www.samajalive.in
Monday, December 15, 2025
17.1 C
Bhubaneswar

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଶ୍ରାଦ୍ଧ ଦିବସରେ ଶ୍ରଦ୍ଧାଞ୍ଜଳି ଅର୍ପଣ

ଭୁବନେଶ୍ୱର: ସ୍ଥାନୀୟ ଜନତା ମଇଦାନ ଠାରେ ଅନୁଷ୍ଠିତ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ବିଶିଷ୍ଠ ଅତିଥି ମାନଙ୍କ ଦ୍ୱାରା ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଶ୍ରାଦ୍ଧ ଉତ୍ସବ ପାଳନ ଅବସରରେ ତାଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି।

ସ୍ୱତନ୍ତ୍ର ଓଡିଶା ପ୍ରଦେଶ ଗଠନର ମୁଖ୍ୟ ପୁରୋଧା ତଥା ଉତ୍କଳ ଗୌରବ ମଧୁସୂଦନଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର, ବାଣିଜ୍ୟ ଓ ପରିବହନ ଏବଂ ଜଳସମ୍ପଦ ମନ୍ତ୍ରୀ ଟୁକୁନି ସାହୁ, ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଆର. ବାଲକୃଷ୍ଣନ, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ସଚିବ ସୁଜାତା କାର୍ତ୍ତିକେୟନ, କୃଷି, ହସ୍ତତନ୍ତ୍ର ଓ ବୟନଶୀଳ୍ପ ପ୍ରମୁଖ ଶାସନ ସଚିବ ଅରବିନ୍ଦ ପାଢ଼ୀ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ଏବଂ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ, ସଂସ୍କୃତି ବିଭାଗ ନିର୍ଦେଶକ ଦିଲୀପ ରାଉତରାଏ, ଇପିକଲର ପରିଚାଳନା ନିର୍ଦେଶକ ଭୂପିନ୍ଦର ସିଂ ପୁନିଆ, ରାଜ୍ୟ ସଂଗ୍ରହାଳୟର ଅଧିକ୍ଷକ ଡ଼କ୍ଟର ଭାଗ୍ୟଲିପି ମଲ୍ଲ ପ୍ରମୁଖ ଯୋଗଦେଇ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ ସହ ତାଙ୍କ ସ୍ମୃତିଚାରଣ କରିଥିଲେ।

- Advertisement -

ପ୍ରତିମୂର୍ତ୍ତି ନିକଟରେ ମଧୁବାବୁଙ୍କ ପଗଡି, କଲମ ଓ ଦୁଆତ ଆଦି ପ୍ରଦର୍ଶିତ ହୋଇଛି। ଏଥିସହିତ ଏହି ପ୍ରଦର୍ଶନୀ କକ୍ଷରେ ମଧୁବାବୁଙ୍କ ଜୀବନୀ ଓ ତାଙ୍କ କାଳଜୟୀ ରଚନା ସବୁ ବୃତ୍ତଚିତ୍ର ଏଲଇଡି ମାଧ୍ୟ୍ୟମରେ ପ୍ରଦର୍ଶିତ ହୋଇଥିଲା।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories