www.samajalive.in
Saturday, December 6, 2025
14.1 C
Bhubaneswar

ଆଜିଠୁ ରାଜଧାନୀରେ ଏକାମ୍ର ଓ ଆଦିବାସୀ ମେଳା

ଭୁବନେଶ୍ଵର: ଆଜିଠୁ ଏକାମ୍ର ଉତ୍ସବ। ପ୍ରବାସୀ ଭାରତୀୟ ଦିବସରେ ଓଡିଆ ଭାଷା, ସାହିତ୍ୟ ସଂସ୍କୃତି ତଥା ଐତିହ୍ୟକୁ ଉଜ୍ଜୀବିତ କରିବା ଲାଗି ବିଡିଏ ପକ୍ଷରୁ ଆୟୋଜିତ ହେଉଛି ଏକାମ୍ର ଉତ୍ସବ ।  ଜାନୁଆରୀ ୫ ରୁ ୧୬ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଉତ୍ସବକୁ ବିଭିନ୍ନ ବର୍ଗରେ ବିଭକ୍ତ କରାଯାଇଛି। ପାର୍କ ଉତ୍ସବ , ଖାଦ୍ୟ ମହୋତ୍ସବ, ସହର ଆଲୋକୀକରଣ , ଫ୍ଲି ମାର୍କେଟ୍ ଏବଂ ଏକାମ୍ର ଓ୍ବାକ୍ ଭଳି କାର୍ଯ୍ୟକ୍ରମକୁ ଅଧିକ ଗୁରୁତ୍ଵ ଦିଆଯାଇଛି। ସେପଟେ ରାଜଧାନୀରେ ଆଜିଠାରୁ ଆଦିବାସୀ ମେଳା ମଧ୍ୟ ଆରମ୍ଭ ହେବାକୁ ଯାଉଛି। ଆଦିବାସୀଙ୍କ ଜୀବନଣୈଳୀ ଓ ସଂସ୍କୃତିର ଝଲକ ଦେଖିବାକୁ ମିଳିବ। ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ତଥା ସଂଖ୍ୟା ଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ୟୁନିଟ୍-୩ ପ୍ରଦର୍ଶନୀ ପଡିଆରେ ହେବାକୁ ଥିବା ଏହି ଆଦିବାସୀ ମେଳାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିବେ। ଏହି ମେଳା ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories