www.samajalive.in
Friday, December 5, 2025
26.1 C
Bhubaneswar

ଦୁର୍ଘଟଣାରେ ଟ୍ରାଫିକ୍‌ କନଷ୍ଟେବଳଙ୍କ ମୃତ୍ୟୁ

ଭୁବନେଶ୍ବର : ନୟାପଲ୍ଲୀ ଥାନା କଳିଙ୍ଗ ଷ୍ଟାଡିୟମ୍‌ ୯ ନମ୍ବର ଗେଟ୍ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଶନିବାର ବିଳମ୍ବିତ ରାତିରେ ଗାଡ଼ି ଧକ୍କାରେ ଜଣେ ଟ୍ରାଫିକ୍‌ କନଷ୍ଟେବଳଙ୍କ ମୃତ୍ୟୁ ହୋଇଛି। ସେ ହେଲେ ଟ୍ରାଫିକ୍ ଥାନା-୧ରେ କାର୍ଯ୍ୟରତ ଥିବା ମଧୁସୂଦନ କ୍ରିଷାନି। ଏନେଇ ପୁଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି। ମୃତଦେହ ଜବତ କରି କ୍ୟାପିଟାଲ୍ ହସ୍ପିଟାଲକୁ ପଠାଯାଇଛି। ଆଜି ପରିବାର ଲୋକଙ୍କ ଉପସ୍ଥିତିରେ ଶବ ବ୍ୟବଚ୍ଛେଦ କରାଯିବ ବୋଲି ପୁଲିସ କହିଛି। ଶନିବାର ରାତିରେ ସେ ରାମ ମନ୍ଦିର ନିକଟ ଛକରେ ଡ୍ୟୁଟି ସାରି ଘରକୁ ଫେରିବା ସମୟରେ କଳିଙ୍ଗ ଷ୍ଟାଡିୟମ ୯ନମ୍ବର ଫାଟକ ସାମ୍ନାରେ ଏକ ଗାଡ଼ି ତାଙ୍କୁ ଧକ୍କା ଦେଇଥିଲା । କନଷ୍ଟେବଳ ଜଣଙ୍କ ତଳେ ପଡ଼ିଯାଇଥିବା ବେଳେ ଉକ୍ତ ଗାଡ଼ି ଚକା ତାଙ୍କ ମୁଣ୍ଡ ଉପରେ ଚଢ଼ି ଯାଇଥିଲା। ଘଟଣାସ୍ଥଳରେ ମଧୁସୂଦନଙ୍କ ମୃତ୍ୟୁ ହୋଇଥିଲା। ଦୁର୍ଘଟଣା ଘଟାଇ ଉକ୍ତ ଗାଡ଼ି ସେଠାରୁ ଫେରାର ହୋଇଯାଇଥିଲା। ସ୍ଥାନୀୟ ଲୋକ ସେଠାରେ ପହଞ୍ଚି ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ମୃତଦେହ ଜବତ କରିଥିଲା। ମଧୁସୂଦନ ମାଲକାନଗିରିର ବାସିନ୍ଦା ହୋଇଥିବା ବେଳେ ସେ ଖଣ୍ଡଗିରି ଅଞ୍ଚଳରେ ଏକ ଭଡ଼ା ଘରେ ରହୁଥିଲେ। ଏଜି ଛକସ୍ଥିତ ଟ୍ରାଫିକ୍‌-୧ ଥାନାରେ ସେ ଚାକିରି କରିଥିଲେ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories