www.samajalive.in
Friday, December 12, 2025
26.1 C
Bhubaneswar

ସମ୍ବିଧାନ ପ୍ରଣେତା ଆମ୍ବେଦକରଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ଦେଶବାସୀ

ଡେସ୍କ: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ଭାରତୀୟ ସମ୍ବିଧାନର ପ୍ରଣେତା, ଭାରତ ରତ୍ନ ଡକ୍ଟର ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀ ଅବସରରେ ଦେଶବାସୀଙ୍କ ତରଫରୁ ତାଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସଂସଦ ପରିସରରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ସେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି। ଉପରାଷ୍ଟ୍ରପତି ଏମ୍‍. ଭେଙ୍କୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଲୋକସଭା ବାଚସ୍ପତି ଓମ୍‍ ବିର୍ଲା, ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରୀ ଡକ୍ଟର ବୀରେନ୍ଦ୍ର କୁମାର, ପୀୟୁଷ ଗୋୟଲ, ଅନୁରାଗ ଠାକୁର ଓ ଭୂପେନ୍ଦ୍ର ଯାଦବଙ୍କ ସମେତ ଅନେକ କେନ୍ଦ୍ରମନ୍ତ୍ରୀ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି।

କଂଗ୍ରେସର ଅସ୍ଥାୟୀ ସଭାପତି ସୋନିଆ ଗାନ୍ଧୀ, ରାଜ୍ୟସଭାରେ ବିରୋଧୀଦଳ ନେତା ମଲ୍ଲିକାର୍ଜ୍ଜୁନ ଖଡଗେ ଓ ସାଂସଦମାନେ ମଧ୍ୟ ଡକ୍ଟର ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି। ସମାଜର ବିଭିନ୍ନ ବର୍ଗର ଲୋକମାନେ ମଧ୍ୟ ତାଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

Hot this week

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

Related Articles

Popular Categories