www.samajalive.in
Monday, December 15, 2025
26.1 C
Bhubaneswar

ସମଗ୍ର ରାଜ୍ୟକୁ ପ୍ରାକୃତିକ ବିପର୍ଯ୍ୟୟ ଅଞ୍ଚଳ ଘୋଷଣା କଲେ ତ୍ରିପୁରା ସରକାର

ଡେସ୍କ: ତ୍ରିପୁରା ସରକାର ସମଗ୍ର ରାଜ୍ୟକୁ ପ୍ରାକୃତିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ଭାବେ ଘୋଷଣା କରିଥିବା ବେଳେ ଆନ୍ତଃମନ୍ତ୍ରଣାଳୟ କେନ୍ଦ୍ରୀୟ ଟିମ୍ ସର୍ବାଧିକ ପ୍ରଭାବିତ ସ୍ଥାନଗୁଡ଼ିକର ଘଟଣାସ୍ଥଳରେ ଆକଳନ କରୁଛି। ଗୋମତୀ ଓ ଦକ୍ଷିଣ ତ୍ରିପୁରା ଜିଲ୍ଲାରେ ହୋଇଥିବା କ୍ଷୟକ୍ଷତିର ସମୀକ୍ଷା ଆରମ୍ଭ କରିଥିବା ଆନ୍ତଃମନ୍ତ୍ରଣାଳୟ କେନ୍ଦ୍ରୀୟ ଟିମ୍ ଆସନ୍ତାକାଲି ବର୍ଷା ଓ ବନ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ଖୋୱାଇ ଓ ସେପାହିଜାଲା ଜିଲ୍ଲା ଗସ୍ତ କରିବେ। ଏହି ବନ୍ୟାରେ ବର୍ତ୍ତମାନ ସୁଦ୍ଧା ୩୨ ଜଣ ପ୍ରାଣ ହରାଇଛନ୍ତି।

ସେପଟେ ବନ୍ୟା ଜଳ ସମ୍ପଦକୁ ଦୂଷିତ କରିଥିବାରୁ ଜଳବାହିତ ରୋଗ ବ୍ୟାପିବାର ଆଶଙ୍କା ଅଧିକ ରହିଛି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଶିବିର ଜାରି ରହିଛି। ଏଥିସହ ପାନୀୟ ଜଳ ଓ ପରିମଳ ବିଭାଗ ପକ୍ଷରୁ ଜଳବାହିତ ରୋଗର ବିପଦକୁ ହ୍ରାସ କରିବା ଏବଂ ବର୍ଜ୍ୟବସ୍ତୁର ସୁରକ୍ଷିତ ନିଷ୍କାସନ ସୁନିଶ୍ଚିତ କରିବା ପାଇଁ ଏସ୍ଓପି ଜାରି କରାଯାଇଛି।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories