www.samajalive.in
Saturday, December 6, 2025
26.1 C
Bhubaneswar

ତ୍ରିପୁରା ରଥଯାତ୍ରାରେ ଅଘଟଣ, ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିପୁରାରେ ରଥଯାତ୍ରା ସମୟରେ ହୋଇଥିବା ଅଘଟଣକୁ ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ସହାୟତା ରାଶି ଘୋଷଣା କରିଛନ୍ତି। ମୃତକଙ୍କ ପରିଜନକୁ ୨ ଲକ୍ଷ ଲେଖାଏଁ ଓ ଆହତଙ୍କୁ ୫୦ ହଜାର ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି।

ପ୍ରଧାନମନ୍ତ୍ରୀ କୁମାରଘାଟରେ ଅଞ୍ଚଳରେ ବାହୁଡା ଯାତ୍ରା ସମୟରେ ହୋଇଥିବା ଅଘଟଣରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ସ୍ଥାନୀୟ ପ୍ରଶାସନ ପ୍ରଭାବିତ ଲୋକଙ୍କୁ ଯଥାସମ୍ଭବ ସହାୟତା ପ୍ରଦାନ କରୁଛି।

- Advertisement -

ସୂଚନା ଯୋଗ୍ୟ,ବୁଧବାର ତ୍ରିପୁରାର କୁମାରଘାଟ ଅଞ୍ଚଳରେ  ବାହୁଡା଼ ଯାତ୍ରା ସମୟରେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୭ ଜଣ ଲୋକ ପ୍ରାଣ ହରାଇଥିବାବେଳେ ୨୦ ଜଣ ଆହତ ହୋଇଥିଲେ। ତ୍ରିପୁରାର ୟୁନାକୋଟି ଜିଲାରେ ଏକ ଉଚ୍ଚ କ୍ଷମତା ସମ୍ପନ୍ନ ବିଦ୍ୟୁତ୍ ତାର (୧୧ କେଭି) ସଂସ୍ପର୍ଶରେ ଆସିବାରୁ ୭ ଜଣଙ୍କର ମୃତ୍ୟୁ ଘଟି  ଥିବା ବେଳେ ଏହି ଘଟଣାରେ ୨୦ ଜଣ ଆହତ ହୋଇଥିଲେ।

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories