www.samajalive.in
Saturday, December 6, 2025
26.1 C
Bhubaneswar

ଓଡ଼ିଶା କଳା ଓ ସଂସ୍କୃତିର ଭୂମି; ଓଡ଼ିଆ କାରିଗର କୋଣାର୍କ ପରି ବିସ୍ମୟ ସୃଷ୍ଟି କରିପାରେ:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଆୟୋଜିତ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା-୨୦୨୧ ଚଳିତ ବର୍ଷ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପୂର୍ବ ଭାରତର ସବୁଠାରୁ ବୃହତ ଏହି ମେଳା ଏକ ଅସାଧାରଣ ପରିସ୍ଥିତିରେ ଅନୁଷ୍ଠିତ ହେଉଛି। ତେଣୁ ସମସ୍ତଙ୍କୁ କୋଭିଡ୍‌ ଗାଇଡ୍‌ଲାଇନ୍‌କୁ କଡ଼ାକଡ଼ି ଭାବରେ ପାଳନ କରିବାକୁ ପରାମର୍ଶ ଦେଇଥିଲେ । ସେ ଆହୁରି ମଧ୍ୟ କହିଥିଲେ ଯେ ଓଡ଼ିଶା କଳା ଓ ସଂସ୍କୃତିର ଭୂମି ଏବଂ ଓଡ଼ିଆ କାରିଗର କୋଣାର୍କ ପରି ବିସ୍ମୟ ସୃଷ୍ଟି କରିପାରେ ତଥା ଆମ କାରିଗରମାନଙ୍କର ଦକ୍ଷତାର ତୁଳନା ନାହିଁ । ଏଥି ସହିତ ସେ ରାଜ୍ୟ ହସ୍ତଶିଳ୍ପ ପୁରସ୍କାର ପାଉଥିବା କାରିଗରମାନଙ୍କୁ ମଧ୍ୟ ଅଭିନନ୍ଦନ ଜଣାଇଥିଲେ ।
ଉଦ୍‌ଘାଟନୀ ସଭାରେ ଉପସ୍ଥିତ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ ମେଳାରେ ଭାଗନେଇଥିବା ହସ୍ତଶିଳ୍ପ କାରିଗର ଓ ବୁଣାକାରମାନଙ୍କୁ ଉତ୍ସାହିତ କରିବା ସହିତ ସମସ୍ତେ କୋଭିଡ୍‌ ନିୟମକୁ ଅନୁପାଳନ କରି ମେଳାକୁ ସଫଳ କରିବା ପାଇଁ ନିବେଦନ କରିଥିଲେ। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ବିଜ୍ଞାନ ଓ ବୈଷୟିକ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଓ ଭୁବନେଶ୍ୱର(ମଧ୍ୟ) ବିଧାୟକ ଅନନ୍ତ ନାରାୟଣ ଜେନା ଅତିଥି ଭାବେ ଯୋଗଦାନ କରି ତୋଷାଳି ମେଳାର ମହତ୍ତ୍ୱ ବର୍ଣ୍ଣନା କରିବା ସହିତ ବୁଣାକାର ଓ କାରିଗରମାନଙ୍କୁ ଉତ୍ସାହିତ କରିଥିଲେ।

