www.samajalive.in
Sunday, December 7, 2025
15.1 C
Bhubaneswar

ଗୋପାଳପୁର ବୁଲିବାକୁ ଆସି ହୃଦଘାତରେ ପର୍ଯ୍ୟଟକଙ୍କ ମୃତ୍ୟୁ

ଗୋପାଳପୁର : ଗୋପାଳପୁରକୁ ପରିବାର ସହ ବୁଲିବାକୁ ଆସିଥିବା ଜଣେ ବୃଦ୍ଧ ପର୍ଯ୍ୟଟକଙ୍କ ହୃଦଘାତରେ ମୃତ୍ୟୁ ହୋଇଥିବା ନେଇ ଥାନାରେ ମାମଲା ରୁଜୁ ହୋଇଛି । ମୃତ ବୃଦ୍ଧ ଜଣକ ହେଲେ ଦିଲ୍ଲୀ ସ୍ଥିତ ମୟୁର ବିହାରର ରାକେଶ କୁମାର ବୟସ ୭୬ ବୋଲି ପୁଲିସ କହିଛି । ସୂଚନା ପ୍ରକାରେ ରାକେଶ କୁମାର, ପତ୍ନୀ ଓ ଝିଅଙ୍କ ସହ ଚଳିତ ମାସ ୧ ତାରିଖରେ ଗୋପାଳପୁର ବୁଲିବାକୁ ଆସି ପାନ୍ଥନିବାସରେ ରହିଥିଲେ । ୩ ତାରିଖ ଦିନ ମଧ୍ୟ ରାତ୍ର ସମୟରେ ତାଙ୍କର ନିଶ୍ୱାସ ପ୍ରଶ୍ୱାସ ନେବାରେ ବାଧା ସୃଷ୍ଟି ହେବାରୁ ତାଙ୍କୁ ଚିକିତ୍ସା ନିମନ୍ତେ ବ୍ରହ୍ମପୁର ବଡ଼ ମେଡିକାଲ ନେଇଥିଲେ । ସେଠାରେ ଚିକିତ୍ସାଧିନ ଅବସ୍ଥାରେ ପ୍ରାୟ ସାଢେ ଦୁଇଟା ସମୟରେ ଡାକ୍ତର ମୃତ୍ୟୁ ଘୋଷଣା କରିଥିବା ନେଇ ତାଙ୍କ ଝିଅ ଶୁଭ୍ରା ମାଥୁର ଗୋପାଳପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ପ୍ରକାରେ ପୁଲିସ କେସ ନମ୍ବର ୨/୨୫ ଅପମୃତ ମାମଲା ରୁଜୁ କରି ଶବ ବ୍ୟବଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିବା ବେଳେ ପୁରୀ ସ୍ୱର୍ଗଦ୍ୱାରରେ ଶେଷକୃତ ସମ୍ପର୍ଣ୍ଣ ହୋଇଥିବା ପୁଲିସ କହିଛି ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories