www.samajalive.in
Monday, November 17, 2025
17.1 C
Bhubaneswar

୩ଦିନ ଘୂର୍ଣ୍ଣିଝଡ଼ !

ଭୁବନେଶ୍ବର: ସପ୍ତାହେ ଧରି ଗ୍ରୀଷ୍ମପ୍ରବାହ ଲାଗିରହିବା ପରେ ଏବେ ଓଡ଼ିଶା ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ମଧ୍ୟପ୍ରଦେଶରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୩ଦିନ ପାଗରେ ପରିବର୍ତ୍ତନ ଅସିବାର ସମ୍ଭାବନା ରହିଛି। ଏହି ସମୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ଘୂର୍ଣ୍ଣିଝଡ଼ ସହିତ ବର୍ଷାର ସମ୍ଭାବନା ରହିଛି। ଫଳରେ ଗ୍ରୀଷ୍ମପ୍ରବାହରୁ କିଛି ମାତ୍ରାରେ ଆଶ୍ବସ୍ତି ମିଳିବ।

ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ଗରମ ଅନୁଭୂତ ହୋଇଥିଲା। ମାଲକାନଗିରି ଏବଂ ତାଳଚେର​‌େ​‌ର ସର୍ବାଧିକ ତାପମାତ୍ରା ୪୦ଡ଼ିଗ୍ରୀ ଉପରେ ଥିଲା। ଅନୁଗୋଳ, ବାରିପଦା ଓ ବୌଦ୍ଧରେ ସର୍ବାଧିକ ତାପମାତ୍ରା ୩୯ରୁ ୪୦ଡ଼ିଗ୍ରୀ ମଧ୍ୟରେ ରହିଥିଲା। କିଛି ସ୍ଥାନରେ ଝଡ଼ବର୍ଷା ହୋଇଥିବା ଖବର ମିଳିଛି। ମାଲକାନଗିରି ସମେତ ଟିଟିଲାଗଡ଼ ଓ ଫୁଲବାଣୀର କିଛି ଅଞ୍ଚଳରେ ବର୍ଷା ହୋଇଛି। ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟରେ ସର୍ବାଧିକ ତାପମାତ୍ରା ବି​‌​‌ଶେଷ ବୃଦ୍ଧି ପାଇବାର ସମ୍ଭାବନା ନାହିଁ। ପଡ଼ୋଶୀ ରାଜ୍ୟରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ତିନିଦିନ ବିଭିନ୍ନ ସ୍ଥାନରେ ଘୂର୍ଣ୍ଣିଝଡ଼ ସାଙ୍ଗକୁ ବର୍ଷା ହେବ। ଆସନ୍ତାକାଲି ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ବଲାଙ୍ଗୀର, ସୋନପୁର, ବୌଦ୍ଧ, କନ୍ଧମାଳ, ରାୟଗଡ଼ା ଓ ଢ଼େଙ୍କାନାଳରେ ଘଡ଼ଘଡ଼ି ସହିତ ବର୍ଷା ଏବଂ ୩୦ରୁ ୪୦କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ୯ତାରିଖରେ ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, ଢ଼େଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ସହିତ ବର୍ଷା ହେବ। ସେହିପରି ୧୦ତାରିଖରେ କୋରାପୁଟ, ମାଲକାନଗିରି, ରାୟଗଡ଼ା, କନ୍ଧମାଳ, ନବରଙ୍ଗପୁର, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଗଞ୍ଜାମ ଓ ଗଜପତିରେ ଘଡ଼ଘଡ଼ି ସହିତ ବର୍ଷାର ସମ୍ଭାବନା ରହିଛି। ଘୂର୍ଣ୍ଣିଝଡ଼ ଓ ବର୍ଷା ସମ୍ଭାବନା ଥିବାରୁ ଉପରୋକ୍ତ ଜିଲାଗୁଡ଼ିକ ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଜାରି କରାଯାଇଛି।

Hot this week

୩ କି.ମି ପାହାଡ଼ ଚଢ଼ି ଦୁଃଖ ବୁଝିଲେ ବିଡିଓ

ନନ୍ଦାହାଣ୍ଡି: ଦୁର୍ଗମ ଅଞ୍ଚଳବାସିନ୍ଦା ସରକାରୀ ସୁବିଧାସୁଯୋଗରୁ ଯେପରି ବଞ୍ଚିତ ନହୁଅନ୍ତି ତାହାକୁ...

ଅସରନ୍ତି ଦୁଃଖର ଅନ୍ଧାରି ଉପତ୍ୟକା ତେଣ୍ଡା

କପ୍ତିପଦା: ଆକାଶର ଆଉଟା କିରଣ ପଡ଼ିଲେ ତରତର ହୁଏ ତେଣ୍ଡା। ଅନ୍ଧାରର...

ଖସୁଛି ପାରଦ, ବଢ଼ୁଛି ଜାଡ଼

ଭୁବନେଶ୍ବର/ଘୁ. ଉଦୟଗିରି: ସାରା ରାଜ୍ୟରେ ସଞ୍ଜ ନଇଁବା ମାତ୍ରେ ମାଡ଼ି ଆସୁଛି...

ରୋହିଣୀଙ୍କୁ ଚପଲ ଫିଙ୍ଗିଲେ ତେଜସ୍ବୀ

ପାଟନା: ବିହାର ନିର୍ବାଚନରେ ଲାଲୁପ୍ରସାଦ ଯାଦବଙ୍କ ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି)ର...

ଆଗକୁ ରାଜ୍ୟସଭା ନିର୍ବାଚନ: ମୋହନଙ୍କ ପାଇଁ ଆହ୍ବାନ

ଭୁବନେଶ୍ବର: ଡବଲ ଇଞ୍ଜିନ ସରକାରଙ୍କ ୧୭ ମାସର ଶାସନ ପରେ ବିଜେପି...

Related Articles

Popular Categories