www.samajalive.in
Saturday, December 6, 2025
26.1 C
Bhubaneswar

ଓଲଟିଲା କୁଣ୍ଡା ବୋଝେଇ ଟ୍ରକ

ଲାଞ୍ଜିଗଡ଼: ଭବାନୀପାଟଣା-ରାୟଗଡ଼ାକୁ ସଂଯୋଗ କରୁଥିବା ୬ନଂ ରାଜ୍ୟ ରାଜପଥ କିଡିଙ୍ଗ ନିକଟସ୍ଥ ବେହେରାପୋଲ ପାଲଟିଛି ମରଣଯନ୍ତା। ଦିନକୁ ଦିନ ଦୁର୍ଘଟଣା ବୃଦ୍ଧି ପାଉଥିବା ବେଳେ ଏବେ ଏହି ପୋଲ ଉପରେ ଏକ କୁଣ୍ଡା ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ଛତିଶଗଡ ରାଜ୍ୟର ରାୟପୁରଠାରୁ ବିଶାଖାପାଟଣା ଯାଉଥିବା ଏକ କୁଣ୍ଡା ବୋଝେଇ ଟ୍ରକ ଆଜି ସକାଳ ୫ଟା ସମୟରେ ବେହେରାପୋଲ ଉପରେ ଦୁର୍ଘଟଣାଗ୍ରସ୍ତ ହୋଇ ଓଲଟି ପଡିଛି। ଏଥିରେ ଡ୍ରାଇଭର ଓ ହେଲପର ଆହତ ହୋଇଥିବା ଜଣାପଡିଛି। ତେବେ ପ୍ରତିଦିନ ଏଠାରେ ଛୋଟ ମୋଟଠାରୁ ଆରମ୍ଭ କରି ବଡ଼ ବଡ଼ ଦୁର୍ଘଟଣା ଘଟୁଥିବା ବେଳେ ବର୍ତମାନ ପର୍ଯ୍ୟନ୍ତ କଳାହାଣ୍ଡି ପୂର୍ତ୍ତବିଭାଗ ଏଥିପ୍ରତି ଦୃଷ୍ଟିପାତ କରିନାହିଁ। ଫଳରେ ବେହେରାପୋଲ ଏବେ ମରଣଯନ୍ତା ପାଲଟିଥିବା ବେଳେ ଲୋକଙ୍କ ପାଇଁ କାଳ ସାଜିଛି। ତେବେ କଳାହାଣ୍ଡି ଜିଲ୍ଲା ପୂର୍ତ୍ତବିଭାଗ ପକ୍ଷରୁ ବେହେରାପୋଲ ନିକଟରେ ଥିବା ବୁଲାଣିକୁ ଜାଗାକୁ ଚିହ୍ନଟ କରିବା ସହିତ କୌଣସି ତୁରନ୍ତ ପଦକ୍ଷେପ ନେବା ପାଇଁ ସାଧାରଣରେ ଦାବି ହେଉଛି। ବର୍ତମାନ ଦୁର୍ଘଟଣାଗ୍ରସ୍ତ ଟ୍ରକଟି ରାସ୍ତା କଡ଼ରେ ଓଲଟି ପଡିଥିବା ବେଳେ ଡାଇଭର ଏବଂ ହେଲ୍ପରର ସାମାନ୍ୟ ଆହତ ହୋଇଛନ୍ତି।

Hot this week

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

Related Articles

Popular Categories