www.samajalive.in
Sunday, December 14, 2025
14.1 C
Bhubaneswar

ଜନ୍ମସ୍ଥାନ ଅଭିମୁଖେ ସହିଦ ସରୋଜଙ୍କ ପାର୍ଥିବ ଶରୀର, ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ଡେସ୍କ :  ସିକ୍କିମରେ ଭୟଙ୍କର ବନ୍ୟାରେ ସହିଦ ଓଡିଆ ଯବାନ ସରୋଜ ଦାସଙ୍କ ପାର୍ଥିବ ଶରୀର ଏବେ ନିଜ ଜନ୍ମସ୍ଥାନ କାମାକ୍ଷାନଗର କେନ୍ଦୁଢିପ ଅଭିମୁଖେ ଯାତ୍ରା କରୁଛି।

ସହିଦ ସରୋଜ ଦାସଙ୍କ ପାର୍ଥିବ ଶରୀର ଶନିବାର ଭୁବନେଶ୍ୱରରେ ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଥିଲା । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରମୁଖ ବିମାନ ବନ୍ଦରରେ ବୀର ଯବାନଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଥିଲେ। ବିଏସଏଫ ପକ୍ଷରୁ ଯବାନଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା। ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଓ ସାଂସଦ ମହେଶ ସାହୁ ପ୍ରମୁଖ ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଥିଲେ।
ଏଠାରୁ ତାଙ୍କ ପାର୍ଥିବ ଶରୀରକୁ ତାଙ୍କର ପୈତୃକ ଗାଁ ଢେଙ୍କାନାଳ ଜିଲ୍ଲାର କେନ୍ଦୁଢିପିକୁ ନିଆଯାଉଛି। ସେଠାରେ ଗାଁ ଶ୍ମଶାନରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଆଜି ସନ୍ଧ୍ୟାରେ ଶେଷକୃତ୍ୟ ସମ୍ପନ୍ନ କରାଯିବ।

Hot this week

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

Related Articles

Popular Categories