ବିଭାଗୀୟ ଶାସନ ସଚିବ ଶୁଭା ଶର୍ମାଙ୍କ ସହିତ ନିର୍ଦେଶକ, ବୟନ ଓ ହସ୍ତଶିଳ୍ପ ଜ୍ୟୋତିପ୍ରକାଶ ଦାସ, ନିର୍ଦ୍ଦେଶକ, ହସ୍ତଶିଳ୍ପ ଓ ଅନ୍ୟ ପଦାଧିକାରୀମାନେ ଯୋଗଦାନ କରିଥିଲେ। ସଭାରେ ଉପସ୍ଥିତ ବିଭାଗୀୟ ଅତିରିକ୍ତ ଶାସନ ସଚିବ ତଥା ସିଡ଼ାକ୍‌ର ସଭ୍ୟସଚିବ କୈଳାସ ଚନ୍ଦ୍ର ସାହୁ ମଞ୍ଚାସୀନ ଅତିଥିମାନଙ୍କର ପରିଚୟ ପ୍ରଦାନ କରିବା ସହିତ ସ୍ୱାଗତ ଭାଷଣ ଦେଇଥିଲେ । ଏହି ଅବସରରେ ଦିବ୍ୟଜ୍ୟୋତି ବେହେରା (ପଥର ଖୋଦେଇ), ଦିଲ୍ଲୀପ କୁମାର ସ୍ୱାଇଁ (ତାଳପତ୍ର ଖୋଦେଇ) ଓ ପ୍ରିୟଙ୍କା ପାତ୍ର (ମୃତ୍ତିକା ଶିଳ୍ପ)ଙ୍କୁ ରାଜ୍ୟ ହସ୍ତଶିଳ୍ପ ପୁରସ୍କାର-୨୦୧୯ ପ୍ରଦାନ କରାଯାଇଥିଲା। ସେହିପରି ଏହି କାର୍ଯ୍ୟକ୍ରମରେ ସୁଶାନ୍ତ କୁମାର ଦାସ (ପଥର ଖୋଦେଇ), ନିତ୍ୟାନନ୍ଦ ସ( ପଥର ଖୋଦେଇ), ସୁଶ୍ରୀ ରୋନିବାଳା ମହାପାତ୍ର (ପଟ୍ଟଚିତ୍ର ଶିଳ୍ପ), ନିର୍ମଳ ଚନ୍ଦ୍ର ଦାସ (ତାଳପତ୍ର ଖୋଦେଇ), ସୁରେଶଚନ୍ଦ୍ର ମହାପାତ୍ର (ଚାନ୍ଦୁଆ ହସ୍ତଶିଳ୍ପ), ମିସ୍‌ କୁନି ପାତ୍ର (ନଡ଼ା ଶିଳ୍ପ)ଙ୍କୁ କଳାକୃତି ସମ୍ମାନ ପ୍ରଦାନ କରାଯାଇଥିଲା।
ଏହି ମେଳା ଜାନୁଆରୀ ୨୧ରୁ ଆରମ୍ଭ ହୋଇ ଫେବୃଆରୀ ୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଚଳିତ ବର୍ଷ ୧୫ ଦିନ ବ୍ୟାପୀ ହେବାକୁ ଥିବା ଏହି ମେଳାରେ ମୋଟ ୨୫୦ଟି ହସ୍ତତନ୍ତ ଓ ହସ୍ତଶିଳ୍ପ ସାମଗ୍ରୀର ଷ୍ଟଲ ଖୋଲାଯାଇଛି। ଏଥିରେ ଆମ ରାଜ୍ୟର ପ୍ରାୟ ୧୭୦ ଏବଂ ବାହାର ରାଜ୍ୟର ପ୍ରାୟ ୮୦ ଜଣ ହସ୍ତଶିଳ୍ପୀ ଓ ବୁଣାକାର ମାନେ ଯୋଗଦେଇଛନ୍ତି। କୋଭିଡ୍‌ ପରିସ୍ଥିତିକୁ ଦୃଷ୍ଟିରେ ରଖି ତଥା ପରିଦର୍ଶକମାନଙ୍କ ସମାବେଶକୁ ଏଡ଼େଇବା ପାଇଁ ମେଳାରେ କୌଣସି ସାଂସ୍କୃତିକ କାର୍ଯ୍ୟକ୍ରମକୁ ସ୍ଥାନିତ କରାଯାଇନାହିଁ। ମେଳାକୁ ପ୍ରବେଶ କରୁଥିବା ସମସ୍ତ ଦର୍ଶକଙ୍କର କୋଭିଡ୍‌ ନିୟମ ଅନୁଯାୟୀ ଥର୍ମାଲ ସ୍କ୍ରିନିଂ କରାଯିବା ସଙ୍ଗେ ସଙ୍ଗେ ବିଭିନ୍ନ ସ୍ଥାନରେ ହ୍ୟାଣ୍ଡ ସାନିଟାଇଜରମାନ  ସ୍ଥାପନ କରାଯାଇଛି। ଦର୍ଶକମାନଙ୍କୁ ସାମାଜିକ ଦୂରତା ବଜାୟ ରଖିବା ସହ ମାସ୍କ ପିନ୍ଧିବାକୁ ନିବେଦନ କରାଯାଇଛି।

- Advertisement -

ମେଳା ପରିସରରେ ସରକାରଙ୍କ କୋଭିଡ୍‌ ନିୟମ ଅନୁପାଳନ ନିମେନ୍ତ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି। ପ୍ରତିବର୍ଷ ଭଳି ଏହି ମେଳାରେ ଦିବ୍ୟାଙ୍ଗମାନଙ୍କ ପାଇଁ ଅନୁକୂଳ ବାତାବରଣ ସୃଷ୍ଟି କରାଯାଇଛି । ଏହି ମେଳା ପ୍ରତିଦିନ ଅପରାହ୍ଣ ୨ଟାରୁ ସନ୍ଧ୍ୟା ୯ଟା ପର୍ଯ୍ୟନ୍ତ ଖୋଲାରହିବ। ରାଜ୍ୟ ତଥା ଜାତୀୟ ସ୍ତରର ହସ୍ତଶିଳ୍ପ କାରିଗର ଏବଂ ବୁଣାକାରମାନଙ୍କ ଦ୍ୱାରା ପ୍ରସ୍ତୁତ ସାମଗ୍ରୀକୁ ବଜାର ସୁଯୋଗ ସୃଷ୍ଟି କରିବା ଏହି ମେଳାର ମୁଖ୍ୟ ଉଦ୍ଦେଶ୍ୟ । ଏହି ମେଳା ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ସହିତ ବିକାଶ ଆୟୁକ୍ତ (ହସ୍ତତନ୍ତ) ଓ ବିକାଶ ଆୟୁକ୍ତ (ହସ୍ତଶିଳ୍ପ), ଭାରତ ସରକାରଙ୍କ ହସ୍ତତନ୍ତ ମନ୍ତ୍ରଣାଳୟର ସହଭାଗିତାରେ ଅନୁଷ୍ଠିତ ହେଉଛି। ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଅଧୀନ ରେ କାର୍ଯ୍ୟରତ ରାଜ୍ୟ କଳା ଓ ହ ସ୍ତଶଳ୍ପି ବିକାଶ ଅନୁଷ୍ଠାନ (ସିଡାକ୍‌) ତରଫରୁ ଏହି ମେଳାର ପରିକଳ୍ପନା ଓ ପ୍ରଯୋଜନା କରାଯାଇଛି। ଶେଷରେ ବସନ୍ତ କୁମାର ଦାଶ, ନିର୍ଦେଶକ ହସ୍ତ ଓ କୁଟୀର ଶିଳ୍ପ, ଓଡ଼ିଶା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ସୁଚେତା ପ୍ରିୟଦର୍ଶିନୀ କାର୍ଯ୍ୟକ୍ରମକୁ ସଞ୍ଚାଳନ କରିଥିଲେ।

Hot this week

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

Related Articles

Popular Categories