ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ବାବୁଙ୍କ ଜୟନ୍ତୀ ଅବସରରେ ତାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ବିଜୁଙ୍କ ଆଦର୍ଶରେ ଅନୁପ୍ରାଣୀତ ହୋଇ ଓଡ଼ିଶା ଏବେ ବିକାଶ ପଥରେ ଅଗ୍ରସର ହେଉଛି ବୋଲି ସେ ଟ୍ବିଟ କରି କହିଛନ୍ତି।
ଲୋକଙ୍କ କଲ୍ୟାଣ ଓ ଉନ୍ନତି ପାଇଁ ବିଜୁବାବୁ ବିକାଶର ବିସ୍ତୃତ ନକ୍ସା ଆଙ୍କିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଓଡ଼ିଆ ଜାତିର ସ୍ୱାଭିମାନ ଓ ଗୌରବ ପାଇଁ ତାଙ୍କର ପ୍ରତିଟି କାମ ଥିଲା ବୋଲି ମୁଖ୍ୟମନ୍ତ୍ରୀ ଟ୍ବିଟ କରିଛନ୍ତି । ତାଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ଓଡ଼ିଶା ଏବେ ଅନେକ କ୍ଷେତ୍ରରେ ଅଗ୍ରଣୀ ହୋଇଛି। ସେହି ବିକାଶ ପୁରୁଷଙ୍କ ଜୟନ୍ତୀରେ ତାଙ୍କ ଅବଦାନକୁ ସ୍ମରଣ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଉଛି।
ଲୋକଙ୍କ କଲ୍ୟାଣ ଓ ଉନ୍ନତି ପାଇଁ ବିଜୁବାବୁ ଆଙ୍କିଥିଲେ ବିକାଶର ବିସ୍ତୃତ ନକ୍ସା। ତାଙ୍କର ପ୍ରତିଟି କାମ ଥିଲା ଓଡ଼ିଆ ଜାତିର ସ୍ୱାଭିମାନ ଓ ଗୌରବ ପାଇଁ। ତାଙ୍କ ନୀତିଆଦର୍ଶରେ ଅନୁପ୍ରାଣିତ ହୋଇ ଓଡ଼ିଶା ଏବେ ଅନେକ କ୍ଷେତ୍ରରେ ଅଗ୍ରଣୀ ହୋଇଛି। ସେହି ବିକାଶ ପୁରୁଷଙ୍କ ଜୟନ୍ତୀରେ ତାଙ୍କ ଅବଦାନକୁ ସ୍ମରଣ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଉଛି। pic.twitter.com/2QG4cXZeRO
— Naveen Patnaik (@Naveen_Odisha) March 5, 2022




