www.samajalive.in
Monday, December 8, 2025
27.1 C
Bhubaneswar

ଭୋଟର ପଞ୍ଜୀକରଣ ଅଧିକାରୀଙ୍କୁ ତାଲିମ

ଭୁବନେଶ୍ୱର: ଆଗାମୀ ସାଧାରଣ ନିର୍ବାଚନ-୨୦୨୪ ପରିଚାଳନା ନିମନ୍ତେ ନିଯୁକ୍ତି ପାଇଥିବା ଭୋଟର ପଞ୍ଜୀକରଣ ଅଧିକାରୀ/ସହକାରୀ ଭୋଟର ପଞ୍ଜୀକରଣ ଅଧିକାରୀଙ୍କ ଦିନିକିଆ ତାଲିମ କର୍ମଶାଳା ଏସ୍‌.ଆଇ.ଆର୍‌.ଡି ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି।
ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ତାଲିମ କାର୍ଯ୍ୟକ୍ରମକୁ ଆରମ୍ଭ କରିଥିଲେ। ଯେଉଁ ପ୍ରଶାସନିକ ଅଧିକାରୀ ପୂର୍ବରୁ ନିର୍ବାଚନ କାର୍ଯ୍ୟରେ ଅଂଶଗ୍ରହଣ କରିନାହାନ୍ତି କିମ୍ବା ଭୋଟର ପଞ୍ଜୀକରଣ କାର୍ଯ୍ୟ କରିନାହାନ୍ତି, ମୁଖ୍ୟତଃ ସେହି ଅଧିକାରୀଙ୍କୁ ଭୋଟର ପଞ୍ଜୀକରଣ ସହ ନିର୍ବାଚନ ପରିଚାଳନା ସମ୍ପର୍କରେ ତାଲିମ ପ୍ରଦାନ କରାଯାଇଛି। ଏତଦ୍‌ବ୍ୟତୀତ ଭାରତ ନିର୍ବାଚନ ଆୟୋଗଙ୍କ ଦ୍ୱାରା ନିର୍ବାଚନ ପରିଚାଳନା ସମ୍ପର୍କିତ ଜାରି ନିର୍ଦେଶନାମା ଓ ନୂତନ ଆଇନ କାନୁନ୍‌ ସମ୍ପର୍କରେ ଅଧିକାରୀଙ୍କୁ ତାଲିମ ଦିଆଯାଇଛି। ଫଳରେ ଆଗାମୀ ଦିନରେ ଏହି ଅଧିକାରୀମାନେ ନିର୍ବାଚନ ପରିଚାଳନାବେଳେ କୌଣସି ପ୍ରକାରର ଅସୁବିଧାର ସମ୍ମୁଖୀନ ହେବେ ନାହିଁ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରକାଶ କରିଛନ୍ତି।

ଏହି ତାଲିମ କାର୍ଯ୍ୟକ୍ରମକୁ ଜାତୀୟସ୍ତରର ପ୍ରଶିକ୍ଷକ ତଥା ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶତ୍ରୁଘ୍ନ କର, ରାଜ୍ୟସ୍ତରୀୟ ପ୍ରଶିକ୍ଷକ ତଥା ଝାରସୁଗୁଡ଼ା ଉପଜିଲାପାଳ କିଶୋର ଚନ୍ଦ୍ର ସ୍ୱାଇଁ, ଟିଟିଲାଗଡ଼ ଉପଜିଲାପାଳ ଦୟାମୟ ପାଢ଼ୀ, ଦେବରାଜ ବେହେରା ପ୍ରମୁଖ ଯୋଗଦେଇ ଅଧିକାରୀଙ୍କୁ ନିର୍ବାଚନ ପରିଚାଳନା ସମ୍ପର୍କରେ ମାର୍ଗଦର୍ଶନ କରାଇଥିଲେ।

Hot this week

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

Related Articles

Popular Categories