www.samajalive.in
Sunday, December 14, 2025
26.1 C
Bhubaneswar

ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ଜି ଉଦୟଗିରି : ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନ୍ତର୍ଗତ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ସ୍ଥାନୀୟ ସମ୍ପଦ କେନ୍ଦ୍ର ନିକଟରେ ଅନୁଷ୍ଠିତ ହୋଇଯାଇଛି । ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମରେ ବିଭିନ୍ନ ଛାଇ ପ୍ରଦାନକାରୀ ବୃକ୍ଷ ଏବଂ ଫଳ ପ୍ରଦାନକାରୀ ବୃକ୍ଷ ରୋପଣ କରାଯାଇଛି । କାର୍ଯ୍ୟକ୍ରମରେ ପରିଷଦ ଅଧ୍ୟକ୍ଷା ଦେବସ୍ମିତା ଶତପଥୀ, ଉପାଧ୍ୟକ୍ଷ ସନ୍ତୋଷ କୁମାର ବାଘ୍, କାର୍ଯ୍ୟନିର୍ବାହୀ ଅଧିକାରୀ ଇତିଶ୍ରୀ ଷଡ଼ଙ୍ଗୀ, କାଉନସିଲର ସିଦ୍ଧେଶ୍ଵରୀ ନାୟକ, ନନ୍ଦିତା ପ୍ରଧାନ, ସମସ୍ତ ଅଫିସ୍ ଷ୍ଟାଫ୍, ସ୍ୱଚ୍ଛ ସାଥି, ସ୍ୱଚ୍ଛ କର୍ମୀ, ଟିଆରପି, ମିଶନ ଶକ୍ତି ଗ୍ରୁପ୍ ସଦସ୍ୟା,  ବୁଦ୍ଧିଜୀବି ଉପସ୍ଥିତ ଥିଲେ ଏବଂ ବୃକ୍ଷରୋପଣ କରିଥିଲେ। ଆଗାମୀ ଦିନରେ ଏହି ବୃକ୍ଷ ରୋପଣ କାର୍ଯ୍ୟକ୍ରମକୁ ବ୍ୟାପକ କରାଯିବ ବୋଲି ଅଧ୍ୟକ୍ଷା ଦେବସ୍ମିତା ଶତପଥୀ ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ ଇତିଶ୍ରୀ ଷଡ଼ଙ୍ଗୀ ମତପ୍ରକାଶ କରିଛନ୍ତି।

Hot this week

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

Related Articles

Popular Categories