www.samajalive.in
Saturday, December 6, 2025
26.1 C
Bhubaneswar

ରଥଟଣାବେଳେ ଘଟିଲା ଅଘଟଣ : ୭ ମୃତ, ୨୦ ଆହତ

ତ୍ରିପୁରା : ତ୍ରିପୁରାର କୁମାରଘାଟ ଅଞ୍ଚଳରେ  ବାହୁଡା଼ ଯାତ୍ରା ସମୟରେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୭ ଜଣ ଲୋକ ପ୍ରାଣ ହରାଇବାଥିବାବେଳେ ୨୦ ଜଣ ଆହତ ହୋଇଛନ୍ତି । ସୂଚନା ଅନୁସାରେ, ବୁଧବାର ତ୍ରିପୁରାର ୟୁନାକୋଟି ଜିଲାରେ ଏକ ଉଚ୍ଚ କ୍ଷମତା ସମ୍ପନ୍ନ ବିଦ୍ୟୁତ୍ ତାର (୧୧ କେଭି) ସଂସ୍ପର୍ଶରେ ଆସିବାରୁ ୭ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଘଟଣାରେ ୨୦ ଜଣ ଆହତ ହୋଇଛନ୍ତି। କୁମାଘାଟ ଅଞ୍ଚଳରେ ବାହୁଡ଼ାଯାତ୍ରା ଚାଲିଥିଲା। ଚତୁର୍ଦ୍ଧାମୂର୍ତ୍ତିଙ୍କୁ ରଥରେ ବସାଇ ସ୍ଥାନୀୟ ଶ୍ରୀଜଗନ୍ନାଥ ମନ୍ଦିରକୁ ଶ୍ରଦ୍ଧାଳୁମାନେ ଟାଣି ଆଣୁଥିଲେ। କୌଣସି କାରଣରୁ ରଥଟି ଲୁହାରେ ତିଆରି ହୋଇଥିବା ବେଳେ ଅକସ୍ମାତ୍ ବାଟରେ  ବିଦ୍ୟୁତ୍‌ କେବୁଲ୍‌ ସଂସ୍ପର୍ଶରେ ଆସି ଯାଇଥିଲା। ଫଳରେ ଏତେବଡ଼ ଅଘଟଣ ଘଟିଛି। ତ୍ବରିତ ଚିକିତ୍ସା ପାଇଁ ଆହତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବାବେଳେ ଗୁରୁତର ଆହତଙ୍କୁ ଅଗରତାଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୁଖ୍ୟମନ୍ତ୍ରୀ ମାନିକ ଶାହ ଏହି ଘଟଣାରେ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିଜନଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ମୃତକଙ୍କ ପରିବାରକୁ ୪ ଲକ୍ଷ ଏବଂ ଆହତ ହୋଇଥିବା ବ୍ୟକ୍ତିଙ୍କୁ ଅଢ଼େଇ ଲକ୍ଷ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ସେହିପରି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

Hot this week

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

Related Articles

Popular Categories