www.samajalive.in
Saturday, December 6, 2025
16.1 C
Bhubaneswar

ଲାଞ୍ଚ ନେବା ବେଳେ ମାଡ଼ିବସିଲା ଭିଜିଲାନ୍ସ; ଫସିଗଲେ ବରିଷ୍ଠ କିରାଣୀ

ଭୁବନେଶ୍ବର: କେନ୍ଦ୍ରାପଡ଼ା ଜିଲା ଟ୍ରେଜେରୀ କାର୍ଯ୍ୟାଳୟର ବରିଷ୍ଠ କିରାଣୀ ସମର ହେମ୍ବ୍ରମଙ୍କୁ ଶୁକ୍ରବାର ଭିଜିଲାନ୍ସ ଗିରଫ କରିଛି। ୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଜ​‌ଣେ ଅବସରପ୍ରାପ୍ତ ଶିକ୍ଷୟିତ୍ରୀଙ୍କ ପେନ୍‌ସନ୍‌ ବିଲ୍‌ ପାସ୍‌ କରାଇବାକୁ ତାଙ୍କ ସ୍ବାମୀଙ୍କ ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ସମର। ଏନେଇ ଶିକ୍ଷୟିତ୍ରୀଙ୍କ ସ୍ବାମୀ ଭିଜିଲାନ୍ସର ଦ୍ବାରସ୍ଥ ହୋଇଥିଲେ। ଆଜି ଲାଞ୍ଚ ଟଙ୍କା ନେବା ବେଳେ ପୂର୍ବ ଯୋଜନା ମୁତାବକ, ଭିଜିଲାନ୍ସ ତାଙ୍କୁ ଧରିଛି। ସମରଙ୍କଠାରୁ ଲାଞ୍ଚ ଟଙ୍କା ଜବତ କରାଯାଇଛି।

ଅପରପକ୍ଷେ, ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦ୍ରାପଡ଼ା ଜିଲା ଜମ୍ବୁ ଥାନା ଅନ୍ତର୍ଗତ ଖରିନାସୀ ଗାଁ ସ୍ଥିତ ତାଙ୍କ ବାସଭବନରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ଏହି ଘଟଣାରେ କଟକ ଭିଜିଲାନ୍ସ ପକ୍ଷରୁ ଏକ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଛି।

- Advertisement -

 

Hot this week

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

Related Articles

Popular Categories