www.samajalive.in
Saturday, December 6, 2025
23.1 C
Bhubaneswar

ମର୍ମନ୍ତୁଦ ଟ୍ରେନ୍‌‌ ଦୁର୍ଘଟଣା ; ମୃତ୍ୟୁ ସଂଖ୍ୟା ୧୩

ଭୁବନେଶ୍ୱର : ଆନ୍ଧ୍ରପ୍ରଦେଶର କଣ୍ଟାକାପାଲି ଏବଂ ଆଲମଣ୍ଡା ଷ୍ଟେସନ ମଧ୍ୟରେ ଭୟଙ୍କର ରେଳ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୩ ବୋଲି ରେଲୱେ ପକ୍ଷରୁ ଆଜି ସୂଚନା ମିଳିଛି। ୨ ଖଣ୍ଡ ମୃତଦେହକୁ ନେଇ ଦ୍ୱନ୍ଦ୍ୱ ଥିବାରୁ ୨ ଜଣ ବୋଲି କୁହାଯାଉଥିଲା। ଫଳରେ ପ୍ରଥମେ ୧୪ ମୃତଦେହ ବୋଲି ଜଣାପଡିଥିଲା। ମାତ୍ର ମୃତକମାନଙ୍କ ସଂଖ୍ୟା ୧୪ ନୁହେଁ ୧୩ ବୋଲି ସ୍ପଷ୍ଟ କରାଯାଇଛି। ୧୩ ଜଣଙ୍କ ମଧ୍ୟରୁ ୧୨ ଜଣଙ୍କ ପରିଚୟ ମିଳିଥିବା ବେଳେ ଜଣଙ୍କ ପରିଚୟ ଅସ୍ପଷ୍ଟ ରହିଛି। ଏଥିରେ ୫୦ ଜଣ ଆହତ ହୋଇଛନ୍ତି। ସେମାନଙ୍କ ଚିକିତ୍ସା କରାଯାଉଛି। ଆହତଙ୍କ ମଧ୍ୟରେ ପୁରୁଷ ଓ ମହିଳା ରହିଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ଲୋକୋ ପାଇଲଟ୍ ଏବଂ ଟ୍ରେନ ଗାର୍ଡଙ୍କ ମଧ୍ୟ ମୃତ୍ୟୁ ହୋଇଥିବା ନେଇ ଖବର ମିଳିଛି। ଗତକାଲି ଆନ୍ଧ୍ର ପ୍ରଦେଶ ବିଜୟନଗରମ୍ ରେ ଏହି ବଡ଼ ଧରଣର ରେଳ ଦୁର୍ଘଟଣା ଘଟିଥିଲା।

Hot this week

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

Related Articles

Popular Categories