିଲ। ଏହାପରେ ଦେବଦଳନ ଓ ଶେଷରେ ତାଳଧ୍ୱଜ ରଥକୁ ସିଂହଦ୍ବାର ସମ୍ମୁଖକୁ ଅଣାଯାଇଥିଲା। କୋଭିଡ୍ ନିୟମ ପାଳନ ଅନୁଯାୟୀ ସେବାୟତମାନେ ତିନି ରଥକୁ ଟାଣି ଟାଣି ସିଂହଦ୍ୱାର ସମ୍ମୁଖକୁ ଆଣିଥିଲେ।


ସେହିପରି ପରମ୍ପରା ଅନୁସାରେ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା ଲାଗି ଜଗଦଗୁରୁ ଶଙ୍କରାଚାର୍ୟ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିମନ୍ତ୍ରଣ କରାଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ଗୋବର୍ଦ୍ଧନ ପୀଠରେ ପହଞ୍ଚି ଶଙ୍କରାଚାର୍ୟ୍ୟଙ୍କୁ ନିମନ୍ତ୍ରଣ କରିଛନ୍ତି। ରଥରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ସେ ଜଗଦଗୁରୁଙ୍କୁ ନିମନ୍ତ୍ରଣ କରିଛନ୍ତି। ଶ୍ରୀମନ୍ଦିର ପ୍ରଶାସନର ନିମନ୍ତ୍ରଣ ରକ୍ଷା କରି ନିଜର ୬ ଜଣ ଅନୁଗାମୀଙ୍କ ସହ ରଥରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଯିବାକୁ ଶଙ୍କରାଚାର୍ୟ୍ୟ ସମ୍ମତି ପ୍ରଦାନ କରିଛନ୍ତି। ଏହା ସହିତ ଶାନ୍ତିଶୃଙ୍ଖଳାର ସହ ରଥଯାତ୍ରା ସମାପନ କରିବାକୁ ସେ ପ୍ରଶାସନକୁ କହିଛନ୍ତି। ସେହିପରି କରୋନା କଟକଣା ଥିବାରୁ ଶ୍ରଦ୍ଧାଳୁମାନେ ଘରେ ରହି ଟେଲିଭିଜନରେ ମହାପ୍ରଭୁଙ୍କ ରଥଯାତ୍ରା ଦେଖନ୍ତୁ ଏବଂ ଶ୍ରୀଜୀଉଙ୍କ ଦର୍ଶନ କରିବାକୁ ସେ ପରାମର୍ଶ ଦେଇଛନ୍ତି।

- Advertisement -


କରୋନା ଯୋଗୁ ଗତ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ କୋଭିଡ କଟକଣା ମଧ୍ୟରେ ବିନା ଭକ୍ତରେ ପୁରୀରେ ରଥଯାତ୍ରା ଅନୁଷ୍ଠିତ ହେବ। ପୁରୀ ସହରରେ ଆଜି ରାତି ୮ଟାରୁ କର୍ଫ୍ୟୁ ଜାରି କରାଯିବ ଏବଂ ଏହା ଆସନ୍ତା ୧୩ ତାରିଖ ରାତି ୮ଟା ପର୍ୟ୍ୟନ୍ତ କର୍ଫ୍ୟୁ ବଳବତ୍ତର ରହିବ। ବଡ଼ଦାଣ୍ଡରେ ଦୁଇ ପାର୍ଶ୍ୱରେ ଥିବା ସମସ୍ତ ହୋଟେଲ୍‌, ଲଜ୍‌ ଓ ଧର୍ମଶାଳାକୁ ଖାଲି କରାଯାଇଛି। ବଡ଼ଦାଣ୍ଡର ଦୁଇ ପାର୍ଶ୍ୱରେ ଥିବା ଲୋକେ ଛାତ ଉପରୁ ରଥଯାତ୍ରା ଦେଖିପାରିବେ ନାହିଁ ବୋଲି ଜିଲା ପ୍ରଶାସନ ପକ୍ଷରୁ ନିର୍ଦେଶ ଜାରି କରାଯାଇଛି।
କର୍ଫ୍ୟୁ ସମୟରେ ବଡ଼ଦାଣ୍ଡରେ ଥିବା ଔଷଧ ଦୋକାନ ସମେତ କୌଣସି ଦୋକାନ ଖୋଲାଯିବ ନାହିଁ। ତେବେ କର୍ଫ୍ୟୁ ସମୟରେ ସହରର ଅନ୍ୟ ସ୍ଥାନ ଗୁଡ଼ିକରେ କେବଳ ଔଷଧ ଦୋକାନ, ମେଡ଼ିକାଲ୍ ଉପକରଣ ଦୋକାନ ଏବଂ ଚଷମା ଦୋକାନ ଗୁଡ଼ିକୁ ଖୋଲିବାକୁ ଅନୁମତି ଦିଆଯାଇଛି। ପୁରୀ ଜିଲା ବାହାରୁ ଆସୁଥିବା ଲୋକଙ୍କ ଚଳପ୍ରଚଳକୁ ରୋକିବା ପାଇଁ ସମସ୍ତ ପ୍ରବେଶ ପଥକୁ ସିଲ୍ କରାଯିବା ସହ ୮ଟି ଚେକିଂ ପଏଣ୍ଟ କରାଯାଇଛି ଏବଂ ଯାନବାହନ ଚଳାଚଳ ଉପରେ କଟକଣା ଜାରି କରାଯାଇଛି।
କର୍ଫ୍ୟୁ ସମୟରେ ଲୋକଙ୍କ ସୁବିଧା ପାଇଁ ପୁରି ଜିଲା ପ୍ରଶସନ ପକ୍ଷରୁ ହେଲ୍‌ପ ଲାଇନ୍‌ ନମ୍ବର ଜାରି କରାଯାଇଛି। ଜରୁରୀ ସ୍ଥିତିରେ ଲୋକେ ୧୮୦୦୩୪୫୭୪୯୫ ନମ୍ବରରେ ଫୋନ୍ କରିପାରିବେ ବୋଲି ଜିଲା ପ୍ରଶାସନ ପକ୍ଷରୁ କୁହାଯାଇଛି।

Image Source : incredibleorissa.com

ଆସନ୍ତାକାଲି ମହାପ୍ରଭୁଙ୍କ ଘୋଷଯାତ୍ରା ପାଳନ ହେବ। ଶ୍ରଦ୍ଧାଳୁମାନେ କିଭଳି ଭାବେ ମହାପ୍ରଭୁଙ୍କ ରଥଯାତ୍ରା ଦେଖିପାରିବେ ସେଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା କରାଯାଇଛି। ଦୂରଦର୍ଶନ ସମେତ ବିଭିନ୍ନ ଟେଲିଭିଜନ ମାଧ୍ୟମରେ ଶ୍ରଦ୍ଧାଳୁମାନେ ମହାପ୍ରଭୁଙ୍କ ଘୋଷଯାତ୍ରାର ସିଧାପ୍ରସାରଣ ମଧ୍ୟ ଦେଖିପାରିବେ। ଏପରିକି ଶ୍ରଦ୍ଧାଳୁମାନେ https://youtu.be/SJoefOWNl4k ଲିଙ୍କ୍‌କୁ ଲଗ୍‌ଅନ କରି ମୋବାଇଲ କିମ୍ବା କମ୍ପ୍ୟୁଟର ମାଧ୍ୟମରେ ମଧ୍ୟ ଅନ୍‌ଲାଇନରେ ସିଧାପ୍ରସାରଣ ଦେଖିପାରିବେ। ମହାପ୍ରଭୁଙ୍କ ଘୋଷଯାତ୍ରାର ସିଧାପ୍ରସାରଣ ସକାଳ ୬ଟାରୁ ଆରମ୍ଭ ହେବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

ଦେଶର ୧୦୦ ଦୁର୍ଘଟଣା ପ୍ରବଣ ଜିଲା ତାଲିକା: ୮୪ ରେ ସୁନ୍ଦରଗଡ଼, ୯୦ ରେ ଗଞ୍ଜାମ

ରାଉରକେଲା: ଜାତୀୟ ରାଜପଥ ମନ୍ତ୍ରଣାଳୟ ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶର...

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

ଜାଡ଼ରେ ଥରୁଛି ଓଡ଼ିଶା: ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି।...

Related Articles

Popular Categories