www.samajalive.in
Monday, December 15, 2025
26.1 C
Bhubaneswar

ରେଳ ଧକ୍କାରେ ଜୀବନ ହାରିଲେ ଯୁବକ

ଲକ୍ଷ୍ମୀପୁର: ରେଳ ଦୁର୍ଘଟଣାରେ କାମିରିଗୁମା ଥାନା ଅନ୍ତର୍ଗତ ଭିତରଗଡ଼ ନିକଟରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ନାମ ରମେଶ ଜାନୀ, ବୟସ ୩୫ ଓ  ଘର  ଏହି ପଞ୍ଚାୟତ କାପ୍ସିପୁଟ ଗ୍ରାମରେ ବୋଲି ଜଣାପଡିଛି । ରମେଶ ସକାଳ ପ୍ରାୟ ୭ଟାରେ ଭିତରଗଡ଼ ସ୍କୁଲ ନିକଟରେ ରେଳ ଧାରଣା ପାର ହେଉଥବା ବେଳେ ରାୟଗଡ଼ା ପଟୁ କୋରାପୁଟ ଅଭିମୁଖେ ଯାଉଥିବା କୌଣସି ଏକ ମାଲବାହୀ ଟ୍ରେନ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ସେ ତଳେ ପଡ଼ି ଯାଇଥିଲେ । ତାଙ୍କର ମୁହଁ ଓ ମୁଣ୍ଡରେ ଶକ୍ତ ଆଘାତ ଲାଗିବା ସହିତ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା । ଏହା ଦେଖି ଭିତରଗଡ଼ ଗ୍ରାମର ଲୋକମାନେ ସଙ୍ଗେସଙ୍ଗେ ରମେଶଙ୍କ ପରିବାରକୁ ଖବର ଦେବାରୁ ପରିବାର ଲୋକ ଆସି ଦେଖିବା ପରେ କାକିରିଗୁମା ଥାନାକୁ ଖବର ଦେଇଥିଲେ। ଖବରପାଇ କାକିରିଗୁମା ପୁଲିସ ଘଟଣାସ୍ଥଳରେ ପହଞ୍ଚି ପରିବାର ଲୋକଙ୍କୁ ପଚରାଉଚରା କରିବା ସହ ଦାମନଯୋଡ଼ିରୁ ଆମ୍ବୁଲାନ୍ସ ଯୋଗେ ଲକ୍ଷ୍ମୀପୁର ଗୋଷ୍ଟୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ବ୍ୟବଚ୍ଛେଦ ପାଇଁ ଆଣିଥିଲେ । ଶବ ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କ ଜୀମା ଦେଇଛନ୍ତି। ଏନେଇ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ରମେଶ କୋଟପାଡ଼ ସ୍ୱାସ୍ଥ୍ୟ କେନ୍ଦ୍ରରେ ଆଟେଣ୍ଟାଣ୍ଡ ଭାବେ କାର୍ଯ୍ୟ କରୁଥିବା ପରିବାର ଲୋକଙ୍କ ସୂତ୍ରରୁ ଜଣାପଡ଼ିଛି।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories