www.samajalive.in
Monday, December 15, 2025
15.1 C
Bhubaneswar

ଦୁର୍ଘଟଣା ଘଟାଇଲା ବିଶାଖାପାଟଣା-ରାୟଗଡ଼ା ଏବଂ ବିଶାଖାପାଟଣା-ପାଲାସା ପାସେଞ୍ଜର ଟ୍ରେନ: ୪ ବଗି ଲାଇନଚ୍ୟୁତ, ଉଦ୍ଧାର କାର୍ଯ୍ୟ ଜାରି

ବିଶାଖାପାଟଣା: ଆନ୍ଧ୍ରପ୍ରଦେଶର ଆଲମଣ୍ଡା ଷ୍ଟେସନ ନିକଟରେ ବିଶାଖାପାଟଣା-ରାୟଗଡ଼ା ଏବଂ ବିଶାଖାପାଟଣା-ପାଲାସା ଦୁଇ ପାସେଞ୍ଜର ଟ୍ରେନ ମଧ୍ୟରେ ଧକ୍କା ହୋଇଥିବା ଜଣାପଡ଼ିଛି। ଗୋଟିଏ ଲାଇନରେ ଦୁଇଟି ଟ୍ରେନ ଆସି ପରସ୍ପରକୁ ଧକ୍କା ଦେଇଛନ୍ତି। ଫଳରେ ଗୋଟିଏ ଟ୍ରେନର ୪ଟି ବଗି ଲାଇନଚ୍ୟୁତ ହୋଇଯାଇଛି। ବଗିଗୁଡ଼ିକ ଲାଇନଚ୍ୟୁତ ହେବା ଫଳରେ ଅନେକ ଆହତ ହୋଇଛନ୍ତି ଏବଂ କିଛି ଟ୍ରେନ ବଗି ତଳେ ଚାପି ହୋଇଥିବା ଜଣାପଡ଼ିଛି।

ଖବର ପାଇ ପୁଲିସ, ଅଗ୍ନିଶମ ବାହିନୀ, ଓଡ୍ରାଫ ଟିମ ସମେତ ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି। ଏହି ଦୁଇଟି ଟ୍ରେନ ମଧ୍ୟରେ କିଭଳି ଘଟଣା ଘଟିଲା ତାହାର ତଦନ୍ତ କରାଯାଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ରେଲୱେ କର୍ତ୍ତୃପକ୍ଷ ପ୍ରକାଶ କରିଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories